ରାଜଧାନୀରେ ଅପରାଧି ଜଗିବ ଏଆଇ କ୍ୟାମେରା

ଭୁବନେଶ୍ୱର,14/09: ରାଜଧାନୀକୁ ଅପରାଧମୁକ୍ତ କରିବାକୁ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ସରକାର। ଏଥିପାଇଁ ସରକାର ମାନବସମ୍ବଳ ବଦଳରେ ଏଆଇ(ଆଣ୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ)କୁ ଅସ୍ତ୍ର କରିଛନ୍ତି। ସାରା ରାଜଧାନୀକୁ ଏଆଇ ନିୟନ୍ତ୍ରିତ କରିବାକୁ ମେଗା ଯୋଜନା ପ୍ରସ୍ତୁତ କରାଯାଇଛି। ସହରର ପ୍ରମୁଖ ଛକରେ ୩୧୦୦ଟି ଏଆଇ କ୍ୟାମେରା ଲଗାଇବାକୁ ନିଷ୍ପତ୍ତି ହୋଇଛି। ଏହି କ୍ୟାମେରା ଏତେ ଉଚ୍ଚକ୍ଷମତା ସଂପନ୍ନ ଯେ କିଏ ମହିଳା, କିଏ ପୁରୁଷ, କେଉଁ ରଙ୍ଗ – ଏ ସବୁକୁ ଠଉରେଇ ନେବ। ଅପରାଧୀ ଓ ଗାଡ଼ିକୁ ବି ସହଜରେ ଧରିଦେବ। ପୂର୍ବରୁ ପ୍ରତି ୧ହଜାର ଜନସଂଖ୍ୟାରେ ୭୫ଟି ସାଧାରଣ କ୍ୟାମେରା ଲାଗୁଥିଲା। କିନ୍ତୁ ଏହି ଏଆଇ କ୍ୟାମେରା ୨୦୦୦ ଲୋକଙ୍କ ଉପରେ ନଜର ରଖିପାରିବ। ରାଜ୍ୟ ସରକାରଙ୍କ ଚୂଡ଼ାନ୍ତ ମୋହର ବାଜିବା ପରେ ଏହାର ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହୋଇଛି। ଅଧିକାରୀମାନେ ବିଦେଶର ବିଭିନ୍ନ ସହର ବୁଲିବା ସହ ସେଠାରେ ଟ୍ରାଫିକ୍ ଓ ଅପରାଧ ନିୟନ୍ତ୍ରଣ ବ୍ୟବସ୍ଥାର ଅନୁଧ୍ୟାନ କରି ରିପୋର୍ଟ ଦେବା ପରେ ସରକାର ପ୍ରଥମ ପର୍ଯ୍ୟାୟରେ ରାଜଧାନୀରେ ଏଭଳି ଅତ୍ୟାଧୁନିକ ଜ୍ଞାନକୌଶଳ ଜରିଆରେ ଅପରାଧ ଓ ଟ୍ରାଫିକ୍ ନିୟନ୍ତ୍ରଣ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଯଦି ଫଳପ୍ରଦ ହୁଏ, ପର୍ଯ୍ୟାୟକ୍ରମେ ଅନ୍ୟ ସହରରେ ବି ଏହି ବ୍ୟବସ୍ଥା ଆପଣାଯିବ।

  • Related Posts

    ଲାଞ୍ଚ ନେଇ ଧରାପଡ଼ିଲେ ରାଜସ୍ୱ ନିରୀକ୍ଷକ

    ଭୁବନେଶ୍ୱର: ଜାତି ସାର୍ଟିଫିକେଟ୍ କରାଇଦେବା ପାଇଁ ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଲକାନଗିରି ଜିଲ୍ଲା ଝରାପାଲି ପଞ୍ଚାୟତର ରାଜସ୍ୱ ନିରୀକ୍ଷକ (RI) ସୁରଜବାଲା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜଣେ ଯୁବକଙ୍କ ଜାତି ସାର୍ଟିଫିକେଟ୍ କରାଇଦେବା ପାଇଁ ସୁରଜ ବାଲା…

    Continue reading
    ସୁପ୍ରିମକୋର୍ଟ​‌ରେ ଡିଜିପି ନିଯୁକ୍ତି ମାମଲା : ପକ୍ଷ ରଖିଲେ ଓଡିଶା ସରକାର

    ଭୁବନେଶ୍ବର: ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲାର ମଙ୍ଗଳବାର ଶୁଣାଣି ହୋଇଥିଲା। ଏଥିରେ ଓଡିଶା ସରକାର ନିଜ ପକ୍ଷ ରଖିଛନ୍ତି। ତେବେ ସେପ୍ଟେମ୍ବର ୨ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ସୁପ୍ରିମକୋର୍ଟ ରାୟ ଦେଇଛନ୍ତି।ଓଡିଶାରେ ଡିଜିପି ଚୟନକୁ ନେଇ ଆପତ୍ତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ