ରାଜଧାନୀରେ ଝୁଲିପଡ଼ିଲେ ନର୍ସ

ଚନ୍ଦ୍ରଶେଖରପୁର: ରାଜଧାନୀ ଭୁବନେଶ୍ୱରରେ ଜଣେ ଷ୍ଟାଫ୍ ନର୍ସଙ୍କ ସନ୍ଦେହଜନକ ମୃତ୍ୟୁ। ତ୍ରିକୋଣୀୟ ପ୍ରେମକୁ ନେଇ ଏଭଳି ଅଭାବନୀୟ ଘଟଣା ଘଟିଥିବା କୁହାଯାଉଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ନେଇ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଡମଣା ଅଞ୍ଚଳର ଏକ ଭଡ଼ାଘରୁ ତାଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପୁଲିସ । ଘଟଣା ପରେ ପୁଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁସାରେ, ମୃତ ଯୁବତୀ ଜଣେ ଷ୍ଟାଫ୍ ନର୍ସ ଭାବେ ପଟିଆରେ ଥିବା ଏକ ବେସରକାରୀହସ୍ପିଟାଲରେ କାର୍ଯ୍ୟରତ ଥିଲେ ଏବଂ ଡମଣା ଅଞ୍ଚଳରେ ଏକ ଭଡ଼ାଘରେ ରହୁଥିଲେ । ସନ୍ଦେହଜନକ ପରିସ୍ଥିତିରେ ତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହେବା ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା । ଏହି ଘଟଣାରେ ପୁଲିସ ଦୁଇ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି । ସେମାନଙ୍କ ମଧ୍ୟରୁ ଜଣେ ମୃତ ନର୍ସଙ୍କ ପୂର୍ବତନ ପ୍ରେମିକ ବୋଲି ସୂଚନା ମିଳିଛି ।

ପରିବାର ପକ୍ଷରୁ ଅଭିଯୋଗ ହୋଇଛି ଯେ, ପୂର୍ବତନ ପ୍ରେମିକ ତାଙ୍କୁ ବ୍ଲାକମେଲ୍ କରୁଥିଲେ, ଯାହା ଫଳରେ ସେ ମାନସିକ ଚାପରେ ରହୁଥିଲେ। ତେବେ ମୃତ୍ୟୁର ପ୍ରକୃତ କାରଣ ଆତ୍ମହତ୍ୟା କି ଏହା ପଛରେ ଅନ୍ୟ କୌଣସି କାରଣ ରହିଛି, ସେନେଇ ପୁଲିସ ବିଭିନ୍ନ ଦିଗରୁ ତଦନ୍ତ କରୁଛି। ମୋବାଇଲ୍ ଫୋନ୍, ଡିଜିଟାଲ୍ ପ୍ରମାଣ ଏବଂ ଅନ୍ୟାନ୍ୟ ସାକ୍ଷ୍ୟ ସଂଗ୍ରହ କରାଯାଉଛି। ପୁଲିସ କହିଛି, ପୋଷ୍ଟମର୍ଟମ ରିପୋର୍ଟ, ଫରେନସିକ୍ ତଥ୍ୟ ଏବଂ ତଦନ୍ତରୁ ମିଳୁଥିବା ପ୍ରମାଣ ଆଧାରରେ ପରବର୍ତ୍ତୀ ଆଇନଗତ ପଦକ୍ଷେପ ନିଆଯିବ। ବର୍ତ୍ତମାନ ତଦନ୍ତ ଜାରି ରହିଛି ।

  • Related Posts

    ସୌମ୍ୟ ହତ୍ୟା ମାମଲା :୧୧ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

    ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟାକାଣ୍ଡ ମାମଲାରେ ବଡ଼ ଖବର । ଏହି ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଆଜି କୋର୍ଟରେ ୧୧ ଜଣ ଅଭିଯୁକ୍ତଙ୍କ ବିରୋଧରେ ୭୬୭ ପୃଷ୍ଠାର ଏକ ବିସ୍ତୃତ ଚାର୍ଜସିଟ୍ ଦାଖଲ କରିଛି । ଦୀର୍ଘ ଦିନର ତଦନ୍ତ ପରେ…

    Continue reading
    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ