ରଥଯାତ୍ରା ପାଇଁ ପୁରୀକୁ ଗଡିବ ୧୦୦୦ ବସ୍

କଟକ: ଚଳିତବର୍ଷ ରଥଯାତ୍ରା ପାଇଁ ପୁରୀକୁ ଗଡିବ ଏକ ହଜାର ବସ୍ । ରେଗୁଲାର ବସ୍ ସହ ସ୍ୱତନ୍ତ୍ର ପରମିଟ ବି ଦିଆଯିବ । ପୁରୀକୁ ସାରା ରାଜ୍ୟରୁ ଗଡିବ ବସ । ତାଳବଣିଆ ସହ ମାଳତୀ ପାଟପୁରରେ ହେବ ବସ୍ ପାର୍କିଂ ବ୍ୟବସ୍ଥା । ଯାତ୍ରୀଙ୍କୁ ବସ୍ ରହଣି ସ୍ଥଳରୁ ବଡଦାଣ୍ଡ ଯାଏଁ ଚାଲିବ ୧୦୦ଟି ବ୍ୟାଟେରୀ ଚାଳିତ ଗାଡ଼ି । ସେପଟେ ଧାର୍ଯ୍ୟ ଭଡ଼ା ଠାରୁ ଅଧିକ ଭଡ଼ା ନେଇ ପାରିବେନି ଗାଡ଼ି ମାଲିକ ।ଏସଟିଏ କମିଶନର ଅମିତାଭ ଠାକୁରଙ୍କ ଅଧକ୍ଷତାରେ ବସିଥିବା ଉଚ୍ଚସ୍ତରୀୟ ବୈଠକରେ ଏନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି ।
ରଥଯାତ୍ରା ସମୟରେ ପୁରୀକୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥାଏ । ଚଳିତ ବର୍ଷ ଭକ୍ତଙ୍କ ଯାତାୟତକୁ ସୁବିଧା କରିବା ପାଇଁ ଆଗକୁ ଆସିଲେ ରାଜ୍ୟ ସରକାର । ପୁରୀକୁ ଗଡିବ ୧୦୦୦ ବସ । ରେଗୁଲାର ବସ ସହ ସ୍ୱତନ୍ତ୍ର ପରମିଟ ଦେବେ ସରକାର । ଏହି ସମସ୍ତ ଗାଡ଼ିର ପାର୍କିଂ ବ୍ୟବସ୍ଥା ମାଳତୀ ପାଟପୁର ଠାରେ କରିଯିବ ।ସେଠାରୁ ବଡଦାଣ୍ଡ ଯାଏଁ ଚାଲିବ ୧୦୦ଟି ବ୍ୟାଟେରୀ ଗାଡ଼ି । ଆସୁଥିବା ଯାତ୍ରୀଙ୍କ ପାଇଁ ଏକ ମୂଲ୍ୟ ଧାର୍ଯ୍ୟ କରିବେ ସରକାର, ଧାର୍ଯ୍ୟ ମୂଲ୍ୟଠାରୁ କୌଣସି ବସ୍ ଅଧିକ ଟଙ୍କା ନେଇପାରିବେ ନାହିଁ ବୋଲି ନିଷ୍ପତି ହୋଇଛି ।
ଏହି ବୌଠକରେ ବିଶେଷକରି ରଥଯାତ୍ରାରେ କେମିତି ସୁରୁଖୁରୁରେ ଭକ୍ତମାନେ ପୁରୀ ଯାଇ ପାରିବେ ,ସେ ନେଇ ଆଲୋଚନା କରାଯାଇଥିଲା । ତେବେ ତାଳବଣିଆ ବସ ଷ୍ଟାଣ୍ଟରେ ଯାତ୍ରୀଙ୍କୁ ଦିଆଯିବ 10 ଟଙ୍କାରେ ଖାଦ୍ୟ । ସୁରକ୍ଷିତ ଯାତ୍ରୀ ପରିବହନ ପାଇଁ 30ଜଣ STA ଅଧିକାରୀ ଦାୟିତ୍ବରେ ରହିବେ । ବେପରୁଆ ଗାଡି ଚାଳନା ଉପରେ କଡା ନଜର ରଖାଯିବ । ପୋଲିସ ପକ୍ଷରୁ ଏନ୍ଫୋର୍ସମେଣ୍ଟ ସ୍କ୍ୱାର୍ଡ ସହ ଟ୍ରାଫିକ ବ୍ୟବସ୍ଥାକୁ କଡାକଡି କରାଯିବ ବୋଲି STA କମିଶନର ଅମିତାଭ ଠାକୁର ସୂଚନା ଦେଇଛନ୍ତି । ସମସ୍ତଙ୍କ ସହଯୋଗ ପୁରୀକୁ ଯାତ୍ରୀ ପରିବହନ ସୁରୁଖୁରୁରେ ହେବ ବୋଲି ଆଶା ପ୍ରକଟ କରିଛନ୍ତି STA କମିଶନର ।ଏହି ବୈଠକରେ ରାଜ୍ୟ ଘରାଇ ବସ ମାଲିକ ସଂଘ ସହ ପୁରୀ, କଟକ, ଭୁବନେଶ୍ବର ବସ ମାଲିକ ସଂଘ,କଟକ ଡିସିପି, ପୁରୀ ଏସପି, କଟକ, ଭୁବନେଶ୍ୱର, ପୁରୀ ଜିଲ୍ଲାର ପରିବହନ ଅଧିକାରୀ ,ଏନଏଚଆଇ କର୍ତ୍ତୃପକ୍ଷ ସାମିଲ ହୋଇଥିଲ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ