ରତ୍ନଭଣ୍ଡାରକୁ ସ୍ଥାନାନ୍ତର ହେଲା ମହାପ୍ରଭୁଙ୍କ ରତ୍ନ ଅଳଙ୍କାର, ଲାଗିଲା ୪ ଘଣ୍ଟା

ପୁରୀ,24/09: ସଂରକ୍ଷଣ ତଥା ମରାମତି ପରେ ନୂଆ ରୂପ ପାଇଥିବା ଶ୍ରୀମନ୍ଦିର ରତ୍ନଭଣ୍ଡାରକୁ ଶ୍ରୀଜୀଉମାନଙ୍କ ଅଳଙ୍କାର ସ୍ଥାନାନ୍ତରଣ ପ୍ରକ୍ରିୟା ମଙ୍ଗଳବାର ଶେଷ ହୋଇଛି। ସମସ୍ତ ବହୁମୂଲ୍ୟ ଅଳଙ୍କାର ତଥା ସାମଗ୍ରୀ ସ୍ଥାୟୀ ଭାବରେ ରତ୍ନଭଣ୍ଡାରକୁ ନିଆଯାଇଛି। ପୂର୍ବରୁ ଧାର୍ଯ୍ୟ ହୋଇଥିବା ଶୁଭବେଳା, ପୂର୍ବାହ୍‌ଣ ୧୦ଟା ୫୫ ମିନିଟରେ ଏହି କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ଠିକ୍ ଅପରାହ୍‌ଣ ୨–ଟା ୫୫ ମିନିଟ୍ ସମୟରେ ଶେଷ ହୋଇଥିଲା। ୪ ଘଣ୍ଟାରେ ସ୍ଥାନାନ୍ତର ପ୍ରକ୍ରିୟା ଶେଷ ହୋଇଥିଲା। ମୋଟ ୬ଟି ଆଲମିରା ଏବଂ ୬ଟି ପ୍ୟାକେଟରେ ସମସ୍ତ ଅଳଙ୍କାରକୁ ବନ୍ଦ ଅବସ୍ଥାରେ ସ୍ଥାନାନ୍ତର କରାଯାଇ ରତ୍ନଭଣ୍ଡାରରେ ରଖାଯାଇଛି। ଏହା ପରେ ମାଜିଷ୍ଟ୍ରେଟ ତଥା ଜିଲାପାଳଙ୍କ ଉପସ୍ଥିତିରେ ରତ୍ନଭଣ୍ଡାରରେ ତାଲା ପକାଯାଇଛି। ତେବେ ରତ୍ନ ଅଳଙ୍କାର ଗଣତି ମଣତି ହୋଇନାହିଁ। ଗଣତି ମଣତି ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେବେ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହା ପରେ ଶ୍ରୀମନ୍ଦିର ଶୋଧ ହୋଇ ସର୍ବସାଧାରଣଙ୍କ ପାଇଁ ଦର୍ଶନ ଆରମ୍ଭ ହୋଇଥିବା ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି ଯେ ସାମଗ୍ରୀ ସ୍ଥାନାନ୍ତର ପରେ ମୂଳ ଓ ବାହାର ଭଣ୍ଡାରକୁ ତିନିଟି ଯାକ ତାଲା ପକାଇ ବନ୍ଦ କରାଯାଇଛି। ରତ୍ନ ସ୍ଥାନାନ୍ତର ପ୍ରକ୍ରିୟାର ଭିଡିଓଗ୍ରାଫି କରାଯାଇଛି। ଭିତର ଓ ବାହାର ରତ୍ନ ଭଣ୍ଡାର ଜଉମୁଦ ପରେ ସମସ୍ତ ସଦସ୍ୟ ମହାପ୍ରଭୁଙ୍କ ଦର୍ଶନ କରିଥିଲେ। ଉଲ୍ଲେଖଯୋଗ୍ୟ, ଗତବର୍ଷ ରଥଯାତ୍ରା ସମୟରେ ରତ୍ନଭଣ୍ଡାର ମରାମତି ପାଇଁ ଅଳଙ୍କାର ଅସ୍ଥାୟୀ ଭଣ୍ଡାରକୁ ସ୍ଥାନାନ୍ତର ହୋଇଥିଲା। ଚଳିତ ଜୁଲାଇ ୭ ତାରିଖରେ ଏଏସ୍ଆଇ ପକ୍ଷରୁ ରତ୍ନଭଣ୍ଡାର ମରାମତି ଶେଷ ହୋଇଥିଲା। ଆଜି ହୋଇଥିବା ସ୍ଥାନାନ୍ତର ପୂର୍ବରୁ ଅର୍ଥାତ୍‌ ଗତ ୧୯ ତାରିଖରେ ରତ୍ନଭଣ୍ଡାରକୁ ସଂସ୍କାର କରାଯାଇଥିଲା।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ