ରାଜଧାନୀରୁ ଅପହୃତ ଯୁବତୀ ଉଦ୍ଧାର

ଭୁବନେଶ୍ୱର:ଗତ ରାତିରୁ ଅପହରଣ ହୋଇଥିବା ଯୁବତୀ ଆଜି ଉଦ୍ଧାର ହୋଇଛନ୍ତି। ଲୁମ୍ବିନୀ ବିହାର ଅଞ୍ଚଳରୁ ଅପହରଣ ହୋଇଥିବା ଯୁବତୀଙ୍କୁ ପ୍ରାୟ ୧୦ ଘଣ୍ଟା ପରେ ଭୁବନେଶ୍ୱର ଭିତରୁ ଉଦ୍ଧାର କରିଛି ପୁଲିସ୍‌। ଉଦ୍ଧାର ଯୁବତୀଙ୍କୁ ମୈତ୍ରିବିହାର ଥାନାରେ ପଚରାଉଚରା କରାଯାଉଛି। ତେବେ କିଏ ଓ କାହିଁକି ଏହି ଅପହରଣ କରିଥିଲା, ଏହା ପଛର କାରଣ କ’ଣ ତା’ ଉପରୁ ପରଦା ହଟି ପାରିନି।ଗତକାଲି ବିଳମ୍ବିତ ରାତି ପ୍ରାୟ ୧ଟା ୩୦ ବେଳେ ଜଣେ ଯୁବତୀ ନିଜ ପୁରୁଷ ବନ୍ଧୁଙ୍କ ସହ ଲୁମ୍ବିନୀ ବିହାର ଅଞ୍ଚଳରେ ଯାଉଥିଲେ। ଯୁବକଙ୍କ ଘର ନିଳାଦ୍ରି ବିହାର ଅଞ୍ଚଳରେ ହୋଇଥିବା ବେଳେ ଯୁବତୀଜଣକ ବି ଆଖପାଖ ଅଞ୍ଚଳରେ ରହୁଥିଲେ।ଉକ୍ତ ସମୟରେ ୪ ଯୁବକ ଏକ କାର୍‌ରେ ଆସି ଉଭୟଙ୍କୁ ଅଟକାଇଥିଲେ। ସେମାନେ ଯୁବତୀଙ୍କୁ ଟେକି ନେବାକୁ ଉଦ୍ୟମ କରିବା ବେଳେ ତାଙ୍କ ପୁରୁଷ ବନ୍ଧୁ ଏହାର ପ୍ରତିବାଦ କରିଥିଲେ। ଫଳରେ ସେମାନେ ତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରି ଲହୁଲୁହାଣ କରିଥିଲେ। ଏହାପରେ ଯୁବତୀଙ୍କୁ ଅପହରଣ କରି ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିଲେ। ଯୁବତୀଙ୍କ ପୁରୁଷ ବନ୍ଧୁଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି।

  • Related Posts

    ଭିଣୋଇଙ୍କୁ ପିଟି ପିଟି ମାରିଦେଲା ଶାଳକ

    ବଡ଼ବିଲ: ପାରିବାରିକ ବିବାଦକୁ କେନ୍ଦ୍ର କରି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଭିଣୋଇକୁ ପିଟି ପିଟି ମାରିଦେଲା ଶାଳକ । ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁ ବୁରୁସାହିରେ ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତକୁ ଧରିବାକୁ…

    Continue reading
    ରାଜଧାନୀରେ ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ !

    ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ନୟାପଲ୍ଲୀ ଥାନା ଅଞ୍ଚଳରେ ଘରେ ଏକା ଥିବା ବେଳେ ଦୁଷ୍କର୍ମ । ଜଣେ ଦୁର୍ବୃତ୍ତ ମୁହଁରେ ମାସ୍କ ପିନ୍ଧି ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି । ଜଣେ ଦୁର୍ବୃତ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ