ରାଜଧାନୀରେ ଝୁଲି ପଡ଼ିଲେ ପଥର ମୂର୍ତ୍ତି କାରିଗର

ରାଜଧାନୀ ଭୁବନେଶ୍ୱରରେ ଝୁଲି ପଡ଼ିଲେ ଜଣେ ପଥର ମୂର୍ତ୍ତି କାରିଗର। ହେଲେ ମୃତ୍ୟୁର କାରଣ ଜଣାପଡ଼ି ନାହିଁ। ପୁଲିସ୍‌ ମୃତଦେହ ଜବତ କରି ଘଟଣାର ତଦନ୍ତ ଚଳାଇଛି।
ବାଲେଶ୍ୱର ଜିଲ୍ଲା ଜଳେଶ୍ଵରପୁର ଅଞ୍ଚଳର ୩୪ ବର୍ଷୀୟ ଯୁବକ ଚିତ୍ତରଞ୍ଜନ ମହାରଣା ପେସାରେ ଜଣେ ପଥର ମୂର୍ତ୍ତି କାରିଗର। ସେ ଭୁବନେଶ୍ୱରରେ ରହି ମୂର୍ତ୍ତି କାମ କରନ୍ତି। ହେଲେ ଆଜି ସକାଳେ ତାଙ୍କ ଝୁଲନ୍ତା ମୃତଦେହ ଖାରବେଳନଗର ଥାନା ସାମ୍ନା ମାଷ୍ଟର କ୍ୟାଣ୍ଟିନ ଛକରୁ ବାଣୀବିହାର ଯିବା ରାସ୍ତା ପାର୍ଶ୍ଵରେ ଏକ ଗଛରେ ଝୁଲିଥିଲା। ସ୍ଥାନୀୟ ଲୋକେ ଏନେଇ ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ୍‌ ମୃତଦେହ ବ୍ୟବଚ୍ଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।
ଜଣେ ପଥର ମୂର୍ତ୍ତି କାରିଗର ଭୁବନେଶ୍ୱରରେ କ’ଣ ପାଇଁ ଆତ୍ମହତ୍ୟା କଲେ? ହେଲେ ଏହାର କାରଣ ପଡ଼ିନାହିଁ। ତେବେ ଅଭିଯୋଗ ଅନୁସାରେ ଗତ ୬ମାସ ହେଲା ଚିତ୍ତରଞ୍ଜନ ମହାରଣା ଘରକୁ ଯାଉଥିଲେ। ପାରିବାରିକ ଗଣ୍ଡଗୋଳ ପାଇଁ ସେ ପରିବାର ଲୋକଙ୍କ ସହିତ କଥାବାର୍ତ୍ତା ହେଉନଥିବା ଚର୍ଚ୍ଚା ହେଉଛି।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ