ରାଜଧାନୀରେ ସୁନା ଦୋକାନରୁ ଲୁଟ୍‌

ଭୁବନେଶ୍ୱର: ରାଜଧାନୀରେ ଚାଲିଛି ଲୁଟେରାଙ୍କ ରାଜ୍‌ । ପୁଣି ମାତିଲେ ସିନ୍ଧି ଚୋର । ସୁନା ଦୋକାନର ତାଲା କାଟି ଲୁଟେରା ନେଇଗଲେ ଲକ୍ଷାଧିକ ଟଙ୍କାର ଅଳଙ୍କାର । ପାଖାପାଖି ଦୁଇ କିଲୋଗ୍ରାମ୍ ରୂପା ଓ ୨୦ଗ୍ରାମ ସୁନା ଅଳଙ୍କାର ନେଇଥିବା ବେଳେ ଏହାର ଦୃଶ୍ୟ ସିସିଟିଭିରେ କଏଦ ହୋଇଛି । ରାଜଧାନୀ ଭୁବନେଶ୍ୱରରେ ଏଭଳି ଘଟଣା ଘଟିଛି । ସୂଚନା ମୁତାବକ, ଚକେଇସିଆଣି ମୁଖ୍ୟ ବଜାରରେ ଥିବା ସୁବର୍ଣା ଜୁଏଲାରୀରୁ ହୋଇଛି ସିନ୍ଧି ଚୋରି । ଡିସେମ୍ୱର୧୯ ତାରିଖ ବିଳମ୍ବିତ ରାତିରେ ଦୋକାନର ସାମ୍ନା ପଟ ତାଲା କାଟି ଅଳଙ୍କାର ନେଇଛନ୍ତି ଲୁଟେରା । ପ୍ରଥମେ ଶାବଳରେ ଲୁହା କବାଟ ତାଡ଼ି ଦୋକାନରେ ପଶିଥିଲେ । ଚୋରି ପୂର୍ବରୁ ସିସିଟିଭିର ମୁହଁ ଉପରକୁ କରିବା ସହ ସିସିଟିଭିର ଡିଭିଆର୍ ମଧ୍ୟ ନେଇଯାଇଛନ୍ତି ଚୋର । ଦୋକାନରରେ ପଶି ପାଖାପାଖି ଦୁଇ କିଲୋଗ୍ରାମ୍ ରୂପା ଓ ୨୦ଗ୍ରାମ ସୁନା ଅଳଙ୍କାର ଲୁଟି ନେଇଥିଲେ ଦୁର୍ବୃତ୍ତ । ଏନେଇ ସ୍ଥାନୀୟ ମଞ୍ଚେଶ୍ୱର ଥାନାରେ ଅଭିଯୋଗ କଲେ ଦୋକାନ ମାଲିକ ବ୍ରହ୍ମା ସାହୁ । ଉକ୍ତ ଅଭିଯୋଗ ଆଧାରରେ ଆଖପାଖ ଅଞ୍ଚଳର ସିସିଟିଭି ଯାଞ୍ଚ କରି ଘଟଣାର ତଦନ୍ତ କରୁଛି ମଞ୍ଚେଶ୍ୱର ଥାନା ପୋଲିସ ।

  • Related Posts

    ଭିଣୋଇଙ୍କୁ ପିଟି ପିଟି ମାରିଦେଲା ଶାଳକ

    ବଡ଼ବିଲ: ପାରିବାରିକ ବିବାଦକୁ କେନ୍ଦ୍ର କରି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଭିଣୋଇକୁ ପିଟି ପିଟି ମାରିଦେଲା ଶାଳକ । ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁ ବୁରୁସାହିରେ ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତକୁ ଧରିବାକୁ…

    Continue reading
    ରାଜଧାନୀରେ ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ !

    ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ନୟାପଲ୍ଲୀ ଥାନା ଅଞ୍ଚଳରେ ଘରେ ଏକା ଥିବା ବେଳେ ଦୁଷ୍କର୍ମ । ଜଣେ ଦୁର୍ବୃତ୍ତ ମୁହଁରେ ମାସ୍କ ପିନ୍ଧି ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି । ଜଣେ ଦୁର୍ବୃତ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ