ରାଜ୍ୟରେ ଆଜି ବି ଅନେକ ସ୍ଥାନରେ ଭୀଷଣ ବର୍ଷା ସମ୍ଭାବନା

ଭୁବନେଶ୍ବର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୁତ ହୋଇ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ ଉତ୍ତର-ପଶ୍ଚିମ ଦିଗ ଦେଇ ଗତି କରିବା ସହ ଓଡିଶା ଅତିକ୍ରମ କରିବ । ପ୍ରଭାବରେ ରାଜ୍ୟରେ ଆଜି ବି ଅନେକ ସ୍ଥାନରେ ଭୀଷଣ ବର୍ଷା ସମ୍ଭାବନା ରହିଛି । ୬ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଜି ୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।

ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି । ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଥିବା ବେଳେ ଆଜି ବି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ୬ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଥିବା ବେଳେ ବିଜୁଳି ଘଡଘଡି ସହ ୩୦ରୁ ୪୦ କିମି ପବନ ବହିବା ସମ୍ଭାବନା ରହିଛି । ସେପଟେ ମେଘୁଆ ପାଗ ସହ ପବନର ବେଗକୁ ନେଇ ସମୁଦ୍ର ଅଶାନ୍ତ ରହିବ । ତେଣୁ ଆହୁରି ୨ ଦିନ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବାକୁ ପାଣିପାଗ ବିଭାଗ ବାରଣ କରିଛି ।ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷାକୁ ନେଇ ସମ୍ବଲପୁର, ସୁନ୍ଦରଗଡ ଓ ଝାରସୁଗୁଡା ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେପଟେ ପ୍ରବଳ ବର୍ଷାକୁ ନେଇ କୋରାପୁଟ, ନୂଆପଡା, ବଲାଙ୍ଗୀର, ସୋନପୁର, ବୌଦ୍ଧ ଓ ବରଗଡ଼ ଏହି ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଅନ୍ୟ ଜିଲ୍ଲାଗୁଡ଼ାକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ଆଜି ସାରା ରାଜ୍ୟକୁ ବଜ୍ରପାତ ପାଇଁ ଚେତାବନୀ ଜାରି କରାଯାଇଛି । ଝଟକା ପବନ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ବହିବ ।ଆସନ୍ତାକାଲି ଓଡ଼ିସାର ସବୁ ଜିଲ୍ଲାରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଝଟକା ପବନ ଘଣ୍ଟା ପ୍ରତି 30-40 କିମି ବେଗରେ ବହିବାର ସମ୍ଭାବନା ରହିଛି । ଏଥିପାଇଁ ସାରା ରାଜ୍ୟକୁ ୟୋଲେ ୱାର୍ଣ୍ଣିଂ ଜାରି କରାଯାଇଛି ।5 ତାରିଖରେ ପ୍ରବଳ ବର୍ଷା ସହ ବଜ୍ରପାତ ପାଇଁ 4 ଜିଲ୍ଲା ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହପରି ଅନ୍ୟ ସବୁ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ସହ ପ୍ରବଳ ବଜ୍ରପାତ ହେବାର ସମ୍ବାବନା ରହିଛି । ବିଜୁଳି ଘଡ଼ଘଡ଼ି ଓ ଝଟକା ପବନ ପାଇଁ ସାରା ରାଜ୍ୟକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।6 ତାରିଖରେ ବି ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ସମ୍ବଲପୁର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ପ୍ରବଳ ବଜ୍ରପାତ ଓ 30-40 କିମି ବେଗରେ ଝଟକା ପବନ ବହିବାକୁ ନେଇ ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଅନୁଗୋଳ, ଦେବଦଡ଼, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କାରଯାଇଛି ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ