ରାଇରଙ୍ଗପୁର ଆସିବେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି

ରାଇରଙ୍ଗପୁର: ଆଗାମୀ ଜୁନ ୧୯ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ୨୦ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ରାଇରଙ୍ଗପୁର ଗସ୍ତ କାର୍ଯ୍ୟକ୍ରମ ରହିଥିବା ଦଳୀୟ ସୂତ୍ରରୁ ଜଣାଯାଇଛି। ନିର୍ଦିଷ୍ଟ ଭାବେ କୌଣସି ଚୂଡ଼ାନ୍ତ ଗସ୍ତ ସୂଚୀ ଜାରି ହୋଇନଥିଲେ ହେଁ ଦଳୀୟ ମହଲରେ ଏହାକୁ ନେଇ ଚର୍ଚ୍ଚା ଓ କଳ୍ପନାଜଳ୍ପନା ଆରମ୍ଭ ହୋଇଯାଇଛି।
୧୯ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପହଞ୍ଚୁଥିବା ବେଳେ ୨୦ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଇରଙ୍ଗପୁର ଗସ୍ତରେ ଆସିବେ। ସେ ରାଷ୍ଟ୍ରପତିଙ୍କ ଜନ୍ମିତ ଗ୍ରାମ ଉପରବେଡ଼ା ଯିବେ ଓ ସେଠାରୁ ଫେରି ଜନସଭାରେ ଉଦ୍‌ବୋଧନ ଦେବେ ବୋଲି ଜଣାଯାଇଛି। ଏହି ଜନସଭାରେ ୫୦ ହଜାରରୁ ଊର୍ଦ୍ଧ୍ବ ଲୋକଙ୍କ ସମାଗମ ହେବାକୁ ଥିବାରୁ ସେଥିପାଇଁ ରାଇରଙ୍ଗପୁର ସହର ଆଖପାଖର ସମସ୍ତ ସମ୍ଭାବିତ ସ୍ଥାନ ପାଇଁ ଏବେଠାରୁ ଖୋଜାଖୋଜି ଆରମ୍ଭ ହୋଇଯାଇଛି।
ମୋଦୀ ଭାରତର ପ୍ରଧାନମନ୍ତ୍ରୀ ଭାବେ ସ୍ବର୍ଗତ ଇନ୍ଦିରା ଗାନ୍ଧୀଙ୍କ ପରେ ପ୍ରଥମ ଥର କରି ରାଇରଙ୍ଗପୁର ଆସୁଥିବାରୁ ବିଜେପି ଦଳୀୟ ମହଲରେ ବିଶେଷ ଉତ୍ସାହ ଉଦ୍ଦୀପନା ପ୍ରକାଶ ପାଇଛି। ପ୍ରଧାନମନ୍ତ୍ରୀ ମୋଦୀ ରାଷ୍ଟ୍ରପତିଙ୍କ ସହର ରାଇରଙ୍ଗପୁର ଓ ମୟୂରଭଞ୍ଜ ଜିଲା ପାଇଁ କ’ଣ ସ୍ବତନ୍ତ୍ର ପ୍ୟାକେଜ ନେଇ ଆସିଛନ୍ତି, ସେଥିନେଇ ନାନା ଆଲୋଚନା ଆରମ୍ଭ ହୋଇଛି। ଏଯାବତ୍‌ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତର ଚୂଡ଼ାନ୍ତ କାର୍ଯ୍ୟକ୍ରମକୁ ଅପେକ୍ଷା କରାଯାଉଛି।

  • Related Posts

    ହାଇଓ୍ବାକୁ ପଛରୁ ପିଟିଲା କାର୍, ୨ ମୃତ

    କଳାହାଣ୍ଡି: କଳାହାଣ୍ଡି ଜିଲା ଭବାନୀପାଟଣା ବାଇପାସ ରାସ୍ତାରେ ଭୟଙ୍କର ଦୁର୍ଘଟଣା। ବିଳମ୍ବିତ ରାତି ରାସ୍ତାରେ ଠିଆ ହୋଇଥିବା ହାଇଓ୍ବାକୁ ପଛରୁ ପିଟିଲା ଦ୍ରୁତଗାମୀ ବିଏମ୍ଡବ୍ଲୁ କାର୍। ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଚାଲିଗଲା ୨ ଜଣଙ୍କ ଜୀବନ। ମୃତକ ହରିୟାଣାର ବୋଲି ଜଣାପଡିଛି।…

    Continue reading
    ଓଏଏସ୍ ପ୍ରେମିକ ଭୀମ୍‌ସେନ ଟୁଡୁ ଗିରଫ

    କଟକ/ବାରଙ୍ଗ: ବାଲେଶ୍ୱର ମେଡିକାଲ୍ କଲେଜ ଛାତ୍ରୀ ମୟୂରଭଞ୍ଜର ଚନ୍ଦ୍ରିକା ଭଞ୍ଜବାଳା ହେମ୍ବ୍ରମ୍ଙ୍କ ମୃତ୍ୟୁ ଘଟଣାରେ ଅଭିଯୁକ୍ତ ଓଏଏସ୍ ପ୍ରେମିକ ଭୀମ୍‌ସେନ ଟୁଡୁ ଗିରଫ। ତେବେ କେଉଁ ପରିସ୍ଥିତି ଚନ୍ଦ୍ରିକାଙ୍କ ମୃତ୍ୟୁ ଘଟିଥିଲା। ଚନ୍ଦ୍ରିକା ମୃତ୍ୟୁ କଣ ରହସ୍ୟ ? ଚନ୍ଦ୍ରିକାଙ୍କୁ ମାନସିକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ