ରାଜା ଚକ୍ର ଗିରଫ

ଭୁବନେଶ୍ୱର: ବିଜେଡି ନେତା ରାଜା ଚକ୍ରଙ୍କୁ ଗିରଫ କରାଯାଇଛି । ଗୁରୁବାର ତାଙ୍କୁ ଗିରଫ କରାଯାଇଥିବା କ୍ରାଇମବ୍ରାଞ୍ଚ ପକ୍ଷରୁ ସୂଚନା ଦିଆଯାଇଛି । ଗନ୍ଧମାର୍ଦ୍ଧନ ଖଣି ଲୋଡିଂ ଓ ଏଜେନ୍ସି ଦୁର୍ନୀତି ମାମଲାରେ କ୍ରାଇମବ୍ରାଞ୍ଚର ଇଓଡବ୍ଲୁ୍ୟ ପକ୍ଷରୁ ତାଙ୍କୁ ଗିରଫ କରାଯାଇଥିବା ଏକ ସାମ୍ବାଦିକ ସମ୍ମିଳନୀ ଜରିଆରେ ସୂଚନା ଦିଆଯାଇଛି ।

୨୦୧୭-୧୮ରୁ ମାର୍ଚ୍ଚ ୨୦୨୪ ମଧ୍ୟରେ ୧୮୫ କୋଟି ଟଙ୍କା ଆୟ କରିଥିଲା ଏଜେନ୍ସି । ଆୟ ଏହାଠାରୁ ଅଧିକ ବି ହୋଇପାରେ, ଅଡିଟ ହେଲେ ଜଣାପଡ଼ିବ ବୋଲି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । ପାରିପାଶ୍ୱର୍ିକ ବିକାଶ ପାଇଁ ୩୪ କୋଟି ଟଙ୍କା ଖର୍ଚ୍ଚ ହୋଇଥିବା ରାଜା ଚକ୍ର ଦେଖାଇଛନ୍ତି । କିନ୍ତୁ କୌଣସି ପାରିପାଶ୍ୱର୍ିକ ବିକାଶ ହୋଇନଥିବା ୨ ଜଣ ବିଡିଓ କହିଛନ୍ତି । ସହାୟତା ନାମରେ ୪ ବର୍ଷରେ ଗାଁ ଲୋକଙ୍କୁ ୩୩କୋଟି ଟଙ୍କା ବଣ୍ଟନ କରାଯାଇଛି । ଗାଁ ଲୋକଙ୍କ ସମର୍ଥନ ପାଇଁ ଏସବୁ ଟଙ୍କା ବଣ୍ଟନ କରାଯାଇଛି ବୋଲି କ୍ରାଇମବ୍ରାଞ୍ଚ ପକ୍ଷରୁ କୁହାଯାଇଛି । ପଚାରିବାରୁ ଜାଣିଲୁ ଜିଏମ୍‌ଆଇଏଲ୍‌ କୁ କୌଣସି ତେଲ ଦିଆଯାଇନି। ରାଜା ଚକ୍ରଙ୍କ ଗାଡିକୁ ଏସବୁ ତେଲ ଦିଆଯାଇଥିବା ତଦନ୍ତରୁ ଜଣାପଡିଛି।

ଏହାଛଡ଼ା କ୍ରାଇମବ୍ରାଞ୍ଚ ପକ୍ଷରୁ କୁହାଯାଇଛି ଯେ ଅନ୍ୟ କୌଣସି ଲୋଡିଂ ଏଜେନ୍ସିକୁ କାମ ନକରାଇ ଦେବାକୁ ରାଜା ଚକ୍ର ଟଙ୍କା ବାଣ୍ଟୁଥିଲେ । ଲୋଡିଂ ଖର୍ଚ୍ଚ ୭୪ କୋଟି ଟଙ୍କା ଦେଖାଇଛନ୍ତି, କିନ୍ତୁ ତଥ୍ୟ ତାଳମେଳ ଖାଉନି । ରାଜା ଚକ୍ରଙ୍କ ୪୨ଟି ବଡ଼ ଗାଡ଼ି ଜବତ କରାଯାଇଛି । କେନ୍ଦୁଝରରେ ଥିବା ୨ଟି ପ୍ଲାଣ୍ଟ ସିଜ କରାଯାଇଛି । ଆକାଉଣ୍ଟରେ ଥିବା ୨୫ ଲକ୍ଷ ଟଙ୍କା ପ୍ରିଜ କରାଯାଇଛି । ମା’ କାଳୀ ନାମକ ଏକ ପେଟ୍ରୋଲ ପମ୍ପକୁ ୯.୧ କୋଟି ଟଙ୍କା ପେମେଣ୍ଟ ହୋଇଛି ।

  • Related Posts

    ସୌମ୍ୟ ହତ୍ୟା ମାମଲା :୧୧ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

    ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟାକାଣ୍ଡ ମାମଲାରେ ବଡ଼ ଖବର । ଏହି ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଆଜି କୋର୍ଟରେ ୧୧ ଜଣ ଅଭିଯୁକ୍ତଙ୍କ ବିରୋଧରେ ୭୬୭ ପୃଷ୍ଠାର ଏକ ବିସ୍ତୃତ ଚାର୍ଜସିଟ୍ ଦାଖଲ କରିଛି । ଦୀର୍ଘ ଦିନର ତଦନ୍ତ ପରେ…

    Continue reading
    ପାଠ୍ୟପୁସ୍ତକ ତ୍ରୁଟି ମାମଲା; ୨୦୦ରୁ ୨୫୦ ଜଣ ସମ୍ପୃକ୍ତ କହିଲେ କ୍ରାଇମବ୍ରାଞ୍ଚ ଡିଜି

    ଭୁବନେଶ୍ୱର: ସ୍କୁଲ ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କ୍ରାଇମବ୍ରାଞ୍ଚ ଟିମ୍ ବିଭିନ୍ନ ଦିଗକୁ ନେଇ ତଦନ୍ତ ଜାରି ରଖିଛି । ଏହି ଘଟଣାରେ ମଙ୍ଗଳବାର କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି । ଏହି ମାମଲାରେ ପ୍ରାୟ ୨୦୦ରୁ ୨୫୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ