ରାଜ୍ୟରେ ଅଛନ୍ତି ୫୨୮୪ଜଣ ଭିକାରି

ଭୁବନେଶ୍ୱର: ରାଜ୍ୟରେ ଏବେ ୫୨୮୪ଜଣ ଭିକାରି ଅଛନ୍ତି ଓ ସେଥିମଧ୍ୟରୁ କଟକରେ ସର୍ବାଧିକ ୧୦୬୦ ଭିକାରି ଅଛନ୍ତି। ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।
ମନ୍ତ୍ରୀଙ୍କ ତଥ୍ୟ ଅନୁସାରେ, ରାଜ୍ୟରେ ଏବେ ପାଖାପାଖି ୫ହଜାରୁ ଅଧିକ ଭିକାରି ଅଛନ୍ତି। କଟକରେ ସର୍ବାଧିକ ୧୦୬୦ ଭିକାରି ଥିବା ବେଳେ ବରଗଡ଼ରେ ୫୯୫, ଗଞ୍ଜାମରେ ୫୪୫, ବଲାଙ୍ଗୀରରେ ୪୮୨, ସୁନ୍ଦରଗଡ଼ରେ ୪୧୭ ଓ ପୁରୀରେ ୩୫୦ ଭିକାରି ଅଛନ୍ତି।
ରାଜ୍ୟକୁ ଭିକାରିମୁକ୍ତ କରିବାକୁ ସରକାର ଚଳାଇଛନ୍ତି ଅଭିଯାନ। ରାଜ୍ୟକୁ ଭିକାରିମୁକ୍ତ କରିବା ପାଇଁ ପ୍ରଥମ ପର୍ଯ୍ୟାୟରେ ପୁରୀଠାରେ ନୀଳାଦ୍ରି ନିଳୟ, ଭୁବନେଶ୍ୱରରେ ଏକାମ୍ର ନିଳୟ ଅଭିଯାନ ଜାରି ରହିଛି। କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କ ପ୍ରଶ୍ନରେ ଲିଖିତ ଉତ୍ତର ରଖି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏହି ତଥ୍ୟ ଦେଇଛନ୍ତି।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ