ଭୁବନେଶ୍ୱର: ରାଜଧାନୀର ରସୁଲଗଡ଼- ବାଣୀବିହାର ଜାତୀୟ ରାଜପଥରେ ସକାଳୁ ଘଟିଛି ବୀଭତ୍ସ ହତ୍ୟାକାଣ୍ଡ। ଚଳନ୍ତା ବାଇକ୍ରେ ଯାଉଥିବା ଜଣେ ଯୁବକଙ୍କ ମୁଣ୍ଡକୁ ହାଣି ହତ୍ୟା କରିଛନ୍ତି ଦୁର୍ବୃତ୍ତ। ଫଳରେ ରାଜପଥ ଉପରେ ପଡ଼ିଛି ମୁଣ୍ଡବିହୀନ ମୃତଦେହ। ମୃତକଙ୍କ ପରିଚୟ ମିଳି ପାରି ନ ଥିବା ବେଳେ ହତ୍ୟାକାରୀ ଘଟଣାସ୍ଥଳରୁ ଫେରାର ହୋଇ ଯାଇଛନ୍ତି।
ଆଜି ସକାଳ ପ୍ରାୟ ୮ଟା ବେଳେ ରସୁଲଗଡ଼ରୁ ବାଣୀବିହାର ଓଭରବ୍ରିଜ ଉପରେ ଜଣେ ଯୁବକ ସ୍କୁଟିରେ ଯାଉଥିଲେ। ଏହି ସମୟରେ ପଛରୁ ଏକ ବାଇକ୍ରେ ଆସିଥିବା ଦୁଇ ଯୁବକ ଚଳନ୍ତା ଗାଡ଼ିରେ ଯାଉଥିବା ଯୁବକଙ୍କୁ ଏକ ମାରଣାସ୍ତ୍ରରେ ଚୋଟ ପକାଇଥିଲେ। ଫଳରେ ତାଙ୍କ ବେକ ମୁଣ୍ଡରୁ ଅଲଗା ହୋଇ ତଳେ ପଡ଼ି ଯାଇଥିଲା ଓ ଘଟଣାସ୍ଥଳରେ ତାଙ୍କ ମୃତ୍ୟୁ ହୋଇ ଯାଇଥିଲା। ଯୁବକଙ୍କ ବେକ ଓ ଗୋଡ଼ରେ ବି ଗଭୀର ଆଘାତ ଲାଗିଛି।