ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍ସ: ପ୍ତାହରେ ଗୋଟିଏ ଦିନ ହସ୍ତତନ୍ତ ପିନ୍ଧନ୍ତୁ

ଭୁବନେଶ୍ଵର : ମାଧୁରୀ ଦୀକ୍ଷିତ ହେଲେ ଓଡିଶା ହସ୍ତତନ୍ତର ନୂଆ ବ୍ରାଣ୍ଡ ଆମ୍ବାସଡର। ଆଜି ଜାତୀୟ ହସ୍ତତନ୍ତ ଦିବସ ଅବସରରେ ରାଜଧାନୀ ଭୁବନେଶ୍ଵରସ୍ଥିତ ଜନତା ମୈଦାନରେ ଆୟୋଜିତ ସ୍ଵତନ୍ତ୍ର କାର୍ୟ୍ୟକ୍ରମରେ ଯୋଗ ଦେଇ ଏକ୍‌ତାର ଶୁଭାରମ୍ଭ କରିଛନ୍ତି ମାଧୁରୀ। ନୂଆ ବ୍ରାଣ୍ଡ ଆମ୍ବାସଡର ଭାବେ ମାଧୁରୀଙ୍କ ନାଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଜାତୀୟ ଅନ୍ତର୍ଜାତୀୟ ସ୍ତରରେ ଓଡିଶା ହସ୍ତତନ୍ତର ପ୍ରଚାର ପ୍ରସାର କରିବେ। ଆସନ୍ତା ବର୍ଷେ ପର୍ୟ୍ୟନ୍ତ ସେ ବ୍ରାଣ୍ଡ ଆମ୍ବାସଡର୍‌ ଦାୟିତ୍ଵ ତୁଲାଇବେ । ତେବେ ଜାତୀୟ ହସ୍ତତନ୍ତ ଦିବସରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ଅପିଲ୍ କରିଛନ୍ତି। କହିଛନ୍ତି ସପ୍ତାହର ଗୋଟିଏ ଦିନ ଓଡିଶାର ହସ୍ତତନ୍ତ ପରିଧାନ କରିବା। ଅଧିକରୁ ଅଧିକ ସ୍ଵଦେଶୀ ସାମଗ୍ରୀ ବ୍ୟବହାର କରନ୍ତୁ। ଓଡିଶାର ୬ଟି ସ୍ଥାନରେ ଟେକ୍ସଟାଇଲ୍ ପାର୍କ ହେବ। ହସ୍ତତନ୍ତ କେବଳ ଆର୍ଥିକ ମେରୁଦଣ୍ଡ ନୁହେଁ , ଏହା ଆମର ଗର୍ବ। ୩୦ ଟି ଜିଲ୍ଲାରେ ୩୦ ହଜାର ବୁଣାକାର ଶ୍ରମିକ ସହାୟକ ନିଯୁକ୍ତ ହୋଇଛନ୍ତି। ବୁଣାକାରଙ୍କ ସାମାଜିକ , ଆର୍ଥିକ ବିକାଶ ପାଇଁ ଆମେ ଚେଷ୍ଟା କରୁଛୁ। ଏହି କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସମବାୟ ଓ ହସ୍ତତନ୍ତ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ପ୍ରମୂଖ ଉପସ୍ଥିତ ଥିଲେ। ଏହି ମେଳା ଆସନ୍ତା ୧୩ ତାରିଖ ପର୍ୟ୍ୟନ୍ତ ଚାଲିବାକୁ ଥିବାବେଳେ ବାହାର ରାଜ୍ୟରୁ ବହୁ ବୁଣାକାରମାନେ ଆସି ଏହି ମେଳାରେ ଷ୍ଟଲ ଖୋଲିଛନ୍ତି।

  • Related Posts

    ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କଲେ ହସ୍ତତନ୍ତ ମେଳା “ଏକତା”

    ଭୁବନେଶ୍ୱର: ଜାତୀୟ ହସ୍ତତନ୍ତ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସ୍ଥାନୀୟ ଜନତା ମୈଦାନ ଠାରେ ଆୟୋଜିତ ହସ୍ତତନ୍ତ ମେଳା “ଏକତା” କୁ ଉଦ୍ଘାଟନ କରି କହିଛନ୍ତି ଯେ ଆମ ହସ୍ତତନ୍ତ ହେଉଛି ଓଡ଼ିଆ ଅସ୍ମିତାର ଏକ…

    ଖୁବ୍‌ଶୀଘ୍ର ପୂରଣ ହେବ ୨୨ ହଜାର ୮୯୬ ପଦବୀ

    ଭୁବନେଶ୍ବର : ଖୁବ୍‌ଶୀଘ୍ର ପୂରଣ ହେବ ୨୨ ହଜାର ୮୯୬ ପଦବୀ । ୧୦ ବିଭାଗର ଗ୍ରୁପ୍‌ ସିର ୨୨ ହଜାର ୮୯୬ ପଦବୀ ପୂରଣ ପାଇଁ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ନିର୍ଦ୍ଦେଶ ଦେଇଛନ୍ତି । ଅଗଷ୍ଟ ୩୧…

    Leave a Reply

    Your email address will not be published. Required fields are marked *

    You Missed

    ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କଲେ ହସ୍ତତନ୍ତ ମେଳା “ଏକତା”

    ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କଲେ ହସ୍ତତନ୍ତ ମେଳା “ଏକତା”

    ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍ସ: ପ୍ତାହରେ ଗୋଟିଏ ଦିନ ହସ୍ତତନ୍ତ ପିନ୍ଧନ୍ତୁ

    ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍ସ: ପ୍ତାହରେ ଗୋଟିଏ ଦିନ ହସ୍ତତନ୍ତ ପିନ୍ଧନ୍ତୁ

    ଟ୍ରମ୍ପଙ୍କୁ ଝଟକା, ଆମେରିକା ସହ ବୋଇଂ ଡିଲ ରଦ୍ଦ

    ଟ୍ରମ୍ପଙ୍କୁ ଝଟକା, ଆମେରିକା ସହ ବୋଇଂ ଡିଲ ରଦ୍ଦ

    ଖୁବ୍‌ଶୀଘ୍ର ପୂରଣ ହେବ ୨୨ ହଜାର ୮୯୬ ପଦବୀ

    ଖୁବ୍‌ଶୀଘ୍ର ପୂରଣ ହେବ ୨୨ ହଜାର ୮୯୬ ପଦବୀ

    ମାଟି ଖୋଳି ମୃତଦେହ ଉଦ୍ଧାର, ୮ ଅଟକ

    ମାଟି ଖୋଳି ମୃତଦେହ ଉଦ୍ଧାର, ୮ ଅଟକ

    ଓଡ଼ିଶା ହସ୍ତତନ୍ତର ବ୍ରାଣ୍ଡ୍ ଆମ୍ବାସଡର ମାଧୁରୀ ଦୀକ୍ଷିତ

    ଓଡ଼ିଶା ହସ୍ତତନ୍ତର ବ୍ରାଣ୍ଡ୍ ଆମ୍ବାସଡର ମାଧୁରୀ ଦୀକ୍ଷିତ