ରାଜନଗର: କେନ୍ଦ୍ରାପଡା ଜିଲ୍ଲା ରାଜନଗର ଠାରେ ରାକ୍ଷୀ ପୂର୍ଣ୍ଣମୀ ଦିନ କୋଲ୍ଡ ଡ୍ରିଙ୍କ୍ ପିଆଇବାକୁ ଡାକି ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ମିଳିଥିବା ସୂଚନା ଅନୁସାରେ ଗତ ରାକ୍ଷୀ ପୂର୍ଣ୍ଣିମା ଦିନ ପୀଡିତାଙ୍କୁ ସଂପର୍କୀୟ ପିଉସା ଥଣ୍ଡା ପିଆଇବା ଲାଗି ପାଖ ଦୋକାନକୁ ନେଇଥିବା ବେଳେ ପୂର୍ବରୁ ପ୍ରସ୍ତୁତ ଥିବା ୪ ଯୁବକ ଛାତ୍ରୀଙ୍କୁ ଟେକି ନେଇଥିଲେ ଏବଂ ସମ୍ପର୍କୀୟ ପିଉସାଙ୍କ ସମେତ ୫ ଜଣ ମିଶି ଛାତ୍ରୀ ସହ ଗଣଦୁଷ୍କର୍ମ କରିଥିଲେ । ଗତକାଲି ରାତି ପ୍ରାୟ ୧୧ଟାରେ ଏନେଇ ରାଜନଗର ଥାନାରେ ପୀଡିତାଙ୍କ ପରିବାର ପକ୍ଷରୁ ଏତଲା ଦିଆଯିବା ପରେ ପୁଲିସ ସଂପର୍କୀୟ ପିଉସାଙ୍କ ସମେତ ୫ଜଣଙ୍କୁ ଉଠାଇ ନେଇଥିଲା । ସେମାନଙ୍କୁ ପଚରାଉଚରା କରିବା ସହ ତଦନ୍ତ ଜାରି ର୍ଖିଛି ପୁଲିସ।
ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ପଦବୀ ପୂରଣ ପାଇଁ ଗଠନ ହେବ ସ୍ୱତନ୍ତ୍ର ପୋଲିସ ନିଯୁକ୍ତି ବୋର୍ଡ
ଭୁବନେଶ୍ୱର,୧୨।୮: ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଅପରାଧ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ସମୀକ୍ଷା କରିଛନ୍ତି । ସାଧାରଣ ଜନତା ଯେପରି ସୁରକ୍ଷିତ ଅନୁଭବ କରିବେ, ସେଥିପାଇଁ ପୋଲିସ ପକ୍ଷରୁ ସମସ୍ତ ପ୍ରକାର…