ରାଜ୍ୟରେ ବନ୍ୟା ସ୍ଥିତିରେ ଆସିଛି ସୁଧାର

ଭୁବନେଶ୍ୱର : ରାଜ୍ୟରେ ବନ୍ୟା ସ୍ଥିତିରେ ସୁଧାର ଆସିଛି । ବର୍ତ୍ତମାନ କୌଣସି ନଦୀରେ ବନ୍ୟା ସ୍ଥିତି ନାହିଁ । ଲଘୁଚାପ ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା ହୋଇଛି ବୋଲି ସୂଚନା ଦେଇଛନ୍ତି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢୀ । ସେ ଆହୁରି ମଧ୍ୟ କହିଛନ୍ତି ଯେ, ଲଘୁଚାପ ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା ହୋଇଛି । ସବୁଠୁ ଅଧିକ ବର୍ଷା କୋଲାବ ବେସିନ୍‌ରେ ହୋଇଛି । ଇନ୍ଦ୍ରାବତୀ ବେସିନରେ ବି ବର୍ଷା ହୋଇଛି । ବାଲିମେଳା, ସାଳନ୍ଦୀରେ ସ୍ଥିତି ସନ୍ତୋଷଜନକ ରହିଛି । ସବୁ ନଦୀରେ ଜଳସ୍ତର ବିପଦ ସଙ୍କେତ ତଳେ ପ୍ରଭାବିତ ହୋଇଛି । ଆଗାମୀ ଦିନରେ ଆହୁରି ତଳକୁ ଆସିବ । ବର୍ତ୍ତମାନ ବୈତରଣୀରେ ପାଣି କମିଯାଇଛି । ତଳିଆ ଅଞ୍ଚଳରୁ ପାଣି କମିବାକୁ ସମୟ ଲାଗିବ । ପାଣି କମିବା ପରେ ସ୍ଥିତି ଦେଖି ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ ।

  • Related Posts

    ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ସ୍ପଷ୍ଟ ଚିହ୍ନିତ

    ଭୁବନେଶ୍ଵର : ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ସ୍ପଷ୍ଟ ଚିହ୍ନିତ। ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମ ଉତ୍ତର-ପଶ୍ଚିମ ମୁହାଁ ହେବ। ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ହେବ। ଦକ୍ଷିଣ ଓଡ଼ିଶାରେ ଅଧିକ ଛେଚିବ। ୩୦ରୁ ୪୦ କିମି ବେଗରେ ଝଟ୍‌କା…

    Continue reading
    କଟକ ଷ୍ଟେସନରେ ଭୁଶୁଡିଲା ନିର୍ମାଣାଧୀନ ସେଡ୍‌

    କଟକ : କଟକ ଷ୍ଟେସନରେ ଅଘଟଣ। ନିର୍ମାଣ କାର୍ୟ୍ୟ ଚାଲିଥିବା ବେଳେ ଭୁଶୁଡିଲା ସେଡ୍। କ୍ଷୟକ୍ଷତି କଣ ଘଟିଛି ତାହାର ସୂଚନା ଜଣାପଡି ନାହିଁ। ପ୍ଲାଟଫର୍ମ ନଂ ୧ରେ ଏଭଳି ଅଘଟଣ ଘଟିଛି। ଘଟଣାସ୍ଥଳରେ ଉଦ୍ଧାର କାର୍ୟ୍ୟ ଜାରି ରହିଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    କେନ୍ଦ୍ର କ୍ୟାବିନେଟର ମଞ୍ଜୁରି: ୨୦୩୦ ଯାଏ ଚାଲିବ ପିଏମ୍ ସ୍ୱନିଧି ଯୋଜନା

    କେନ୍ଦ୍ର କ୍ୟାବିନେଟର ମଞ୍ଜୁରି: ୨୦୩୦ ଯାଏ ଚାଲିବ ପିଏମ୍ ସ୍ୱନିଧି ଯୋଜନା

    ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ସ୍ପଷ୍ଟ ଚିହ୍ନିତ

    ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ସ୍ପଷ୍ଟ ଚିହ୍ନିତ

    ଯେଉଁ ପଦ ଦିଆଯାଇଛି ଏହା ଅଳଙ୍କାର ନୁହେଁ, ଏହା ଦାୟିତ୍ୱ, ଆହ୍ୱାନ : ଚିନ୍ମୟ

    ଯେଉଁ ପଦ ଦିଆଯାଇଛି ଏହା ଅଳଙ୍କାର ନୁହେଁ, ଏହା ଦାୟିତ୍ୱ, ଆହ୍ୱାନ : ଚିନ୍ମୟ

    କଟକ ଷ୍ଟେସନରେ ଭୁଶୁଡିଲା ନିର୍ମାଣାଧୀନ ସେଡ୍‌

    କଟକ  ଷ୍ଟେସନରେ ଭୁଶୁଡିଲା ନିର୍ମାଣାଧୀନ ସେଡ୍‌

    ଜାମ୍ମୁ-କାଶ୍ମୀରରେ ଭୂସ୍ଖଳନ; ମୃତ୍ୟୁ ସଂଖ୍ୟା ୩୦

    ଜାମ୍ମୁ-କାଶ୍ମୀରରେ ଭୂସ୍ଖଳନ; ମୃତ୍ୟୁ ସଂଖ୍ୟା ୩୦

    ଆସିବ ନୂଆ ଐତିହ୍ୟ ନୀତି

    ଆସିବ ନୂଆ ଐତିହ୍ୟ ନୀତି