ରାଜଧାନୀରେ ପୁଣି ଦୁର୍ବୃତ୍ତଙ୍କ ଆତଙ୍କରାଜ

ଭୁବନେଶ୍ବର : ରାଜଧାନୀରେ ପୁଣି ଦୁର୍ବୃତ୍ତଙ୍କ ଆତଙ୍କରାଜ ଦେଖିବାକୁ ମିଳିଛି। ଶ୍ରୀୟା ଫିଲ୍ମ ହଲ୍ ସାମ୍ନାରେ କିଛି ଦୁର୍ବୃତ୍ତ ଖଣ୍ଡା ଧରି ଉତ୍ପାତ ସୃଷ୍ଟି କରିବା ସହ ଷ୍ଟ୍ରିଟ୍ ଫୁଡ୍ ଦୋକାନଗୁଡ଼ିକରେ ବ୍ୟାପକ ଭଙ୍ଗାରୁଜା କରିଛନ୍ତି।

ଘଟଣାସ୍ଥଳରେ ଆତଙ୍କର ପରିବେଶ ସୃଷ୍ଟି ହୋଇଥିବାବେଳେ ମୋମୋ, ଚାଟ୍ ଓ ଗୁପଚୁପ୍ ଦୋକାନକୁ ଟାର୍ଗେଟ୍ କରି ଦୁର୍ବୃତ୍ତମାନେ ଭଙ୍ଗାରୁଜା କରିଥିଲେ। ହଠାତ୍ ଆକ୍ରମଣରେ ଭୟଭୀତ ହୋଇ ଅନେକ ଷ୍ଟ୍ରିଟ୍ ଫୁଡ୍ ବ୍ୟବସାୟୀ ଦୋକାନ ଛାଡ଼ି ପ୍ରାଣ ବଞ୍ଚାଇବା ପାଇଁ ଦୌଡ଼ି ପଳାଇଥିଲେ। ସ୍ଥାନୀୟ ଲୋକଙ୍କ ମଧ୍ୟରେ ଭୟ ଓ ଅସନ୍ତୋଷ ଦେଖାଦେଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଦୁର୍ବୃତ୍ତମାନଙ୍କୁ ଧରିବା ପାଇଁ ସହରର ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି।

  • Related Posts

    ଛାତ୍ରଛାତ୍ରୀଙ୍କୁ ମିଳିବ ନୂଆ ସ୍କୁଲ୍‌ ବ୍ୟାଗ୍

    ଭୁବନେଶ୍ୱର: ସରକାରୀ ବିଦ୍ୟାଳୟରେ ଶିଶୁ ବାଟିକାରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ପଢୁଥିବା ପିଲାମାନଙ୍କୁ ମାଗଣାରେ ନୂଆ ସ୍କୁଲ୍ ବ୍ୟାଗ୍ ପ୍ରଦାନ କରାଯିବ। ଏନେଇ ଓଡ଼ିଶା ସ୍କୁଲ୍ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ପକ୍ଷରୁ ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ଜିଲ୍ଲା ପ୍ରକଳ୍ପ ସଂଯୋଜକ…

    Continue reading
    ରଥଯାତ୍ରା ପାଇଁ ପୁରୀରେ ପହଞ୍ଚିଲା ଦଉଡ଼ି

    ପୁରୀ: ରଥଯାତ୍ରା ପାଇଁ ପୁରୀରେ ପହଞ୍ଚିଲା ରଥ ଦଉଡ଼ି । ଦୁଇଟି ଗାଡ଼ିରେ ତିନି ରଥ ପାଇଁ ୮ ଇଞ୍ଚ ଗୋଲେଇର ଆସିଲା ୨୮ଟି ଦଉଡ଼ି । ଗୋଟିଏ ଦଉଡ଼ିର ଲମ୍ବ ୨୨୦ ଫୁଟ ବା ୬୭ ମିଟର । ଓଡ଼ିଶା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ