ରାଜ୍ୟରେ ଆଜି ବି ଅନେକ ସ୍ଥାନରେ ଭୀଷଣ ବର୍ଷା ସମ୍ଭାବନା

ଭୁବନେଶ୍ବର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୁତ ହୋଇ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ ଉତ୍ତର-ପଶ୍ଚିମ ଦିଗ ଦେଇ ଗତି କରିବା ସହ ଓଡିଶା ଅତିକ୍ରମ କରିବ । ପ୍ରଭାବରେ ରାଜ୍ୟରେ ଆଜି ବି ଅନେକ ସ୍ଥାନରେ ଭୀଷଣ ବର୍ଷା ସମ୍ଭାବନା ରହିଛି । ୬ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଜି ୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।

ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି । ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଥିବା ବେଳେ ଆଜି ବି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ୬ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଥିବା ବେଳେ ବିଜୁଳି ଘଡଘଡି ସହ ୩୦ରୁ ୪୦ କିମି ପବନ ବହିବା ସମ୍ଭାବନା ରହିଛି । ସେପଟେ ମେଘୁଆ ପାଗ ସହ ପବନର ବେଗକୁ ନେଇ ସମୁଦ୍ର ଅଶାନ୍ତ ରହିବ । ତେଣୁ ଆହୁରି ୨ ଦିନ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବାକୁ ପାଣିପାଗ ବିଭାଗ ବାରଣ କରିଛି ।ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷାକୁ ନେଇ ସମ୍ବଲପୁର, ସୁନ୍ଦରଗଡ ଓ ଝାରସୁଗୁଡା ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେପଟେ ପ୍ରବଳ ବର୍ଷାକୁ ନେଇ କୋରାପୁଟ, ନୂଆପଡା, ବଲାଙ୍ଗୀର, ସୋନପୁର, ବୌଦ୍ଧ ଓ ବରଗଡ଼ ଏହି ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଅନ୍ୟ ଜିଲ୍ଲାଗୁଡ଼ାକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ଆଜି ସାରା ରାଜ୍ୟକୁ ବଜ୍ରପାତ ପାଇଁ ଚେତାବନୀ ଜାରି କରାଯାଇଛି । ଝଟକା ପବନ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ବହିବ ।ଆସନ୍ତାକାଲି ଓଡ଼ିସାର ସବୁ ଜିଲ୍ଲାରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଝଟକା ପବନ ଘଣ୍ଟା ପ୍ରତି 30-40 କିମି ବେଗରେ ବହିବାର ସମ୍ଭାବନା ରହିଛି । ଏଥିପାଇଁ ସାରା ରାଜ୍ୟକୁ ୟୋଲେ ୱାର୍ଣ୍ଣିଂ ଜାରି କରାଯାଇଛି ।5 ତାରିଖରେ ପ୍ରବଳ ବର୍ଷା ସହ ବଜ୍ରପାତ ପାଇଁ 4 ଜିଲ୍ଲା ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହପରି ଅନ୍ୟ ସବୁ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ସହ ପ୍ରବଳ ବଜ୍ରପାତ ହେବାର ସମ୍ବାବନା ରହିଛି । ବିଜୁଳି ଘଡ଼ଘଡ଼ି ଓ ଝଟକା ପବନ ପାଇଁ ସାରା ରାଜ୍ୟକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।6 ତାରିଖରେ ବି ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ସମ୍ବଲପୁର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ପ୍ରବଳ ବଜ୍ରପାତ ଓ 30-40 କିମି ବେଗରେ ଝଟକା ପବନ ବହିବାକୁ ନେଇ ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଅନୁଗୋଳ, ଦେବଦଡ଼, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କାରଯାଇଛି ।

  • Related Posts

    ଆସୁଛି ଦଶହରା,୨୦ ସୁଦ୍ଧା ସହରାଞ୍ଚଳ ରାସ୍ତା ମରାମତି

    ଭୁବନେଶ୍ବର,04/09: ଭୁବନେଶ୍ବର ଏବଂ କଟକ ସହର ମୁଖ୍ୟ ରାସ୍ତାଠାରୁ ଆରମ୍ଭ କରି ଗଳିକନ୍ଦି ରାସ୍ତା ଖରାପ ହୋଇ ଗଲାଣି। କେଉଁଠି ରାସ୍ତାରୁ ପିଚୁ ଉଠି ଗଲାଣି ତ ଆଉ କେଉଁଠି ବଡ଼ ଗର୍ତ୍ତ ସୃଷ୍ଟି ହୋଇଛି। ଲୋକମାନେ ଗମନାଗମନରେ ନାହିଁ ନଥିବା…

    Continue reading
    ନେଟୱର୍କ ଖୋଜିବା ପାଇଁ ଲୋ​‌କେ ପାହାଡ଼ ଚଢ଼ୁଛନ୍ତି

    ନାରାୟଣପାଟଣା,04/09 : ଗାଁକୁ ଡିଜିଟାଲ ସେବା ଅପହଞ୍ଚ ହୋଇଛି । ନେଟୱର୍କ ଖୋଜିବା ପାଇଁ ଲୋ​‌କେ ପାହାଡ଼ ଚଢ଼ୁଛନ୍ତି । ଆଉ କେଉଁଠି ମୋଟରସାଇକଲରେ ଲାପଟପ୍ ଧରି ଜଙ୍ଗଲ ରାସ୍ତାରେ ନେଟୱର୍କ ଖୋଜା ଚାଲିଛି । ସୀମାନ୍ତ ଆନ୍ଧ୍ର ନେଟୱର୍କରେ ଲୋକଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଠକେଇ ଅଭିଯୋଗ ପରେ ଶିଳ୍ପା ଶେଟ୍ଟୀଙ୍କ ରେସ୍ତୋରାଁ ବଷ୍ଟିଅନ୍ ବାନ୍ଦ୍ରା ବନ୍ଦ

    ଆସୁଛି ଦଶହରା,୨୦ ସୁଦ୍ଧା ସହରାଞ୍ଚଳ ରାସ୍ତା ମରାମତି

    ଘର ସଫା କରିବ ରୋବଟ୍

    ୟୁଏସ୍ ଓପନ୍ ଗ୍ରାଣ୍ଡସ୍ଲାମ୍‌ର କ୍ବାର୍ଟର୍‌ଫାଇନାଲ୍‌ରେ ପ୍ରବେଶ କଲେ ଭାରତୀୟ ଟେନିସ୍ ତାରକା ୟୁକି ଭାମ୍ବ୍ରି

    ସେମିକନ୍ ଇଣ୍ଡିଆ ୨୦୨୫: ୨୬୫୫ କୋଟି ଟଙ୍କାର ରାଜିନାମା ସ୍ବାକ୍ଷର କଲେ ରାଜ୍ୟ ସରକାର

    ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ-୨ରେ ୫୦ ସିଟ ବୃଦ୍ଧି କଲା ଏନ୍ଏମ୍ସି ଭୁବନେଶ୍ବର