ରାଇକିଆରେ ଭୀମ ଭୋଇ ସାମର୍ଥ୍ୟ ଅଭିଯାନ ଶିବିର

୩୬୬ ଜଣଙ୍କ ପଞ୍ଜୀକରଣ, ୨୮୨ ଜଣଙ୍କୁ ୟୁଡିଆଇଡି ପ୍ରମାଣପତ୍ର ପାଇଁ ଚିହ୍ନଟ

ରାଇକିଆ: କନ୍ଧମାଳ ଜିଲ୍ଲାର ରାଇକିଆ ବ୍ଲକ ପରିସରରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ଏବଂ ରାଇକିଆ ବ୍ଲକ ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ଭୀମ ଭୋଇ ସାମର୍ଥ୍ୟ ଅଭିଯାନ’ ଶିବିର ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଭିନ୍ନକ୍ଷମ ବ୍ୟକ୍ତିମାନଙ୍କୁ ଚିହ୍ନଟ କରି ସେମାନଙ୍କୁ ସରକାରୀ ସୁବିଧା ଓ ସାମାଜିକ ସୁରକ୍ଷା ଯୋଜନାର ସୁଫଳ ପହଞ୍ଚାଇବା ଉଦ୍ଦେଶ୍ୟରେ ଏହି ଶିବିର ଆୟୋଜିତ ହୋଇଥିଲା।ଶିବିରରେ ରାଇକିଆ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଡ଼ଃ ସବ୍ୟସାଚୀ ସାହୁ, ପଂଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ରୀନା ପ୍ରଧାନ, କନ୍ଧମାଳ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ପି. ପଦ୍ମା, ବାଲିଗୁଡ଼ା ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ମମିତା ପ୍ରଧାନ ଏବଂ ରାଇକିଆ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ରାମକୃଷ୍ଣ ବେହେରା ଯୋଗଦେଇ ଶିବିରର ଶୁଭାରମ୍ଭ କରିଥିଲେ। ଏହି ଅବସରରେ ଅଧିକାରୀମାନେ ଭିନ୍ନକ୍ଷମମାନଙ୍କ କଲ୍ୟାଣ, ସାମାଜିକ ସୁରକ୍ଷା ଏବଂ ସରକାରଙ୍କ ବିଭିନ୍ନ ଯୋଜନାର ସୁଫଳ ସମ୍ପର୍କରେ ଆଲୋକପାତ କରିଥିଲେ।
ଶିବିରରେ ସ୍ୱାସ୍ଥ୍ୟ ବିଶେଷଜ୍ଞ ଓ ଡାକ୍ତରୀ ଦଳଙ୍କ ଦ୍ୱାରା ଆସିଥିବା ହିତାଧିକାରୀମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା, ଭିନ୍ନକ୍ଷମତା ଚିହ୍ନଟ ଓ ଆବଶ୍ୟକୀୟ ଯାଞ୍ଚ କରାଯାଇଥିଲା। ମୋଟ ୩୬୬ ଜଣ ଶିବିରରେ ପଞ୍ଜୀକରଣ କରିଥିବାବେଳେ ସେଥିମଧ୍ୟରୁ ୨୮୨ ଜଣ ୟୁଡିଆଇଡି ପ୍ରମାଣପତ୍ର ପାଇଁ ଯୋଗ୍ୟ ବିବେଚିତ ହୋଇଥିଲେ।ଚିହ୍ନଟ ହୋଇଥିବା ହିତାଧିକାରୀଙ୍କ ମଧ୍ୟରେ ୧୬୪ ଜଣ ଶାରୀରିକ ତଥା ଅସ୍ଥିଶଲ୍ୟ ଭିନ୍ନକ୍ଷମ, ୫୪ ଜଣ ସେରେବ୍ରାଲ ପାଲସି ଓ ବୌଦ୍ଧିକ ଭିନ୍ନକ୍ଷମ, ୪୪ ଜଣ ଦୃଷ୍ଟିବାଧିତ ୧୮ଜଣ ଏବଂ ୨ ଜଣ ସିକିଲ୍ ସେଲ୍ ରୋଗରେ ପୀଡ଼ିତ ହିତାଧିକାରୀ ରହିଥିଲେ।ଯୋଗ୍ୟ ହିତାଧିକାରୀମାନଙ୍କର ଡାକ୍ତରୀ ପରୀକ୍ଷା ଓ ଆବଶ୍ୟକୀୟ ପ୍ରକ୍ରିୟା ଶେଷ କରାଯାଇ ଡିଜିଟାଲ୍ ୟୁଡିଆଇଡି ପ୍ରମାଣପତ୍ର ପ୍ରଦାନ ପାଇଁ ବ୍ୟବସ୍ଥା କରାଯାଇଥିଲା। ୟୁଡିଆଇଡି ପ୍ରମାଣପତ୍ର ମାଧ୍ୟମରେ ଯୋଗ୍ୟ ହିତାଧିକାରୀମାନେ ଭବିଷ୍ୟତରେ ବିଭିନ୍ନ ସରକାରୀ ସୁବିଧା ଓ କଲ୍ୟାଣକାରୀ ଯୋଜନାର ସୁଫଳ ପାଇପାରିବେ।ଶିବିରରେ ସ୍ଥାନୀୟ ସରପଞ୍ଚ, ପଞ୍ଚାୟତ ସମିତି ସଦସ୍ୟ-ସଦସ୍ୟା, ବ୍ଲକ ପ୍ରଶାସନର ବିଭିନ୍ନ ବିଭାଗର କର୍ମଚାରୀ ଏବଂ ସମ୍ପୃକ୍ତ କର୍ମଚାରୀମାନେ ଉପସ୍ଥିତ ରହି ଶିବିର ପରିଚାଳନାରେ ସହଯୋଗ କରିଥିଲେ। ସମସ୍ତଙ୍କ ସମନ୍ୱିତ ପ୍ରୟାସ ଯୋଗୁଁ ଶିବିରଟି ଶୃଙ୍ଖଳିତ ଓ ସଫଳତାର ସହ ସମ୍ପନ୍ନ ହୋଇଥିଲା।ଭିନ୍ନକ୍ଷମ ବ୍ୟକ୍ତିମାନଙ୍କୁ ସରକାରୀ ସେବା ସହ ସଂଯୋଗ କରିବା ଏବଂ ସେମାନଙ୍କ ଅଧିକାର ଓ ସୁବିଧା ସୁନିଶ୍ଚିତ କରିବା ଦିଗରେ ରାଇକିଆରେ ଆୟୋଜିତ ଏହି ଶିବିର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ମତ ପ୍ରକାଶ ପାଇଛି।
ରିପୋର୍ଟର ଦୁତି କୃଷ୍ଣ ପଣ୍ଡା

  • Related Posts

    ଓଡ଼ିଶାର ୩ଟି ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି

    · ଦେଶର ମୋଟ୍‌ ୪ଟି ରେଳ ଲାଇନ୍‌ ସମ୍ପ୍ରସାରଣ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରି ଦ୍ୱାରା ଓଡ଼ିଶା, ପଶ୍ଚିମବଙ୍ଗ, ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶର ଆଠଟି ଜିଲ୍ଲା ହେବେ ଉପକୃତ · ଏସବୁ ରେଳ ଲାଇନ ନିର୍ମାଣ ଦ୍ୱାରା ଭାରତୀୟ ରେଳବାଇର ବର୍ତ୍ତମାନର…

    Continue reading
    ଡ୍ରାଇଭରଙ୍କ ଆନ୍ଦୋଳନ:ଡ୍ରାଇଭରଙ୍କ ଗାଡ଼ି ସିଜ୍ ହେବ- ଡିସିପି

    ରଣକ୍ଷେତ୍ର ପାଲଟିଲା ଲୋୟର ପିଏମଜି। ଡ୍ରାଇଭରଙ୍କ ଆନ୍ଦୋଳନରେ ଠପ୍ ଜନପଥ। ଆଜି ତୃତୀୟ ଦିନରେ ତୀବ୍ର ହୋଇଛି ଅନଲାଇନ ଡ୍ରାଇଭରଙ୍କ ଆନ୍ଦୋଳନ। ଆନ୍ଦୋଳନ ବେଳେ ପୋଲିସ ସହିତ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି। ପୋଲିସକୁ ଟେକା ପଥର ମାଡ଼ କରିବା ସହ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ