ରାଜଧାନୀ ଉପକଣ୍ଠରେ ଯୁବକଙ୍କୁ ବିଭତ୍ସ ହତ୍ୟା

ଭୁବନେଶ୍ୱର: ରାଜଧାନୀ ଉପକଣ୍ଠରେ ପୁଣି ଏକ ମୁଣ୍ଡ ଗଡ଼ିଛି । ଜଟଣୀ ଥାନା ଅନ୍ତର୍ଗତ ଖୁଦୁପୁର ଗାଁ ଛକ ନିକଟରେ ଜଣେ ଯୁବକଙ୍କୁ ମରଣାସ୍ତ୍ରରେ ଆକ୍ରମଣ କରି ହତ୍ୟା କରାଯାଇଛି । ଗତକାଲି (ଶୁକ୍ରବାର) ବିଳମ୍ବିତ ରାତିରେ ଏହି କାଣ୍ଡ ଘଟିଛି। ମୃତକ ଜଣକ ହେଲେ ଖୁଦୁପୁର ଗାଁର ମାର୍କଣ୍ଡ ବଲିଆରସିଂ ଓରଫ ଜଗା । ମାର୍କଣ୍ଡ ଡେଲାଙ୍ଗ ହରିରାଜପୁରରେ ଥିବା ଇଲେକ୍ଟ୍ରି ସବ୍ ଷ୍ଟେସନରେ ଆସିଷ୍ଟାଣ୍ଟ୍ ଇଲେକ୍ଟ୍ରିସିଆନ୍ ଭାବେ କାର୍ଯ୍ୟ କରୁଥିଲେ ।
ଶନିବାର ସକାଳୁ ପୋଲିସ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଚଳାଇଛି । ତେବେ ପୂର୍ବ ଶତ୍ରୁତାକୁ କେନ୍ଦ୍ର ଏହି ଘଟଣା ଘଟିଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି । ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି । ଘଟଣାରେ ୩ ସନ୍ଦିଗ୍ଧଙ୍କୁ ଅଟକ ରଖାଯାଇ ପଚରାଉଚରା କରାଯାଉଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି । ସାଇଣ୍ଟିଫିକ୍ ଟିମ୍ ଓ ଡଗ୍ ସ୍କ୍ୱାର୍ଡ ଘଟଣାସ୍ଥଳରେ ପହଞ୍ଚି ପ୍ରମାଣ ସଂଗ୍ରହ କରିଛି ।ପୋଲିସ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଆକ୍ରମଣର ଶିକାର ମାର୍କଣ୍ଡ ରକ୍ତ ଜୁଡୁବୁଡୁ ଅବସ୍ଥାରେ ରାସ୍ତା କଡ଼ରେ ପଡ଼ିଥିଲେ । ପ୍ରଥମେ ତାଙ୍କୁ ଜଟଣୀ ହସ୍ପିଟାଲକୁ ନିଆଯାଇଥିଲା । ପରେ ମାର୍କଣ୍ଡଙ୍କୁ ଭୁବନେଶ୍ୱର ଏମ୍ସ ସ୍ଥାନାନ୍ତର କରାଯାଇଥିଲା । ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ମାର୍କଣ୍ଡଙ୍କ ଶରୀରର ବିଭିନ୍ନ ସ୍ଥାନରେ ଗଭୀର କ୍ଷତ ଚିହ୍ନ ଥିବା ଦେଖିବାକୁ ମିଳିଛି ।ଏ ସଂକ୍ରାନ୍ତରେ ଜଟଣୀ ଥାନାଧିକାରୀ ଷ୍ଟାଲିନ୍ କୁମାର ବିଶ୍ବାଳ କହିଛନ୍ତି, “ଏନେଇ ମାର୍କଣ୍ଡଙ୍କ ପତ୍ନୀ ବିଷ୍ଣୁପ୍ରିୟା ସାହୁ ଏତଲା ଦେଇଛନ୍ତି । ଏହାକୁ ଆଧାର କରି ଥାନା ପକ୍ଷରୁ ଏକ ହତ୍ୟା ମାମଲା (ନଂ.୩୮୭/୨୦୨୬) ରୁଜୁ ଜରାଯାଇ ତଦନ୍ତ ଆରମ୍ଭ ହୋଇଛି । ହତ୍ୟା ପଛରେ ଥିବା ପ୍ରକୃତ କାରଣ ଜାଣିବାକୁ ପ୍ରୟାସ କରାଯାଉଛି । ଖୁବଶୀଘ୍ର ଘଟଣାର ରହସ୍ୟ ଉନ୍ମୋଚନ କରାଯିବ ।”

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ