ରାଇକିଆରେ ବିଭିନ୍ନ ସ୍ଥାନରେ ଗଜାନନଙ୍କ ପୂଜା

ଆଲୋକମାଳାରେ ଝଲସୁଛି ପୂଜା ମଣ୍ଡପ

ରାଇକିଆ:କନ୍ଧମାଳ ଜିଲ୍ଲା ରାଇକିଆ ରେ ବିଭିନ୍ନ ସ୍ଥାନରେ ଧୁମ୍‌ଧାମରେ ଅଗ୍ରପୁଜ୍ୟ ଗଜାନନଙ୍କ ପୂଜା ପାଳିତ ହୋଇଛି। ଏଥିପାଇଁ ସହରର ବିଭିନ୍ନ ପୂଜା ମଣ୍ଡପକୁ ରଙ୍ଗବେରଙ୍ଗ ଆଲୋକମାଳା ଓ ଆକର୍ଷଣୀୟ ସାଜସଜ୍ଜାରେ ସୁସଜ୍ଜିତ କରାଯାଇଛି। ସନ୍ଧ୍ୟା ହେଲେ ଆଲୋକମାଳାରେ ପୂଜା ମଣ୍ଡପଗୁଡ଼ିକ ଝଲସି ଉଠୁଛି।ସ୍ଥାନୀୟ ଜୀବନଜ୍ୟୋତି ମହାବିଦ୍ୟାଳୟ, ସୁଧାକିରଣ ମହାବିଦ୍ୟାଳୟ, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ସମେତ ବିଭିନ୍ନ ବିଦ୍ୟାଳୟରେ ଗଜାନନଙ୍କ ପୂଜା ଆଡ଼ମ୍ବରପୂର୍ଣ୍ଣ ଭାବେ ପାଳନ କରାଯାଇଛି। ଛାତ୍ରଛାତ୍ରୀ ଓ ଶିକ୍ଷକଶିକ୍ଷୟିତ୍ରୀମାନେ ପୂଜାରେ ସାମିଲ ହୋଇ ଗଜାନନଙ୍କ ଆଶୀର୍ବାଦ କାମନା କରିଥିଲେ।ସେହିପରି ଚୂନପଲ୍ଲୀ ଛକ, ଟାଇଗର କ୍ଲବ, ବିଜୟ ବଜାର, ବ୍ଲକ ଛକ, ବେରେଡିକିଆ ଛକ ଓ କାଟାପଲ୍ଲୀ ସାହି ଆଦି ବିଭିନ୍ନ ସ୍ଥାନରେ ମଧ୍ୟ ଗଣେଶ ପୂଜା ଆୟୋଜିତ ହୋଇଛି। ବିଭିନ୍ନ ପୂଜା କମିଟି ପକ୍ଷରୁ ମଣ୍ଡପଗୁଡ଼ିକୁ ସୁନ୍ଦର ଭାବେ ସଜାଯାଇଥିବା ବେଳେ ସକାଳୁ ପୂଜାର୍ଚ୍ଚନା, ହୋମଯଜ୍ଞ ଓ ଆଳତି ଆଦି କରାଯାଇଥିଲା।ପୂଜା ଅବସରରେ ଶ୍ରଦ୍ଧାଳୁମାନେ ବିଭିନ୍ନ ମଣ୍ଡପରେ ପହଞ୍ଚି ଗଜାନନଙ୍କ ଦର୍ଶନ କରିଥିଲେ। ଅନ୍ୟପକ୍ଷରେ ବୁଧବାର ଦିନ ବେରେଡିକିଆ ଗଣେଶ ପୂଜା କମିଟି ପକ୍ଷରୁ ଭକ୍ତମାନଙ୍କ ପାଇଁ ଅନ୍ନପ୍ରସାଦ ସେବନର ବ୍ୟବସ୍ଥା କରାଯିବ। ଏନେଇ କମିଟି ସଭାପତି ସୂଚନା ଦେଇଛନ୍ତି।.ଗଣେଶ ପୂଜାକୁ ନେଇ ସମଗ୍ର ରାଇକିଆ ଅଞ୍ଚଳ ଉତ୍ସବମୁଖର ହୋଇପଡ଼ିଛି।
ରିପୋର୍ଟର ଦୁତି କୃଷ୍ଣ ପଣ୍ଡା

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ