
ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ରବିବାର ଆଉ ୭ ନୂଆ କରୋନା ଆକ୍ରାନ୍ତ ଟିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୫ରେ ପହଞ୍ଚିଛି। ଏଥିମଧ୍ୟରୁ ୧୨ ଜଣ ସୁସ୍ଥ ହୋଇଥିବାବେଳେ ୩୩ ଜଣ ଚିକିତ୍ସିତ ହେଉଛନ୍ତି। ଏନେଇ ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି।