ରାଜ୍ୟରେ ମହଜୁଦ ରହିଛି ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର

ଭୁବନେଶ୍ୱର: ସାର କଳାବଜାରୀ ରୋକିବାକୁ ସରକାରଙ୍କ ବଡ଼ ପଦକ୍ଷେପ । ରାଜ୍ୟରେ ବର୍ତ୍ତମାନ ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର ମହଜୁଦ ରହିଛି । ମୋଟ୍ ମହଜୁଦରୁ ୨ ଲକ୍ଷ ୬ ହଜାର ୩୬୮ ଟନ୍ ସାର ପ୍ରାଥମିକ କୃଷି ସମବାୟ ସମିତିକୁ ଏବଂ ୧୪୨୬ ଟନ୍ ସାର ଡିଲରମାନଙ୍କୁ ପ୍ରଦାନ କରାଯାଇଛି । କେବଳ ମାର୍କଫେଡ୍ ପାଖରେ ୨୯ ହଜାର ଟନ୍ ସାର ମହଜୁଦ ରହିଛି । କଳାବଜାରୀ ଏବଂ ନକଲି ସାର ବିକ୍ରିକୁ ରୋକିବା ପାଇଁ ରାଜ୍ୟ ଓ ଜିଲ୍ଲା ସ୍ତରରେ ସ୍ୱତନ୍ତ୍ର ଏନଫୋର୍ସମେଣ୍ଟ ଟିମ୍ ଗଠନ କରାଯାଇଛି । ଆଗାମୀ କୃଷି ଋତୁକୁ ଦୃଷ୍ଟିରେ ରଖି ରାଜ୍ୟରେ ସାରର ଅଭାବ ଯେପରି ନହୁଏ, ସେଥିପାଇଁ ସରକାର ବ୍ୟାପକ ବ୍ୟବସ୍ଥା ଗ୍ରହଣ କରିଛନ୍ତି । ରାଜ୍ୟରେ ବର୍ତ୍ତମାନ ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର ସୁରକ୍ଷିତ ଭାବେ ମହଜୁଦ ରହିଛି । ଚାଷୀମାନଙ୍କୁ ସହଜରେ ସାର ଯୋଗାଇଦେବା ପାଇଁ ସମବାୟ ସମିତି ଏବଂ ଡିଲରମାନଙ୍କ ଜରିଆରେ ବଣ୍ଟନ ଜାରି ରହିଛି । ଚାଷୀମାନେ ଯେପରି ସମୟ ମଧ୍ୟରେ ଏବଂ ସଠିକ୍ ଦରରେ ସାର ପାଇପାରିବେ, ସେଥିପାଇଁ ବିଭାଗ ପକ୍ଷରୁ ସମସ୍ତ ପ୍ରକାର ପଦକ୍ଷେପ ନିଆଯାଇଛି ।

ସାରର କୃତ୍ରିମ ଅଭାବ ସୃଷ୍ଟି ଏବଂ କଳାବଜାରୀକୁ ସମ୍ପୂର୍ଣ୍ଣ ରୂପେ ପ୍ରତିହତ କରିବା ପାଇଁ ସରକାର ଅତି କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ଏହି ପରିପ୍ରେକ୍ଷୀରେ ରାଜ୍ୟ ଏବଂ ଜିଲ୍ଲା ସ୍ତରରେ ସ୍ୱତନ୍ତ୍ର ଏନଫୋର୍ସମେଣ୍ଟ ଟିମ୍ ଗଠନ କରାଯାଇ ବଜାର ଉପରେ କଡ଼ା ନଜର ରଖାଯାଇଛି । ଯଦି କେହି ବ୍ୟକ୍ତି କିମ୍ବା ବ୍ୟବସାୟୀ ସାର କଳାବଜାରୀ କରୁଥିବା ଧରାପଡ଼ନ୍ତି, ତେବେ ସେମାନଙ୍କ ବିରୁଦ୍ଧରେ ଆଇନଗତ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ବଜାରରେ ନକଲି ସାର ବିକ୍ରି ହେଉଥିବା ନେଇ କୌଣସି ଅଭିଯୋଗ ନଜରକୁ ଆସିଲେ, ତୁରନ୍ତ ତଦନ୍ତ କରାଯାଇ ଦୋଷୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରଶାସନ ପକ୍ଷରୁ ସ୍ପଷ୍ଟ କରାଯାଇଛି ।

  • Related Posts

    ନିଯୁକ୍ତି ମେଳା : ୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ରାଜ୍ୟର ଯୁବପିଢ଼ିଙ୍କୁ ରୋଜଗାର ସୁଯୋଗ ପ୍ରଦାନ ଓ ସରକାରୀ ସେବାରେ ନିଯୁକ୍ତିକୁ ଗୁରୁତ୍ୱ ଦେଇ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ନିଯୁକ୍ତି ମେଳା ଆୟୋଜିତ ହୋଇଛି। ଏହି ଅବସରରେ ୧୩୨୬ ଜଣ ନବନିଯୁକ୍ତ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି।ରାଜ୍ୟ ସରକାରଙ୍କ…

    Continue reading
    ଧାନ ବିକ୍ରି ପଞ୍ଜୀକରଣ: ଆସୁଛି ସ୍ୱତନ୍ତ୍ର ଆପ୍

    ଭୁବନେଶ୍ୱର: ଧାନ କିଣା ପଞ୍ଜୀକରଣକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା । ଧାନ ବିକ୍ରି ପଞ୍ଜୀକରଣକୁ ଅଧିକ ସହଜ ଓ ସରଳ କରିବା ପାଇଁ ଆସୁଛି ସ୍ୱତନ୍ତ୍ର ଆପ୍ । ମାଲିକ ନ ଆସିଲେ ବି ଭାଗଚାଷୀ କରିପାରିବେ ପଞ୍ଜୀକରଣ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ