ରାଜ୍ୟରେ ଜୈବ-ଅର୍ଥନୀତିର ବିକାଶ ନେଇ ବୁଝାମଣାପତ୍ର

ଭୁବନେଶ୍ୱର: ରାଜ୍ୟରେ ଜୈବ-ପ୍ରଯୁକ୍ତି ଓ ଜୈବ-ସମ୍ବଳକୁ ଆଧାର କରି ଜୈବ-ଅର୍ଥନୀତି ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି । ରାଜ୍ୟରେ ଜୈବ-ପ୍ରଯୁକ୍ତି ବିଦ୍ୟା ଏକ ଉଦୀୟମାନ କ୍ଷେତ୍ର ହୋଇଥିବାରୁ ଜୈବ-ଅର୍ଥନୀତି ରାଜ୍ୟର ବିକାଶ ଧାରାରେ ପ୍ରମୁକ ଯୋଗଦାନ କରିବାର ବ୍ୟାପକ ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଏବଂ ଆଇଆଇଏମ୍‌, ସମ୍ବଲପୁର ମଧ୍ୟରେ ଏକ ବୁଝାମଣାପତ୍ର ଆଜି ଖାରବେଳ ଭବନରେ ସ୍ୱାକ୍ଷରିତ ହୋଇଛି । ରାଜ୍ୟ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏବଂ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଚିତ୍ରା ଅରୁମୁଗମ୍‌ଙ୍କ ଉପସ୍ଥିତିରେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗର ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ପୂଜା ମିଶ୍ର ଏବଂ ଆଇଆଇଏମ୍‌ ସମ୍ବଲପୁରର ନିର୍ଦ୍ଦେଶକ ପ୍ରଫେସର ମହାଦେବ ଜୟସ୍ୱାଲ ବୁଝାମଣା ପତ୍ରରେ ସ୍ୱାକ୍ଷର କରିଥିଲେ ।

ଏହି ବୁଝାମଣାପତ୍ର ଅନୁଯାୟୀ ରାଜ୍ୟରେ ଜୈବ-ଅର୍ଥନୀତି ସମ୍ଭାବନା ଥିବା କ୍ଷେତ୍ରଗୁଡ଼ିକୁ ବିଚାରକୁ ନେଇ ଏକ ପ୍ରସ୍ତାବ ରାଜ୍ୟ ସରକାରଙ୍କୁ ଆଇଆଇଏମ୍‌, ସମ୍ବଲପୁର ପକ୍ଷରୁ ପ୍ରଦାନ କରାଯିବ । ଜୈବ-ଅର୍ଥନୀତି ରିପୋର୍ଟ ବିକଶିତ କରିବା, ଏ କ୍ଷେତ୍ରରେ ଥିବା ପ୍ରମୁଖ ଆହ୍ୱାନ ଓ ବିକାଶ ସୁଯୋଗର ମୂଲ୍ୟାୟନ କରି ଏକ ତଥ୍ୟଭିତ୍ତିକ ରିପୋର୍ଟ ପ୍ରସ୍ତୁତ କରାଯିବ । ଏହି ରିପୋର୍ଟ ଭବିଷ୍ୟତର ଜୈବ ଉଦ୍ୟୋଗ, ବିଶେଷ କରି ଜୈବ-ଅର୍ଥନୀତି ଏବଂ ସାଧାରଣ ଭାବେ ଆର୍ଥିକ ଅଭିବୃଦ୍ଧି ଦିଗରେ ଏକ ମାନଦଣ୍ଡ ଭାବେ ଉଭାହେବ ବୋଲି ଉଭୟ ପକ୍ଷ ଆଶାବ୍ୟକ୍ତ କରିଛନ୍ତି ।

ଏହି ଅବସରରେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ଶିବାନୀ ମହାନ୍ତି, ବିତ୍ତ ପରାମର୍ଶଦାତା ଶ୍ରୀମତୀ ବିଦୁ୍ୟତପ୍ରଭା ରାଉତ, ଶ୍ରୀମତୀ ଉର୍ମିପ୍ରଭା ମହାରଣା, ଆଇଆଇଏମ୍‌, ସମ୍ବଲପୁରର ଅଧ୍ୟାପକ ଶ୍ରୀ ଆର୍‌.କେ. ପାଢ଼ୀ ଏବଂ ଶ୍ରୀ ସନ୍ଦୀପ ମୁଖୋପାଧ୍ୟାୟଙ୍କ ସମେତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

  • Related Posts

    ଦେବାଶିଷ ସାମନ୍ତରାୟ ବିଜେପି ରାଜ୍ୟସଭା ପ୍ରାର୍ଥୀ

    ଭୁବନେଶ୍ୱର: ବିଜେପିର ରାଜ୍ୟସଭା ପ୍ରାର୍ଥୀ ହେଲେ ଦେବାଶିଷ ସାମନ୍ତରାୟ । ଓଡ଼ିଶା ପାଇଁ ହେବାକୁ ଥିବା ଉପନିର୍ବାଚନ ପରିପ୍ରେକ୍ଷୀରେ ତାଙ୍କୁ ବିଜେପି ପ୍ରାର୍ଥୀ କରିଛି । ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ବିଧିବଦ୍ଧଭାବେ ତାଙ୍କ ନାମ ଘୋଷଣା କରାଯାଇଛି ।…

    Continue reading
    ରାଜ୍ୟ ଅନୁସୂଚିତ ଜନଜାତି ମୋର୍ଚ୍ଚା ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

    ଭୂବନେଶ୍ୱର: ଆଜି ରାଜ୍ୟ କାର୍ଯ୍ୟାଳୟରେ ରାଜ୍ୟ ବିଜେପି ଅନୁସୁଚୀତ ଜନଜାତି ମୋର୍ଚ୍ଚାର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକ ସଂପର୍କରେ ସୂଚନା ଦେଇ ବିଜେପି ଜନଜାତି ମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ କାନ୍ଦ୍ରା ସୋରେନ କହିଛନ୍ତି ଯେ, ନିଜ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ