ଭୁବନେଶ୍ଵର:ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଡ୍ୟୁଟି ସମୟରେ ଜଣେ ନର୍ସଙ୍କ ସନ୍ଦେହଜନକ ମୃତ୍ୟୁ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇଦେଇଛି। ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଏକ ପ୍ରତିଷ୍ଠିତ ଘରୋଇ ହସ୍ପିଟାଲରେ ଘଟିଛି ଏହି ଅଭାବନୀୟ ଘଟଣା। ହସ୍ପିଟାଲ ବାଥରୁମ୍ ଭିତରୁ ମିଳିଛି ମୃତଦେହ। ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତ ନର୍ସ ଗଞ୍ଜାମ ଜିଲାର ସୋନାଲି ରାଉତ ବୋଲି ଜଣା ପଡ଼ିଛି। ତେବେ ମୃତ୍ୟୁର ସଠିକ୍ କାରଣ ଜଣା ପଡିନାହିଁ।
ପଞ୍ଚାୟତ ଓ ପୌର ନିର୍ବାଚନ : ୨୬ ରୁ ନଭେମ୍ବର ୭ ଯାଏଁ ଡୋର ଟୁ ଡୋର ସର୍ଭେ
ଭୁବନେଶ୍ବର : ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ସ୍ବଚ୍ଛ ,ନିରପେକ୍ଷ ଓ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ଲକ୍ଷ୍ୟ ନେଇ ଅକ୍ଟୋବର ୨୬ ରୁ ନଭେମ୍ବର ୭ ଯାଏଁ ଡୋର ଟୁ ଡୋର ସର୍ଭେ ହେବ। ଏସଆଇଆରରେ ନାଁ କଟିଥିଲେ…







