ରାଜ୍ୟରେ ଜୈବ-ଅର୍ଥନୀତିର ବିକାଶ ନେଇ ବୁଝାମଣାପତ୍ର

ଭୁବନେଶ୍ୱର: ରାଜ୍ୟରେ ଜୈବ-ପ୍ରଯୁକ୍ତି ଓ ଜୈବ-ସମ୍ବଳକୁ ଆଧାର କରି ଜୈବ-ଅର୍ଥନୀତି ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି । ରାଜ୍ୟରେ ଜୈବ-ପ୍ରଯୁକ୍ତି ବିଦ୍ୟା ଏକ ଉଦୀୟମାନ କ୍ଷେତ୍ର ହୋଇଥିବାରୁ ଜୈବ-ଅର୍ଥନୀତି ରାଜ୍ୟର ବିକାଶ ଧାରାରେ ପ୍ରମୁକ ଯୋଗଦାନ କରିବାର ବ୍ୟାପକ ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଏବଂ ଆଇଆଇଏମ୍‌, ସମ୍ବଲପୁର ମଧ୍ୟରେ ଏକ ବୁଝାମଣାପତ୍ର ଆଜି ଖାରବେଳ ଭବନରେ ସ୍ୱାକ୍ଷରିତ ହୋଇଛି । ରାଜ୍ୟ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏବଂ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଚିତ୍ରା ଅରୁମୁଗମ୍‌ଙ୍କ ଉପସ୍ଥିତିରେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗର ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ପୂଜା ମିଶ୍ର ଏବଂ ଆଇଆଇଏମ୍‌ ସମ୍ବଲପୁରର ନିର୍ଦ୍ଦେଶକ ପ୍ରଫେସର ମହାଦେବ ଜୟସ୍ୱାଲ ବୁଝାମଣା ପତ୍ରରେ ସ୍ୱାକ୍ଷର କରିଥିଲେ ।

ଏହି ବୁଝାମଣାପତ୍ର ଅନୁଯାୟୀ ରାଜ୍ୟରେ ଜୈବ-ଅର୍ଥନୀତି ସମ୍ଭାବନା ଥିବା କ୍ଷେତ୍ରଗୁଡ଼ିକୁ ବିଚାରକୁ ନେଇ ଏକ ପ୍ରସ୍ତାବ ରାଜ୍ୟ ସରକାରଙ୍କୁ ଆଇଆଇଏମ୍‌, ସମ୍ବଲପୁର ପକ୍ଷରୁ ପ୍ରଦାନ କରାଯିବ । ଜୈବ-ଅର୍ଥନୀତି ରିପୋର୍ଟ ବିକଶିତ କରିବା, ଏ କ୍ଷେତ୍ରରେ ଥିବା ପ୍ରମୁଖ ଆହ୍ୱାନ ଓ ବିକାଶ ସୁଯୋଗର ମୂଲ୍ୟାୟନ କରି ଏକ ତଥ୍ୟଭିତ୍ତିକ ରିପୋର୍ଟ ପ୍ରସ୍ତୁତ କରାଯିବ । ଏହି ରିପୋର୍ଟ ଭବିଷ୍ୟତର ଜୈବ ଉଦ୍ୟୋଗ, ବିଶେଷ କରି ଜୈବ-ଅର୍ଥନୀତି ଏବଂ ସାଧାରଣ ଭାବେ ଆର୍ଥିକ ଅଭିବୃଦ୍ଧି ଦିଗରେ ଏକ ମାନଦଣ୍ଡ ଭାବେ ଉଭାହେବ ବୋଲି ଉଭୟ ପକ୍ଷ ଆଶାବ୍ୟକ୍ତ କରିଛନ୍ତି ।

ଏହି ଅବସରରେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ଶିବାନୀ ମହାନ୍ତି, ବିତ୍ତ ପରାମର୍ଶଦାତା ଶ୍ରୀମତୀ ବିଦୁ୍ୟତପ୍ରଭା ରାଉତ, ଶ୍ରୀମତୀ ଉର୍ମିପ୍ରଭା ମହାରଣା, ଆଇଆଇଏମ୍‌, ସମ୍ବଲପୁରର ଅଧ୍ୟାପକ ଶ୍ରୀ ଆର୍‌.କେ. ପାଢ଼ୀ ଏବଂ ଶ୍ରୀ ସନ୍ଦୀପ ମୁଖୋପାଧ୍ୟାୟଙ୍କ ସମେତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

  • Related Posts

    କଟକ ଡିଜି ଅଫିସ ସମ୍ମୁଖରେ କଂଗ୍ରେସର ପ୍ରତିବାଦ

    କଟକ: ବଳଙ୍ଗା ପୀଡ଼ିତାଙ୍କୁ ନ୍ୟାୟ ଓ ତିନି ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଶୁକ୍ରବାର ରାଜ୍ୟ କଂଗ୍ରେସ ପକ୍ଷରୁ କଟକ ସ୍ଥିତ ଡିଜି ଅଫିସ ସମ୍ମୁଖରେ ପ୍ରତିବାଦ କରାଯାଇଛି। ରାଜ୍ୟ ସଭାପତି ଭକ୍ତ ଦାସଙ୍କ ନେତୃତ୍ଵରେ ଏହି ପ୍ରତିବାଦ ସଭା କରାଯାଇଛି। ଏଥିରେ…

    ଏନଡିଏ ସମର୍ଥିତ ପ୍ରାର୍ଥୀଙ୍କୁ ସମର୍ଥନ ଦେବନି ବିଜେଡି: ମହେଶ ସାହୁ

    ଭୁବନେଶ୍ବର: ଉପରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ସମର୍ଥିତ ପ୍ରାର୍ଥୀଙ୍କୁ ବିଜେଡି ସମର୍ଥନ ଦେବନି ବୋଲି ପୂର୍ବତନ ସାଂସଦ ମହେଶ ସାହୁ କହିଛନ୍ତି। ସେ କହିଛନ୍ତି, ଦଳ ଏନଡିଏ ସମର୍ଥିତ ପ୍ରାର୍ଥୀଙ୍କୁ କଦାପି ସମର୍ଥନ କରିବ ନାହିଁ। ଏନଡିଏଯାହାଙ୍କୁ ଉପରାଷ୍ଟ୍ରପତି ନିର୍ବାଚନରେ ପ୍ରାର୍ଥୀ କରିବ,…

    Leave a Reply

    Your email address will not be published. Required fields are marked *

    You Missed

    ନାବାଳିକାକୁ ବିବାହ କରି ସସ୍‌ପେଣ୍ଡ ହେଲେ ଏସଆଇ

    ନାବାଳିକାକୁ ବିବାହ କରି ସସ୍‌ପେଣ୍ଡ ହେଲେ ଏସଆଇ

    ଦୌଡୁଥିବା ବେଳେ ହୋମ୍‌ଗାର୍ଡ ପରୀକ୍ଷାର୍ଥୀ ମୃତ

    ଦୌଡୁଥିବା ବେଳେ ହୋମ୍‌ଗାର୍ଡ ପରୀକ୍ଷାର୍ଥୀ ମୃତ

    କଟକ ଡିଜି ଅଫିସ ସମ୍ମୁଖରେ କଂଗ୍ରେସର ପ୍ରତିବାଦ

    କଟକ ଡିଜି ଅଫିସ ସମ୍ମୁଖରେ କଂଗ୍ରେସର ପ୍ରତିବାଦ

    ଆଦିବାସୀ ମହିଳାଙ୍କୁ ରାଷ୍ଟ୍ରପତି ଭବନରୁ ଆସିଛି ନିମନ୍ତ୍ରଣ

    ଆଦିବାସୀ ମହିଳାଙ୍କୁ ରାଷ୍ଟ୍ରପତି ଭବନରୁ ଆସିଛି ନିମନ୍ତ୍ରଣ

    ଅଗ୍ନିକାଣ୍ଡ, ଜଳିଗଲା ୩୦ ସ୍କୁଟି

    ଅଗ୍ନିକାଣ୍ଡ, ଜଳିଗଲା ୩୦ ସ୍କୁଟି

    ଏନଡିଏ ସମର୍ଥିତ ପ୍ରାର୍ଥୀଙ୍କୁ ସମର୍ଥନ ଦେବନି ବିଜେଡି: ମହେଶ ସାହୁ

    ଏନଡିଏ ସମର୍ଥିତ ପ୍ରାର୍ଥୀଙ୍କୁ ସମର୍ଥନ ଦେବନି ବିଜେଡି: ମହେଶ ସାହୁ