‘ରଥ ଉପରକୁ ମୋବାଇଲ୍‌ ନେଲେ ଫୌଜଦାରୀ ମାମଲା ରୁଜୁ ହେବ’

ପୁରୀ: ମହାପ୍ରଭୁଙ୍କ ରଥଯାତ୍ରାକୁ ଆଉ ମାସେ ରହିଲା। ଚଳିତ ବର୍ଷ ରଥଯାତ୍ରାକୁ ଶୃଙ୍ଖଳତାର ସହିତ ସମ୍ପନ୍ନ କରିବା ପାଇଁ ରାଜ୍ୟ ସରକାର, ପୁରୀ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପ୍ରସ୍ତୁତି କରିଦେଇଛନ୍ତି। ଶ୍ରୀମନ୍ଦିର ପ୍ରଶାସନ ବିଭିନ୍ନ ନିଯୋଗ ସହିତ ସମନ୍ବୟ ରକ୍ଷା କରି କାମ କରୁଛି। ଏଥର ରଥଯାତ୍ରାରେ ନୀତିକାନ୍ତିଙ୍କୁ ଶୃଙ୍ଖଳିତ କରିବା ବ୍ୟାପକ ପଦକ୍ଷେପ ନିଆଯାଇଛି ବୋଲି ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ପରେ ଶ୍ରୀ ପାଢ଼ୀ ସାମ୍ବାଦିକମାନଙ୍କୁ କହିଛନ୍ତି, ଘୋଷଯାତ୍ରା ବେଳେ ଅଣସେବାୟତମାନେ ରଥ ଉପରକୁ ଚଢ଼ି ପାରିବେ ନାହିଁ। କୌଣସି ପ୍ରକାର ଅନଧିକୃତ କାର୍ୟ୍ୟ କଲେ କାର୍ୟ୍ୟାନୁଷ୍ଠାନ ନିଆଯିବ। ରଥ ଉପରେ କୌଣସି ବ୍ୟକ୍ତି ମୋବାଇଲ୍‌ ଫୋନ୍‌ ନେଇପାରିବେ ନାହିଁ। ରଥ ଉପରକୁ ସମସ୍ତଙ୍କୁ ମୋବାଇଲ୍‌ ବାରଣ କରାଯାଇଛି। ଏଣିକି କେବଳ ମୋବାଇଲ୍‌ ଜବତରେ କାର୍ୟ୍ୟାନୁଷ୍ଠାନ ଅଟକିବ ନାହିଁ। ବରଂ ଫୌଜଦାରୀ ମାମଲା ମଧ୍ୟ ରୁଜୁ ହେବ।

  • Related Posts

    ଉତ୍ତରାଖଣ୍ଡରେ ପୁଣି ୪.୨ତୀବ୍ରତାର ଭୂମିକମ୍ପ

    ଶନିବାର ରାତି ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ୪.୨ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହା ଫଳରେ ଲୋକମାନେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ । ଯଦିଓ ଏହି ଭୂମିକମ୍ପରେ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ, ତେବେ ଜାତୀୟ ଭୂକମ୍ପ ବିଜ୍ଞାନ…

    Continue reading
    ସୋମବାର ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ଉଦ୍‌ଘାଟନ

    ଭୁବନେଶ୍ୱର: ଅକ୍ଟୋବର ମାସ ୧୨ ତାରିଖ ସୋମବାର ଦିନ ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ନବକଳେବର ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାଟନ କରିବେ। ମାଆ କଟକ ଚଣ୍ଡୀଙ୍କ ମନ୍ଦିରର କାୟାକଳ୍ପ ଓ ଚତୁଃପାର୍ଶ୍ୱର ଉନ୍ନତିକରଣ ପାଇଁ ପ୍ରାୟ ୭୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ