ରତ୍ନ ଭଣ୍ଡାର ଗଣତି ମଣତି, ସରକାର ରାଜ୍ୟବାସୀଙ୍କୁ ଭୁଆଁ ବୁଲାଉଛନ୍ତି: ବିଜେଡି

ଭୁବନେଶ୍ୱର : ରତ୍ନ ଭଣ୍ଡାର ଗଣତି ମଣତିକୁ ନେଇ ଗତ ଏକ ବର୍ଷ ହେଲା ଡବଲ ଇଂଜିନ ସରକାର ରାଜ୍ୟବାସୀଙ୍କୁ ଭୁଆଁ ବୁଲାଉଛନ୍ତି ବୋଲି ବିଜୁ ଜନତା ଦଳ ଅଭିଯୋଗ କରିଛି। ଦଳର ମୁଖପାତ୍ର ତଥା ମିଡ଼ିଆ ସଂଯୋଜକ ଡ଼ଃ ଲେନିନ ମହାନ୍ତି ଏକ ପ୍ରେସ ବିବୃତିରେ କହିଛନ୍ତି, ଗତ ଏକ ବର୍ଷ ହେଲା ରତ୍ନ ଭଣ୍ଡାରର ଗଣତି ମଣତିକୁ ନେଇ ଅନିଶ୍ଚିତତା ଲାଗି ରହିଥିବା ବେଳେ, ଆଜି ଆଇନ ମନ୍ତ୍ରୀ ଆହୁରି ତିନି ମାସ ଲାଗିବ ବୋଲି କହିବା ଦୁର୍ଭାଗ୍ୟଜନକ।

ଗଣତି ମଣତି ପାଇଁ ରିଜର୍ଭ ବ୍ୟାଙ୍କର ସହାୟତା ଲୋଡ଼ା ଯାଇଛି ବୋଲି ଆଇନ ମନ୍ତ୍ରୀଙ୍କ ମନ୍ତବ୍ୟ ଗ୍ରହଣୀୟ ନୁହେଁ। ପୂର୍ବରୁ ଗଣତି ମଣତି ସମୟରେ କେବେ ରିଜର୍ଭ ବ୍ୟାଙ୍କର ସହାୟତା ନିଆ ଯାଇଥିଲା କି ? ଶ୍ରୀଜଗନ୍ନାଥ ଟେମ୍ପୁଲ ଆକ୍ଟରେ ଗଣତି ମଣତି ସମୟରେ ରିଜର୍ଭ ବ୍ୟାଙ୍କର ସହାୟତା ନେବା ବ୍ୟବସ୍ଥା ରହିଛି କି ? ଯଦି ନାହିଁ କେଉଁ କାରଣ ପାଇଁ ଏହାକୁ ରିଜର୍ଭ ବ୍ୟାଙ୍କ ନାମରେ ବିଳମ୍ବିତ କରିବାକୁ ଚେଷ୍ଟା କରାଯାଉଛି।

ରତ୍ନ ଭଣ୍ଡାରର ଗଣତି ମଣତି କରିବା ପରିବର୍ତ୍ତେ ଗତ ଏକ ବର୍ଷ ଧରି ଠାକୁରଙ୍କ ବହୁ ମୂଲ୍ୟ ଅଳଙ୍କାର ସମୂହ ଅନ୍ୟ ଏକ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ଏବେ ଅଳିଆ ଗଦା ମାଧ୍ୟମରେ ସୃଷ୍ଟି ହୋଇଥିବା ପଞ୍ଚମ ଦ୍ୱାର ଦେଇ କିଛି ଲୋକ ପ୍ରବେଶ କରୁଥିବା ଦୃଶ୍ୟ ଓଡିଶାବାସୀଙ୍କୁ ବିଚଳିତ କରିବା ସହିତ ରତ୍ନ ଭଣ୍ଡାର ବାହାରେ ଥିବା ରତ୍ନ ସୁରକ୍ଷିତ ଅଛି କି ନାହିଁ, ସେନେଇ ଜଗନ୍ନାଥ ପ୍ରେମୀଙ୍କ ମନରେ ସନ୍ଦେହ ସୃଷ୍ଟି ହେଲାଣି। ରାଜ୍ୟ ସରକାର ରତ୍ନ ଭଣ୍ଡାରର ଗଣତି ମଣତିକୁ ନେଇ ଆଉ ଅଧିକ ରାଜନୀତି ନକରି ଜନ ସାଧାରଣଙ୍କ ମନରୁ ସନ୍ଦେହ ଦୂର କରନ୍ତୁ ବୋଲି ଡ଼ଃ ମହାନ୍ତି କହିଛନ୍ତି।

  • Garvita Odia

    Related Posts

    କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍

    ଭୁବନେଶ୍ବର: କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍। ଆସନ୍ତାକାଲି କଂଗ୍ରେସ ପକ୍ଷରୁ ଡକା ଯାଇଥିବା ଓଡିଶା ବନ୍ଦ ପାଇଁ ପର୍ଯ୍ୟାପ୍ତ ପୁଲିସ ବ୍ୟବସ୍ଥା ହୋଇଛି। ଛକ, ବଜାର, ସରକାରୀ କାର୍ଯ୍ୟାଳୟ ସବୁଠି ମୁତୟନ ହେବେ ପୁଲିସ। ଖିଲାପକାରୀଙ୍କ ଉପରେ…

    ବିଜେଡି ଆନ୍ଦୋଳନ ମାଧ୍ୟମରେ ନିଜର ଅସ୍ଥିତ୍ବ ରକ୍ଷା କରିବାକୁ ଉଦ୍ୟମ କରୁଥିଲା:ବିଜେପି

    ଭୁବନେଶ୍ବର: ବାଲେଶ୍ବର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ମୃତ୍ୟୁ ଘଟଣାକୁ ରାଜ୍ୟ ସରକାର ଗୁରୁତ୍ବର ସହିତ ନେଉଛନ୍ତି। ପୀଡ଼ିତାଙ୍କ ପରିବାର ପ୍ରତି ସରକାର ଠିଆ ହୋଇଛନ୍ତି। ଏଥି ପାଇଁ ପୀଡ଼ିତାଙ୍କ ପରିବାରକୁ ରାଜ୍ୟ ସରକାର ୨୦ ଲକ୍ଷ ଟଙ୍କା ଅନୁକମ୍ପାମୂଳକ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟ କ୍ୟାବିନେଟ୍‌ରେ ୧୩ ପ୍ରସ୍ତାବକୁ ମଂଜୁରୀ

    ରାଜ୍ୟ କ୍ୟାବିନେଟ୍‌ରେ ୧୩ ପ୍ରସ୍ତାବକୁ ମଂଜୁରୀ

    କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍

    କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍

    ବିଜେଡି ଆନ୍ଦୋଳନ ମାଧ୍ୟମରେ ନିଜର ଅସ୍ଥିତ୍ବ ରକ୍ଷା କରିବାକୁ ଉଦ୍ୟମ କରୁଥିଲା:ବିଜେପି

    ବିଜେଡି ଆନ୍ଦୋଳନ ମାଧ୍ୟମରେ ନିଜର ଅସ୍ଥିତ୍ବ ରକ୍ଷା କରିବାକୁ ଉଦ୍ୟମ କରୁଥିଲା:ବିଜେପି

    ଶିକ୍ଷା ଓ ଅନୁସନ୍ଧାନ : ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉକ୍ରର୍ଷ କେନ୍ଦ୍ର

    ଶିକ୍ଷା ଓ ଅନୁସନ୍ଧାନ : ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉକ୍ରର୍ଷ କେନ୍ଦ୍ର

    ଭିଜିଲାନ୍ସ ହାବୁଡ଼ରେ ଉପନିବନ୍ଧକ କାର୍ୟ୍ୟାଳୟର କର୍ମଚାରୀ

    ଭିଜିଲାନ୍ସ ହାବୁଡ଼ରେ ଉପନିବନ୍ଧକ କାର୍ୟ୍ୟାଳୟର  କର୍ମଚାରୀ

    ବାଲେଶ୍ବର ପୀଡ଼ିତାଙ୍କ ପାଇଁ ସଂସଦରେ ସ୍ବର ଉଠାଇବ କଂଗ୍ରେସ

    ବାଲେଶ୍ବର ପୀଡ଼ିତାଙ୍କ ପାଇଁ ସଂସଦରେ ସ୍ବର ଉଠାଇବ କଂଗ୍ରେସ