ରାଜଧାନୀରେ ବର୍ଷା, ମଧୁସୂଦନ ନଗରରେ ସର୍ବାଧିକ ୧୦୭ ମିମି ରେକର୍ଡ

ଭୁବନେଶ୍ବର : ଗତକାଲି ରାତିଠାରୁ ଭୁବନେଶ୍ୱରେ ପ୍ରବଳରୁ ଅତି ପ୍ରବଳ ବର୍ଷା ରେକର୍ଡ ହୋଇଛି । ଫଳରେ ରାଜଧାନୀର ଚାରିଆଡ଼େ ପାଣି ଭର୍ତ୍ତି ହୋଇ ଯାଇଛି । ଭୁବନେଶ୍ୱରରେ ସକାଳ ସାଢେ ୫ଟା ସୁଦ୍ଧା ୯୭.୨ ମିଲିମିଟର ବର୍ଷା ରେକର୍ଡ ହୋଇଛି । ମଧୁସୂଦନ ନଗରରେ ସର୍ବାଧିକ ୧୦୭ ମିଲିମିଟର ବର୍ଷା ରେକର୍ଡ କରା ଯାଇଛି ।ଆଇଟିଇଆର ଡେଭିସ୍ ୱେଦର୍ ରିପୋର୍ଟ ଅନୁଯାୟୀ, KIIT ବିଶ୍ୱବିଦ୍ୟାଳୟ ଅଞ୍ଚଳରେ ଗତ ୨୪ ଘଣ୍ଟାରେ ୩୭.୪ ମିଲିମିଟର ବର୍ଷା ରେକର୍ଡ ହୋଇଛି । ବର୍ତ୍ତମାନ ତାପମାତ୍ରା ୨୫ ଡିଗ୍ରୀ ରହିଥିବା ବେଳେ ଆର୍ଦ୍ରତା ୯୮% ଛୁଇଁଛି । ITER SOA ବିଶ୍ୱବିଦ୍ୟାଳୟ ଅଞ୍ଚଳରେ ବର୍ଷାର ପରିମାଣ ଗତ ୨୪ଘଣ୍ଟାରେ ୭୮ ମିଲମିଟିର ବର୍ଷା ହୋଇଛି । ଆସନ୍ତା ଦୁଇ ଦିନ ମଧ୍ୟ ପ୍ରବଳ ବର୍ଷା ନେଇ ଆକଳନ କରା ଯାଇଛି । ଆଜି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଅଛି। କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇ ପାରେ। ଏହି ଦୁଇ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରା ଯାଇଛି ।
ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି। ଏହାସହ ରାଜ୍ୟର ୨୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରା ଯାଇଛି । ଉପକୂଳ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାର ବିକ୍ଷିପ୍ତ ସ୍ଥାନରେ ବର୍ଷା ହୋଇ ପାରେ । ଆସନ୍ତାକାଲି ବାଲେଶ୍ବର, ଭଦ୍ରକ, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହୋଇପାରେ । ୮, ୯ ଓ ୧୦ ତାରିଖରେ ବି ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ ବୋଲି ବୋଲି ପାଣିପାଗ ବିଭାଗ ଆକଳନ କରିଛି।B

  • Related Posts

    ଶୋଇଥିବା ବେଳେ ହାତୀ ଆକ୍ରମଣ, ୪ ଗୁରୁତର

    ବଲାଙ୍ଗୀର :ରାତିରେ ଶୋଇଥିବା ବେଳେ ହାତୀ ଆକ୍ରମଣ। ଗୋଟିଏ ପରିବାରର ୪ ଗୁରୁତର। ବଲାଙ୍ଗୀର ଜିଲ୍ଲା ମୁରିବାହଲ ଥାନା ସରଗୁଲ ଗାଁରେ ହାତୀ ଆତଙ୍କ। ରାତିରେ ଶୋଇଥିବା ବେଳେ ଗାଁରେ ପଶିଥିଲେ ୧୫ ଟିକିଆ ହାତୀ ପଲ। ଆକ୍ରମଣରେ ଗାଁର ଲିଙ୍ଗରାଜ…

    Continue reading
    ସ୍କୁଲ ପ୍ରବେଶ ଫାଟକ ଭୁଶୁଡ଼ି ଦୁଇ ଛାତ୍ର ଆହତ

    ନନ୍ଦପୁର: କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତର କାଲାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଫାଟକ ଉପୁଡ଼ି ଗୁରୁବାର ଦୁଇ ଛାତ୍ର ଆହତ ହୋଇଛନ୍ତି। ଦୁଇ ଛାତ୍ର ସତ୍ୟ ଖିଲ (୭) ଓ କାମେଶ ଖିଲ (୮)ଙ୍କୁ ନନ୍ଦପୁର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ