ରାଜା ଚକ୍ର ଗିରଫ

ଭୁବନେଶ୍ୱର: ବିଜେଡି ନେତା ରାଜା ଚକ୍ରଙ୍କୁ ଗିରଫ କରାଯାଇଛି । ଗୁରୁବାର ତାଙ୍କୁ ଗିରଫ କରାଯାଇଥିବା କ୍ରାଇମବ୍ରାଞ୍ଚ ପକ୍ଷରୁ ସୂଚନା ଦିଆଯାଇଛି । ଗନ୍ଧମାର୍ଦ୍ଧନ ଖଣି ଲୋଡିଂ ଓ ଏଜେନ୍ସି ଦୁର୍ନୀତି ମାମଲାରେ କ୍ରାଇମବ୍ରାଞ୍ଚର ଇଓଡବ୍ଲୁ୍ୟ ପକ୍ଷରୁ ତାଙ୍କୁ ଗିରଫ କରାଯାଇଥିବା ଏକ ସାମ୍ବାଦିକ ସମ୍ମିଳନୀ ଜରିଆରେ ସୂଚନା ଦିଆଯାଇଛି ।

୨୦୧୭-୧୮ରୁ ମାର୍ଚ୍ଚ ୨୦୨୪ ମଧ୍ୟରେ ୧୮୫ କୋଟି ଟଙ୍କା ଆୟ କରିଥିଲା ଏଜେନ୍ସି । ଆୟ ଏହାଠାରୁ ଅଧିକ ବି ହୋଇପାରେ, ଅଡିଟ ହେଲେ ଜଣାପଡ଼ିବ ବୋଲି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । ପାରିପାଶ୍ୱର୍ିକ ବିକାଶ ପାଇଁ ୩୪ କୋଟି ଟଙ୍କା ଖର୍ଚ୍ଚ ହୋଇଥିବା ରାଜା ଚକ୍ର ଦେଖାଇଛନ୍ତି । କିନ୍ତୁ କୌଣସି ପାରିପାଶ୍ୱର୍ିକ ବିକାଶ ହୋଇନଥିବା ୨ ଜଣ ବିଡିଓ କହିଛନ୍ତି । ସହାୟତା ନାମରେ ୪ ବର୍ଷରେ ଗାଁ ଲୋକଙ୍କୁ ୩୩କୋଟି ଟଙ୍କା ବଣ୍ଟନ କରାଯାଇଛି । ଗାଁ ଲୋକଙ୍କ ସମର୍ଥନ ପାଇଁ ଏସବୁ ଟଙ୍କା ବଣ୍ଟନ କରାଯାଇଛି ବୋଲି କ୍ରାଇମବ୍ରାଞ୍ଚ ପକ୍ଷରୁ କୁହାଯାଇଛି । ପଚାରିବାରୁ ଜାଣିଲୁ ଜିଏମ୍‌ଆଇଏଲ୍‌ କୁ କୌଣସି ତେଲ ଦିଆଯାଇନି। ରାଜା ଚକ୍ରଙ୍କ ଗାଡିକୁ ଏସବୁ ତେଲ ଦିଆଯାଇଥିବା ତଦନ୍ତରୁ ଜଣାପଡିଛି।

ଏହାଛଡ଼ା କ୍ରାଇମବ୍ରାଞ୍ଚ ପକ୍ଷରୁ କୁହାଯାଇଛି ଯେ ଅନ୍ୟ କୌଣସି ଲୋଡିଂ ଏଜେନ୍ସିକୁ କାମ ନକରାଇ ଦେବାକୁ ରାଜା ଚକ୍ର ଟଙ୍କା ବାଣ୍ଟୁଥିଲେ । ଲୋଡିଂ ଖର୍ଚ୍ଚ ୭୪ କୋଟି ଟଙ୍କା ଦେଖାଇଛନ୍ତି, କିନ୍ତୁ ତଥ୍ୟ ତାଳମେଳ ଖାଉନି । ରାଜା ଚକ୍ରଙ୍କ ୪୨ଟି ବଡ଼ ଗାଡ଼ି ଜବତ କରାଯାଇଛି । କେନ୍ଦୁଝରରେ ଥିବା ୨ଟି ପ୍ଲାଣ୍ଟ ସିଜ କରାଯାଇଛି । ଆକାଉଣ୍ଟରେ ଥିବା ୨୫ ଲକ୍ଷ ଟଙ୍କା ପ୍ରିଜ କରାଯାଇଛି । ମା’ କାଳୀ ନାମକ ଏକ ପେଟ୍ରୋଲ ପମ୍ପକୁ ୯.୧ କୋଟି ଟଙ୍କା ପେମେଣ୍ଟ ହୋଇଛି ।

  • Related Posts

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ମାହାଙ୍ଗା: ଆତ୍ମହତ୍ୟା ଉଦ୍ୟମ କଲେ ଦମ୍ପତି । ଗୁରୁତର ଅବସ୍ଥାରେ ମେଡ଼ିକାଲରେ ଭର୍ତ୍ତି । ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି । କଟକ ଜିଲ୍ଲା ବାଲିଚନ୍ଦ୍ରପୁର ଥାନା ପତରାଜପୁର ଗ୍ରାମରେ ଘଟିଛି ଏଭଳି ଇଭାବନୀୟ ଘଟଣା । ସୂଚନାଯୋଗ୍ୟ ଯେ, ବିଷ…

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ; ଥର୍ କାର ଜବତ

    ଭୁବନେଶ୍ବର: ରାଜଧାନୀରେ ହିଟ ଆଣ୍ଡ ରନ୍ କେସ। କାର ଜବତ। ଏବେ ବି କାର୍ ମାଲିକ ଫେରାର ରହିଥିବା ବେଳେ ଉଭୟ ସ୍କର୍ପିଓ ଓ ଚାଳକଙ୍କୁ ଧରିବାକୁ ପୁଲିସ ଚଢ଼ାଉ ଜାରି ରଖିଛି । ଶନିବାର ବରମୁଣ୍ଡାରୁ ରେସ୍ କରି ଆସୁଥିବା…

    Leave a Reply

    Your email address will not be published. Required fields are marked *

    You Missed

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ; ଥର୍ କାର ଜବତ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ;  ଥର୍ କାର ଜବତ

    ରେଙ୍ଗାଲି ଜଳ ଭଣ୍ଡାରରୁ ଛଡାଗଲା ବର୍ଷା ଜଳ

    ରେଙ୍ଗାଲି ଜଳ ଭଣ୍ଡାରରୁ ଛଡାଗଲା ବର୍ଷା ଜଳ

    ଅଙ୍ଗନଓ୍ବାଡ଼ି ଛାତ ଉପରୁ ନାବାଳକ ମୃତଦେହ ଉଦ୍ଧାର

    ଅଙ୍ଗନଓ୍ବାଡ଼ି ଛାତ ଉପରୁ ନାବାଳକ ମୃତଦେହ ଉଦ୍ଧାର

    ୩ ବନ୍ଦେ ଭାରତ ଏକ୍ସପ୍ରେସ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

    ୩ ବନ୍ଦେ ଭାରତ ଏକ୍ସପ୍ରେସ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

    କୁକୁର କାମୁଡ଼ାରେ ଦୁଇ ମୃତ

    କୁକୁର କାମୁଡ଼ାରେ ଦୁଇ ମୃତ