ରାଇକିଆରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ,ବରିଷ୍ଠ ନାଗରିକଙ୍କ ସ୍ୱାସ୍ଥ୍ୟ, ସୁରକ୍ଷା ଓ କଲ୍ୟାଣ ଉପରେ ଗୁରୁତ୍ୱ

ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ପ୍ରଶାସନ ଏବଂ ପଞ୍ଚାୟତ ସମିତିର ମିଳିତ ଆନୁକୂଲ୍ୟରେ ବ୍ଲକ ପରିସରରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ-୨୦୨୬ ପାଳିତ ହୋଇଯାଇଛି। ବ୍ଲକ ଅଧୀନ ବିଭିନ୍ନ ଗ୍ରାମ ପଞ୍ଚାୟତରୁ ବହୁସଂଖ୍ୟକ ବରିଷ୍ଠ ନାଗରିକ ଏଥିରେ ଯୋଗଦେଇଥିଲେ। ସମାଜ ଗଠନରେ ବରିଷ୍ଠ ନାଗରିକଙ୍କ ଅବଦାନକୁ ସମ୍ମାନ ଜଣାଇବା ସହ ସେମାନଙ୍କ ସ୍ୱାସ୍ଥ୍ୟ, ନିରାପତ୍ତା, ଅଧିକାର ଓ କଲ୍ୟାଣ ସମ୍ପର୍କରେ ସଚେତନତା ସୃଷ୍ଟି କରାଯାଇଥିଲା।ପଞ୍ଚାୟତ ସମିତି ଅଧ୍ୟକ୍ଷା ରୀନା ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବରିଷ୍ଠ ନାଗରିକମାନେ ପରିବାର ଓ ସମାଜର ମାର୍ଗଦର୍ଶକ ବୋଲି କହିଥିଲେ। ସେମାନଙ୍କ ସେବା, ଯତ୍ନ ଓ ଅଧିକାର ସୁରକ୍ଷିତ ରଖିବା ପ୍ରତ୍ୟେକଙ୍କ କର୍ତ୍ତବ୍ୟ ବୋଲି ସେ ମତବ୍ୟକ୍ତ କରିଥିଲେ।ବ୍ଲକ ଉନ୍ନୟନ ଅଧିକାରୀ ଡ଼ଃ ସବ୍ୟସାଚୀ ସାହୁ ବରିଷ୍ଠ ନାଗରିକଙ୍କ କଲ୍ୟାଣ ପାଇଁ ଉଦ୍ଦିଷ୍ଟ ସରକାରୀ ଯୋଜନା ଓ ସୁବିଧା ଯେପରି ସେମାନଙ୍କ ନିକଟରେ ସୁରୁଖୁରୁରେ ପହଞ୍ଚିବ, ସେଥିପାଇଁ ପ୍ରଶାସନ ପକ୍ଷରୁ ଗୁରୁତ୍ୱ ଦିଆଯାଉଥିବା କହିଥିଲେ। ଅତିରିକ୍ତ ବ୍ଲକ ଉନ୍ନୟନ ଅଧିକାରୀ ଦିବ୍ୟସିଂହ କହଁର ବରିଷ୍ଠ ନାଗରିକଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ସହ ସେମାନଙ୍କ ଅନୁଭୂତି ଓ ଜୀବନ ଅନୁଭବରୁ ଯୁବପିଢ଼ି ଶିକ୍ଷା ଲାଭ କରିବା ଆବଶ୍ୟକ ବୋଲି କହିଥିଲେ।ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ରାମକୃଷ୍ଣ ବେହେରା ବାର୍ଦ୍ଧକ୍ୟ ଭତ୍ତା, ଏମ୍‌ବିପିୱାଇ/ଆଇଜିଏନ୍‌ଓଏପିଏସ୍‌ ଓ ବିଭିନ୍ନ ସାମାଜିକ ସୁରକ୍ଷା ଯୋଜନା ସମ୍ପର୍କରେ ବରିଷ୍ଠ ନାଗରିକଙ୍କୁ ଅବଗତ କରାଇଥିଲେ। ରାଇକିଆ ସରପଞ୍ଚ ଗୀତାଞ୍ଜଳି ନାୟକ ପଞ୍ଚାୟତ ସ୍ତରରେ ବରିଷ୍ଠ ନାଗରିକଙ୍କ ସୁବିଧା ଓ ଅସୁବିଧା ପ୍ରତି ଗ୍ରାମବାସୀ ତଥା ଯୁବପିଢ଼ି ଯତ୍ନବାନ ହେବାକୁ ଆହ୍ୱାନ ଦେଇଥିଲେ।ଦିବସ ଅବସରରେ ରାଇକିଆ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଡାକ୍ତରୀ ଦଳ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଆୟୋଜିତ ହୋଇଥିଲା। ବରିଷ୍ଠ ନାଗରିକଙ୍କ ରକ୍ତଚାପ, ରକ୍ତଶର୍କରା ଓ ସାଧାରଣ ସ୍ୱାସ୍ଥ୍ୟ ପରୀକ୍ଷା କରାଯିବା ସହ ଆବଶ୍ୟକ ଔଷଧ ମାଗଣାରେ ପ୍ରଦାନ କରାଯାଇଥିଲା। ସୁସ୍ଥ ଜୀବନଶୈଳୀ ପାଇଁ ସହଜ ଯୋଗାସନ, ପ୍ରାଣାୟାମ, ସନ୍ତୁଳିତ ଖାଦ୍ୟ ଓ ନିୟମିତ ଜୀବନଚର୍ଯ୍ୟା ଉପରେ ଡାକ୍ତରୀ ଦଳ ପରାମର୍ଶ ଦେଇଥିଲେ।
ଏହାସହ ପରିବେଶ ସୁରକ୍ଷା ଓ ଦିବସକୁ ସ୍ମରଣୀୟ କରିବା ଉଦ୍ଦେଶ୍ୟରେ ବ୍ଲକ ପରିସରରେ ବୃକ୍ଷରୋପଣ କରାଯାଇଥିଲା। ଅତିଥି ଓ ବରିଷ୍ଠ ନାଗରିକମାନେ ଏଥିରେ ଅଂଶଗ୍ରହଣ କରି ବିଭିନ୍ନ ବୃକ୍ଷରୋପଣ କରିଥିଲେ।
କାର୍ଯ୍ୟକ୍ରମରେ ରାଇକିଆ ପଞ୍ଚାୟତ ସମିତି ଅଧ୍ୟକ୍ଷା ରୀନା ପ୍ରଧାନ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଡ଼ଃ ସବ୍ୟସାଚୀ ସାହୁ, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିବ୍ୟସିଂହ କହଁର, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ରାମକୃଷ୍ଣ ବେହେରା, ରାଇକିଆ ସରପଞ୍ଚ ଗୀତାଞ୍ଜଳି ନାୟକ, ରାଇକିଆ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଚିକିତ୍ସା ଅଧିକାରୀ ଓ ଡାକ୍ତରୀ ଦଳଙ୍କ ସମେତ ବିଭିନ୍ନ ପଞ୍ଚାୟତରୁ ଆସିଥିବା ବରିଷ୍ଠ ନାଗରିକ ଓ ସ୍ଥାନୀୟ ଭଦ୍ରବ୍ୟକ୍ତିମାନେ ଉପସ୍ଥିତ ଥିଲେ। ଶେଷରେ ଧନ୍ୟବାଦ ଅର୍ପଣ ସହ ବରିଷ୍ଠ ନାଗରିକମାନଙ୍କୁ ଆପ୍ୟାୟିତ କରାଯାଇ କାର୍ଯ୍ୟକ୍ରମ ସମାପ୍ତ ହୋଇଥିଲା।

ରିପୋର୍ଟ: ଦୁତି କୃଷ୍ଣ ପଣ୍ଡା

  • Related Posts

    ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

    ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

    Continue reading
    ଅମିତ ଓ ଶିଳାନନ୍ଦଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

    ୨୦୨୬ ଏସିଆନ୍ସ ଗେମ୍ସରେ ଭାରତୀୟ ହକି ଦଳର ସ୍ୱର୍ଣ୍ଣପଦକ ଆପଣ ଉଭୟ ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବ ଅମିତଙ୍କ ଡିଫେନ୍ସିଭ୍ ଷ୍ଟାଇଲ୍ ଓ ଶିଳାନନ୍ଦଙ୍କ ଆଟାକିଙ୍ଗ୍‌ ଷ୍ଟାଇଲ୍‌ରେ ଗୋଲ୍‌ ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ