ରାଜନଗର: କେନ୍ଦ୍ରାପଡା ଜିଲ୍ଲା ରାଜନଗର ଠାରେ ରାକ୍ଷୀ ପୂର୍ଣ୍ଣମୀ ଦିନ କୋଲ୍ଡ ଡ୍ରିଙ୍କ୍ ପିଆଇବାକୁ ଡାକି ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ମିଳିଥିବା ସୂଚନା ଅନୁସାରେ ଗତ ରାକ୍ଷୀ ପୂର୍ଣ୍ଣିମା ଦିନ ପୀଡିତାଙ୍କୁ ସଂପର୍କୀୟ ପିଉସା ଥଣ୍ଡା ପିଆଇବା ଲାଗି ପାଖ ଦୋକାନକୁ ନେଇଥିବା ବେଳେ ପୂର୍ବରୁ ପ୍ରସ୍ତୁତ ଥିବା ୪ ଯୁବକ ଛାତ୍ରୀଙ୍କୁ ଟେକି ନେଇଥିଲେ ଏବଂ ସମ୍ପର୍କୀୟ ପିଉସାଙ୍କ ସମେତ ୫ ଜଣ ମିଶି ଛାତ୍ରୀ ସହ ଗଣଦୁଷ୍କର୍ମ କରିଥିଲେ । ଗତକାଲି ରାତି ପ୍ରାୟ ୧୧ଟାରେ ଏନେଇ ରାଜନଗର ଥାନାରେ ପୀଡିତାଙ୍କ ପରିବାର ପକ୍ଷରୁ ଏତଲା ଦିଆଯିବା ପରେ ପୁଲିସ ସଂପର୍କୀୟ ପିଉସାଙ୍କ ସମେତ ୫ଜଣଙ୍କୁ ଉଠାଇ ନେଇଥିଲା । ସେମାନଙ୍କୁ ପଚରାଉଚରା କରିବା ସହ ତଦନ୍ତ ଜାରି ର୍ଖିଛି ପୁଲିସ।
ସୌମ୍ୟ ହତ୍ୟା ମାମଲା :୧୧ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ
ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟାକାଣ୍ଡ ମାମଲାରେ ବଡ଼ ଖବର । ଏହି ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଆଜି କୋର୍ଟରେ ୧୧ ଜଣ ଅଭିଯୁକ୍ତଙ୍କ ବିରୋଧରେ ୭୬୭ ପୃଷ୍ଠାର ଏକ ବିସ୍ତୃତ ଚାର୍ଜସିଟ୍ ଦାଖଲ କରିଛି । ଦୀର୍ଘ ଦିନର ତଦନ୍ତ ପରେ…




