ରାଜ୍ୟରେ ସାର ଅଭାବ ପାଇଁ ସରକାର ଦାୟୀ: ବିଜେଡି

ଭୁବନେଶ୍ୱର: ରାଜ୍ୟରେ ସାରର ଅଭାବକୁ ନେଇ କୃଷକମାନେ ଗୁରୁତର ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ, ବିଜୁ ଜନତା ଦଳ ରାଜ୍ୟ ସରକାରଙ୍କୁ ଏଥିପାଇଁ ଦାୟୀ କରିଛି। ଦଳର ବରିଷ୍ଠ ନେତା ତଥା ବିଧାୟକ ଡ. ଅରୁଣ ସାହୁ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ବର୍ତ୍ତମାନ ରାଜ୍ୟରେ ସାରର ନିଅଣ୍ଟ ସ୍ଥିତି ଦେଖା ଦେଇଥିବା ବେଳେ, ସାର ବିକ୍ରିରେ ଅନିୟମିତତା, କଳାବଜାରୀ ଓ ଅତ୍ୟଧିକ ଦର ବୃଦ୍ଧି ଚାଷୀକୂଳକୁ ହନ୍ତସନ୍ତ କରୁଛି। ଏହି ସମସ୍ୟାର ସମାଧାନ ପାଇଁ ସରକାର କୌଣସି ପଦକ୍ଷେପ ନେଉ ନାହାନ୍ତି। ରାଜ୍ୟ ସରକାର ନିଜକୁ ଲୋକଙ୍କ ସରକାର ବୋଲି ଦାବି କରୁଛନ୍ତି, କିନ୍ତୁ କୃଷକମାନେ କଣ ରାଜ୍ୟର ଲୋକ ନୁହଁନ୍ତି କି ବୋଲି ଡ. ସାହୁ ପ୍ରଶ୍ନ କରିଛନ୍ତି। ସେ କହିଥିଲେ, ରାଜ୍ୟର ଚାଷୀକୂଳଙ୍କ ସମସ୍ୟାକୁ ବୁଝି, ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ କେନ୍ଦ୍ର ସାର ମନ୍ତ୍ରୀଙ୍କୁ ଚିଠି ଲେଖି, ଏହାର ତ୍ୱରିତ ସମାଧାନ ପାଇଁ ଦାବି କରିଛନ୍ତି।
ସେ ଆହୁରି କହିଥିଲେ, ଏକଦା ଚାଉଳ ନିଅଣ୍ଟିଆ ରାଜ୍ୟ ଭାବେ ପରିଚୟ ଥିବା ଓଡିଶା ନବୀନ ପଟ୍ଟନାୟକଙ୍କ ଶାସନ କାଳରେ ଚାଉଳ ବଳକା ରାଜ୍ୟରେ ପରିଣତ ହେବା ସହିତ ଚାଉଳ ଉତ୍ପାଦନ କ୍ଷେତ୍ରରେ ଦେଶର ତୃତୀୟ ଶ୍ରେଷ୍ଠ ରାଜ୍ୟର ମାନ୍ୟତା ପାଇଛି। ଏହି ସ୍ଥିତିରେ, ରାଜ୍ୟ ସରକାର କୃଷକ ମାନଙ୍କ ସ୍ଵାର୍ଥକୁ ପ୍ରାଥମିକତା ଦେଇ ତାଙ୍କୁ ସାର ଭଳି ଆବଶ୍ୟକୀୟ ସାମଗ୍ରୀ ସୁବିଧାରେ ଯୋଗାଇ ଦେବାର ଆବଶ୍ୟକତା ରହିଛି। ସାର ଯୋଗାଇ ଦେବାରେ ରାଜ୍ୟ ସରକାର ବିଫଳ ହୋଇଛନ୍ତି, ଯାହାକୁ ନେଇ କୃଷକ ମାନେ ଗୁରୁତର ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ସାର ଜନିତ ଯନ୍ତ୍ରଣାରୁ ମୁକ୍ତି ପାଇଁ, ସରକାର ତୁରନ୍ତ ଆବଶ୍ୟକୀୟ ପଦକ୍ଷେପ ନିଅନ୍ତୁ, ନଚେତ ରାଜ୍ୟବ୍ୟାପୀ କୃଷକ ଆନ୍ଦୋଳନକୁ ସମ୍ମୁଖୀନ ହେବାକୁ ପ୍ରସ୍ତୁତ ରୁହନ୍ତୁ ବୋଲି ଡ.ସାହୁ କହିଥିଲେ।

  • Related Posts

    ବନ୍ଦ ହେଲା ବିଧାନସଭା: ବର୍ଷିଲା ବିଜେଡି

    ଭୁବନେଶ୍ବର: ରାତି ଆଧରେ ଆକସ୍ମିକ ବନ୍ଦ ହେଲା ବିଧାନସଭା । ଶେଷ କାର୍ୟ୍ୟ ଦିବସ ପୂର୍ବରୁ ଗୃହ କାର୍ୟ୍ୟ ବନ୍ଦ । ବିଧାନସଭାକୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି । ଏଭଳି ହଠାତ୍ ବନ୍ଦ ନେଇ ରାଜ୍ୟ…

    Continue reading
    କ୍ଷମା ମାଗିଲେ ନିଶିକାନ୍ତ ଦୁବେ: କ’ଣ କହିଲେ ଜାଣନ୍ତୁ

    ନୂଆଦିଲ୍ଲୀ : ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଅପମାନଜନକ ମନ୍ତବ୍ୟ ପ୍ରସଙ୍ଗକୁ ନେଇ ଆଜି କ୍ଷମା ମାଗିଛନ୍ତି ନିଶିକାନ୍ତ ଦୁବେ। ସୋସିଆଲ ମିଡିଆରେ ପୋଷ୍ଟ କରି ସେ କ୍ଷମା ପ୍ରାର୍ଥନା କରିଛନ୍ତି। ଏବଂ କହିଛନ୍ତି ବିଜୁ ବାବୁଙ୍କୁ ନେଇ ଦେଇଥିବା ବୟାନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ