ରାଜ୍ୟରେ ସକାଳୁଆ ସ୍କୁଲ ଆରମ୍ଭ

ଭୁବନେଶ୍ବର : ଖରାକୁ ଦୃଷ୍ଟିରେ ରଖି ରାଜ୍ୟରେ ସକାଳୁଆ ସ୍କୁଲ ଆରମ୍ଭ । ସମସ୍ତ ସରକାରୀ, ବେସରକାରୀ ସ୍କୁଲ ପାଇଁ ଏହା ଲାଗୁ କରାଯାଇଛି। ସ୍କୁଲରେ ସକାଳୁଆ ପାଠପଢା ପାଇଁ ନିର୍ଦେଶ ଦିଆଯାଇଛି। ସକାଳ ସାଢେ ୬ ଟାରୁ ସାଢେ ୧୦ଟା ପର୍ଯ୍ୟନ୍ତ ହେବ ସ୍କୁଲରେ ପାଠପଢା। ଖରାକୁ ଦୃଷ୍ଟିରେ ରଖି ଗଣଶିକ୍ଷା ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଗ୍ରୀଷ୍ମ ଛୁଟି ପର୍ଯ୍ୟନ୍ତ ଚାଲିବ ସକାଳୁଆ ସ୍କୁଲ । ଏନେଇ ପ୍ରତ୍ୟେକ ଜିଲ୍ଲାର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଜାରି କରିଛନ୍ତି ଗଣଶିକ୍ଷା ସଚିବ। ଏପ୍ରିଲ ୨ ତାରିଖରୁ ଏହି ନିର୍ଦେଶ ଲାଗୁ କରାଯାଇଛି।

ସକାଳୁଆ ସ୍କୁଲଗୁଡିକ ପାଇଁ ଏସଓପି ଜାରି କରାଯାଇଛି। ସ୍କୁଲରେ ପାନୀୟ ଜଳର ବ୍ୟବସ୍ଥା କରିବେ। ଆବଶ୍ୟକ ସ୍ଥଳେ, ପାନୀୟ ଜଳ ଯୋଗାଣ ସୁନିଶ୍ଚିତ କରିବା ପାଇଁ ସ୍କୁଲ କ୍ୟାମ୍ପସ ଭିତରେ ଥିବା ନଳକୂପଗୁଡ଼ିକୁ ମରାମତି କରାଯିବ। ପ୍ରତିଦିନ ଏକ ନିର୍ଦ୍ଦିଷ୍ଟ ସମୟରେ ପାଣି ଘଣ୍ଟି ସହିତ ପାନୀୟ ଜଳ ବିରତି ରହିବ। ବିଦ୍ୟାଳୟଗୁଡ଼ିକରେ ପର୍ଯ୍ୟାପ୍ତ ପରିମାଣର ଓଆରଏସ ପ୍ୟାକେଟ ରଖାଯିବ ଏବଂ ଆବଶ୍ୟକ କରୁଥିବା ଛାତ୍ର/କର୍ମଚାରୀଙ୍କୁ ଏହା ଯୋଗାଇ ଦିଆଯିବ। ଅଭିଭାବକମାନେ ପିଲାମାନଙ୍କୁ ସ୍କୁଲ ଯିବା ସମୟରେ ପାଣି ବୋତଲସହ ପଠାଇବେ ବୋଲି ଗାଇଡଲାଇନ ଜାରି କରାଯାଇଛି।

  • Related Posts

    ଆଜି ଗୁଡ୍ ଫ୍ରାଇଡେ, ଚର୍ଚ୍ଚରେ ପ୍ରାର୍ଥନା କରୁଛନ୍ତି ଖ୍ରୀଷ୍ଟିଆନ୍ ଧର୍ମାବଲମ୍ବୀ

    ଆଜି ଗୁଡ୍ ଫ୍ରାଇଡେ। ମାନବ ଜାତି ପାଇଁ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ବଳିଦାନର ସ୍ମୃତିଚାରଣ କରାଯାଉଛି । ଯୀଶୁଙ୍କ ବଳିଦାନକୁ ମନେ ପକାଇ ଚର୍ଚ୍ଚରେ ପ୍ରାର୍ଥନା କରୁଛନ୍ତି ଖ୍ରୀଷ୍ଟିଆନ୍ ଧର୍ମାବଲମ୍ବୀ ଭାଇ ଭଉଣୀ । ଏଥିପାଇଁ ସକାଳୁ ଉଭୟ ବାପ୍‌ଟିଷ୍ଟ ଓ କ୍ୟାଥଲିକ୍‌…

    Continue reading
    କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି

    ଭୁବନେଶ୍ୱର:କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ ସମସ୍ତ ସୁବିଧା ସୁଯୋଗ ପାଇବେ। ନିୟମିତ କର୍ମଚାରୀ ଲେଭଲ୍‌-ଭି (ଏ) ଦରମା ପିଛିଲା ଭାବେ ଅର୍ଥାତ୍‌…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ