ରଥଯାତ୍ରାରେ ଅଧାକୁ କମିବ କର୍ଡନ୍ ପାସ୍

ପୁରୀ:ଚଳିତ ବର୍ଷର ଶ୍ରୀଜଗନ୍ନାଥ ରଥଯାତ୍ରାକୁ ଅଧିକ ଶୃଙ୍ଖଳିତ ଓ ସୁରକ୍ଷିତ କରିବା ପାଇଁ ବଡ଼ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ରଥର ଇନର୍ କର୍ଡନ୍ ଅଞ୍ଚଳ ପାଇଁ ଜାରି ହେଉଥିବା ଭିଆଇପି ଓ ଭିଭିଆଇପି କର୍ଡନ୍ ପାସ୍ ସଂଖ୍ୟାକୁ ଏଥର ପୂର୍ବବର୍ଷ ତୁଳନାରେ ଅଧାକୁ କମାଯାଇଛି। ଏନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।

ମନ୍ତ୍ରୀ କହିଛନ୍ତି,ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନିର୍ଦ୍ଦେଶ ଅନୁସାରେ କର୍ଡନ୍ ପାସ୍ ସଂଖ୍ୟା ହ୍ରାସ କରାଯାଇଛି। ଏହା ଦ୍ୱାରା ରଥ ନିକଟରେ ଅନାବଶ୍ୟକ ଭିଡ଼ କମିବ ଏବଂ ଭକ୍ତଙ୍କ ଚଳାଚଳ ସହ ସୁରକ୍ଷା ବ୍ୟବସ୍ଥା ଅଧିକ ସୁଚାରୁ ହେବ।ରଥଯାତ୍ରା ସମୟରେ ଭିଡ଼ ପରିଚାଳନା ପାଇଁ ଅଭିଜ୍ଞ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଥିବା ବେଳେ ସମସ୍ତ ସେବାୟତ ନିଯୋଗଙ୍କ ସହ ଏକାଧିକ ପର୍ଯ୍ୟାୟରେ ଆଲୋଚନା ମଧ୍ୟ ସରିଛି। ସମସ୍ତଙ୍କ ସହଯୋଗ ଓ ସହମତିରେ ନୀତିକାନ୍ତି ସୁରୁଖୁରୁରେ ସମ୍ପନ୍ନ ହେବ ବୋଲି ଆଇନମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।
ଗତ ୬ ତାରିଖରେ ଅନୁଷ୍ଠିତ ଚୂଡ଼ାନ୍ତ ରଥ ସମନ୍ୱୟ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୃଙ୍ଖଳିତ, ସୁରକ୍ଷିତ ଓ ଅଘଟଣଶୂନ୍ୟ ରଥଯାତ୍ରା ଉପରେ ବିଶେଷ ଗୁରୁତ୍ୱ ଦେଇଥିଲେ। ବିଶେଷକରି ଭକ୍ତଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ରଥର ଇନର୍ କର୍ଡନ୍ ଭିତରକୁ କୌଣସି ଅନଧିକୃତ ବ୍ୟକ୍ତିଙ୍କ ପ୍ରବେଶକୁ ସମ୍ପୂର୍ଣ୍ଣ ଭାବେ ବାରଣ କରାଯିବ ବୋଲି ସ୍ପଷ୍ଟ କରାଯାଇଛି।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ