ରାଉରକେଲାରେ ୧୫୮ କୋଟି ଟଙ୍କା ବ୍ୟୟରେ ୪ ପ୍ରକଳ୍ପ ଲୋକାର୍ପଣ କଲେ ରାଷ୍ଟ୍ରପତି

ରାଉରକେଲା:ରାଷ୍ଟ୍ରପତି ଦୌପଦ୍ରୀ ମୁର୍ମୁ ରାଉରକେଲାରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ମହାମହିମଙ୍କ ସହ ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପବାଚସ୍ପତି ଭବାନୀ ଶଙ୍କର ଭୋଇ,କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ ଓ ରଘୁନାଥପାଲି ଦୁର୍ଗା ଚରଣ ତନ୍ତୀ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡି କରାଯାଇଛି। ଆଦିବାସୀ ଓ ମହିଳାଙ୍କ ବିକାଶକୁ ଗୁରୁତ୍ୱ ଦେଇ ରାଷ୍ଟ୍ରପତି କହିଛନ୍ତି, ଆଦିବାସୀଙ୍କ ବିକାଶ ପାଇଁ ସରକାର ଅନେକ ପଦକ୍ଷେପ ନେଉଛନ୍ତି। ଅଧିକରୁ ଅଧିକ ଏକଲବ୍ୟ ସ୍କୁଲମାନ ପ୍ରତିଷ୍ଠା କରାଯାଉଛି। ପ୍ରଧାନମନ୍ତ୍ରୀ ଜନମନ ଯୋଜନା ଜନଜାତିଙ୍କ ପାଇଁ କାର୍ଯ୍ୟ କରୁଛି। ସାମଗ୍ରିକ ବିକାଶ ପାଇଁ ସମସ୍ତଙ୍କୁ ଆଗକୁ ନେବାକୁ ପଡ଼ିବ। ମୁଖ୍ୟମନ୍ତ୍ରୀ, ଆଦିବାସୀ କଲ୍ୟାଣ ମନ୍ତ୍ରୀଙ୍କ କାର୍ଯ୍ୟ ବେଶ୍ ପ୍ରଶଂସନୀୟ ରହିଛି। ସେହିପରି ରାଉରକେଲା ସଭାରେ ମହିଳାଙ୍କ ବିକାଶ ଉପରେ ଗୁରୁତ୍ବାରୋପ କରିଛନ୍ତି ରାଷ୍ଟ୍ରପତି। ମହିଳାଙ୍କ ବିକାଶ ବିନା ବିକଶିତ ଭାରତ ସ୍ବପ୍ନ ପୂରଣ ହୋଇପାରିବନି। ଓଡ଼ିଶାରେ କାର୍ଯ୍ୟ କରୁଥିବା ‘ସୁଭଦ୍ରା’ ଯୋଜନା ମହିଳାଙ୍କୁ ଆଗକୁ ନେବ। ଏଥିସହ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଦ୍ୱାରା ବିଭିନ୍ନ ସାମଗ୍ରୀ ଓ ଖାଦ୍ୟ ପ୍ରଦର୍ଶିତ ଷ୍ଟଲ ଗୁଡିକ ବୁଲି ଦେଖିଥିଲେ। ମହିଳା ଏସଏଚଜି ଗ୍ରୁପ ମହିଳାମାନଙ୍କ ସହ ଫଟୋ ମଧ୍ୟ ଉଠାଇଥିଲେ। ରାଷ୍ଟ୍ରପତି ପ୍ରାୟ ୧୫୮ କୋଟି ଟଙ୍କା ବ୍ୟୟଅଟକଳରେ ଚାରିଟି ପ୍ରକଳ୍ପ ଲୋକାର୍ପଣ କରିଛନ୍ତି। ଏଥି ମଧ୍ୟରେ ୪୮ କୋଟିର ସମନ୍ୱିତ ନିର୍ଦ୍ଦେଶ ଓ ନିୟନ୍ତ୍ରଣ କେନ୍ଦ୍ର, ୪୦ କୋଟିର ଆଦିବାସୀ ସଂଗ୍ରହାଳୟ, ୪୨.୪୪ କୋଟିର ନିର୍ମଳ ମୁଣ୍ଡା ପ୍ରବେଶ ପଥ ଓ ୨୭ କୋଟିର ବିଜ୍ଞାନ ପାର୍କ ଓ ପ୍ଲାନେଟାରିୟମ୍‌ ରହିଛି।

  • Related Posts

    ଓଡ଼ିଶାରେ ସ୍ୱାଭାବିକ ଓ ସ୍ଥିର ରହିଛି ପେଟ୍ରୋଲ, ଡିଜେଲ ଏବଂ ଏଲପିଜି ଯୋଗାଣ

    ଭୁବନେଶ୍ୱର,୨୧/୦୪/୨୦୨୬:ବର୍ତ୍ତମାନ ବିଶ୍ୱ ଶକ୍ତି ବଜାରକୁ ପ୍ରଭାବିତ କରୁଥିବା ଭୌଗୋଳିକ-ରାଜନୈତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି, ଇଣ୍ଡିଆନ ଅଏଲ କର୍ପୋରେସନ ଲିମିଟେଡ ପୁନର୍ବାର ନିଶ୍ଚିତ କରିଛି ଯେ, ସାରା ଓଡ଼ିଶାରେ ଏଲପିଜି, ପେଟ୍ରୋଲ ଓ ଡିଜେଲର ଯୋଗାଣ ସ୍ୱାଭାବିକ ଓ ସ୍ଥିର ରହିଛି। ସମଗ୍ର…

    Continue reading
    ଭାଷା ଯେତେ କଥିତ, ପ୍ରଚଳିତ ସେ ଭାଷା ସେତେ ସମୃଦ୍ଧ:ରାଜ୍ୟପାଳ

    ଭୁବନେଶ୍ୱର: ଯେଉଁ ଭାଷା ଯେତେ ସକ୍ରିୟ ଭାବେ କଥିତ, ପ୍ରଚଳିତ ଓ ଭବିଷ୍ୟତ ପିଢ଼ି ପାଇଁ ପ୍ରେରିତ ହୁଏ, ସେ ଭାଷା ସେତେ ସମୃଦ୍ଧ ହୁଏ I ଦୈନନ୍ଦିନ ଜୀବନରେ ଓଡ଼ିଆ ଭାଷାକୁ ପ୍ରୋତ୍ସାହିତ କରିବା ପାଇଁ ରାଜ୍ୟପାଳ ଡ଼ ହରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର