ରାଇକିଆ ବସ୍‌ଷ୍ଟାଣ୍ଡ ଓ ମଣ୍ଡାକିଆରେ ‘ନମୋ ସେବା ଗାଥା’ ପରିବେଷଣ

ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଚାଲିଥିବା ‘ସେବା ସଂକଳ୍ପ ଅଭିଯାନ-୨୦୨୬’ ଅବସରରେ ‘ନମୋ ସେବା ଗାଥା’ ପଥପ୍ରାନ୍ତ ନାଟକ ପରିବେଷଣ କରାଯାଇଛି। ଏହି ଅଭିଯାନ ଅନ୍ତର୍ଗତ ସାରା ରାଜ୍ୟର ବିଭିନ୍ନ ସ୍ଥାନରେ ସେବା, ସୁଶାସନ ଓ ଜନକଲ୍ୟାଣମୂଳକ ବାର୍ତ୍ତାକୁ ନେଇ ପଥପ୍ରାନ୍ତ ନାଟକ ଆୟୋଜିତ ହେଉଛି।
ଏହି କ୍ରମରେ ସାହାରା ଅନୁଷ୍ଠାନର ସାଂସ୍କୃତିକ ଦଳ ରାଇକିଆ ପକ୍ଷରୁ ରାଇକିଆ ବସ୍‌ଷ୍ଟାଣ୍ଡ ଏବଂ ମଣ୍ଡାକିଆ ପଞ୍ଚାୟତରେ ‘ନମୋ ସେବା ଗାଥା’ ନାଟକ ପରିବେଷଣ କରାଯାଇଥିଲା। ନାଟକ ମାଧ୍ୟମରେ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ପଦକ୍ଷେପ ଓ ସେବାମୂଳକ କାର୍ଯ୍ୟ ସମ୍ପର୍କରେ ଲୋକଙ୍କୁ ସଚେତନ କରାଯାଇଥିଲା। ପଥପ୍ରାନ୍ତ ନାଟକ ଦେଖିବା ପାଇଁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍ସାହ ଦେଖାଯାଇଥିଲା।
କାର୍ଯ୍ୟକ୍ରମରେ ରାଇକିଆ ବ୍ଲକ କଳାକାର ସଂଘର ସଭାପତି,ତଥା ରାଇକିଆ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଡ଼ଃ ସବ୍ୟସାଚୀ ସାହୁ, ଉପସଭାପତି ତଥା ସାହାରା ଏନଜିଓ ମୁଖ୍ୟ ସୁକାନ୍ତ କୁମାର ନାୟକ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ରାମକୃଷ୍ଣ ବେହେରା ଡବ୍ଲ୍ୟୁଇଓ, ସରପଞ୍ଚ, ସମିତିସଭ୍ୟ ଏବଂ ଭାଜପା ଜିଲ୍ଲା ଉପସଭାପତି ଝୁଲିମା ଦଳବେହେରାଙ୍କ ସମେତ ବହୁ ଜନପ୍ରତିନିଧି, ଅଧିକାରୀ ଓ ସ୍ଥାନୀୟ ଲୋକ ଉପସ୍ଥିତ ଥିଲେ।
ରିପୋର୍ଟର ଦୁତି କୃଷ୍ଣ ପଣ୍ଡା

  • Related Posts

    ‘କ୍ରାଇମବ୍ରାଞ୍ଚ ଚାପମୁକ୍ତ ହୋଇ କରୁଛି ତଦନ୍ତ’

    ବାଲିଅନ୍ତା : ବାଲିଅନ୍ତା ଭିଡ଼ହିଂସାରେ ସୌମ୍ୟରଞ୍ଜନ ହତ୍ୟା ମାମଲାରେ ଡିଜିପିଙ୍କ ବଡ଼ ବୟାନ । ପୁଲିସ ଡିଜି ବିନୟତୋଷ ମିଶ୍ର ବଡ଼ ସୂଚନା ଦେଇଛନ୍ତି । କହିଛନ୍ତି, କ୍ରାଇମବ୍ରାଞ୍ଚ ସମ୍ପୂର୍ଣ୍ଣ ପ୍ରୋଫେସନାଲ୍ ଭାବେ କାର୍ଯ୍ୟ କରୁଛି । କୌଣସି ବାହ୍ୟ ଚାପ…

    Continue reading
    ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ଉପରେ ରହିବ ନଜର-ପୋଲିସ ଡିଜି

    ଛାତ୍ର ସଂସଦ ନିର୍ବାଚନକୁ ନେଇ ଏବେଠୁ କଡ଼ା ହୋଇଛି ପୋଲିସ ପ୍ରଶାସନ। କଲେଜ ନିର୍ବାଚନ ସମୟରେ କ୍ୟାମ୍ପସ୍‌ରେ ଯେପରି କୌଣସି ପ୍ରକାର ଅଶାନ୍ତି କିମ୍ବା ଗଣ୍ଡଗୋଳ ସୃଷ୍ଟି ନହୁଏ, ସେଥିପାଇଁ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଶେଷକରି ଅଣଛାତ୍ରଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ