ରାଜ୍ୟରେ ୨୨ଟି ପୁଞ୍ଜିନିବେଶ ପ୍ରସ୍ତାବକୁ ମଞ୍ଜୁରି , ୭ ହଜାର ୭୬୫ ନିଯୁକ୍ତି ସୁଯୋଗ

ଭୁବନେଶ୍ଵର: ରାଜ୍ୟ ସ୍ତରୀୟ ୧୫୧ତମ ସିଙ୍ଗିଲ୍‌ ଉଇଣ୍ଡୋ କ୍ଲିୟରାନ୍ସ ଅଥୋରିଟି(ଏସଏଲଏସଡ଼ବ୍ଲୁ ସିଏ) ବୈଠକରେ ରାଜ୍ୟ ସରକାର ଆଜି ୩,୮୫୫.୩୮ କୋଟି ଟଙ୍କାର ୨୨ଟି ଶିଳ୍ପ ପୁଞ୍ଜିନିବେଶ ପ୍ରସ୍ତାବକୁ ମଞ୍ଜୁରି ପ୍ରଦାନ କରିଛନ୍ତି । ଏହି ପ୍ରସ୍ତାବଗୁଡ଼ିକ ମାଧ୍ୟମରେ ୭,୭୬୫ ଟି ନିଯୁକ୍ତି ସୁଯୋଗ ସୃଷ୍ଟି ହେବାର ସମ୍ଭାବନା ରହିଛି । ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ୧୫୧ତମ ରାଜ୍ୟସ୍ତରୀୟ ଏସଏଲଏସଡବ୍ଲୁସିଏ ବୈଠକରେ ଏହି ପ୍ରସ୍ତାବଗୁଡ଼ିକୁ ଅନୁମୋଦନ କରାଯାଇଛି। ଔଷଧ, ପର୍ଯ୍ୟଟନ, ମହାକାଶ ଓ ପ୍ରତିରକ୍ଷା, ଜୈବ ଇନ୍ଧନ, ରସାୟନ ଓ ପେଟ୍ରୋରସାୟନ, ଉତ୍ପାଦନ, ଭିତ୍ତିଭୂମି, ପ୍ଲାଷ୍ଟିକ୍, ବିଶ୍ୱସ୍ତରୀୟ ଦକ୍ଷତା କେନ୍ଦ୍ର, ଇସ୍ପାତ ଡାଉନଷ୍ଟ୍ରିମ୍ ଶିଳ୍ପ, କାଗଜ ଓ ପ୍ୟାକେଜିଂ ଆଦି ୧୧ଟି କ୍ଷେତ୍ରରେ ଅନୁଗୋଳ, ବାଲେଶ୍ୱର, ଭଦ୍ରକ, କଟକ, ଗଞ୍ଜାମ, ଯାଜପୁର, ଝାରସୁଗୁଡ଼ା, ଖୋର୍ଦ୍ଧା, ନୟାଗଡ଼, ପୁରୀ, ସମ୍ବଲପୁର ଓ ସୁନ୍ଦରଗଡ଼ରେ ଭଳି ୧୨ଟି ଜିଲ୍ଲା ରେ ପ୍ରକଳ୍ପଗୁଡ଼ିକ ପ୍ରତିଷ୍ଠା କରିବାକୁ ପ୍ରସ୍ତାବ ରହିଛି।

  • Related Posts

    ଓଡ଼ିଶାର ୩୫.୩୯ ଲକ୍ଷ ଚାଷୀଙ୍କୁ ମିଳିବ ୭୦୭ କୋଟିରୁ ଅଧିକ ଟଙ୍କା

    ଭୁବନେଶ୍ଵର: ଆସନ୍ତାକାଲି ‘ପିଏମ୍-କିଷାନ ଉତ୍ସବ ଦିବସ’ ଅବସରରେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ପିଏମ୍-କିଷାନ ଯୋଜନାର ୨୪ତମ କିସ୍ତି ପ୍ରଦାନ କରାଯିବ। ଏହି ଯୋଜନାରେ ଓଡ଼ିଶାର ୩୫ ଲକ୍ଷରୁ ଅଧିକ ଚାଷୀ ହେବେ ଉପକୃତ ହେବେ। ଓଡ଼ିଶାରେ ଏହି ଅବସରରେ ରାଜ୍ୟସ୍ତରୀୟ…

    Continue reading
    ଭିଜିଲାନ୍ସ ପଞ୍ଝାରେ ଫୁଲନଖରା ଡେପୁଟି ଫରେଷ୍ଟ ରେଞ୍ଜର

    କଟକ : ଲକ୍ଷେ ଟଙ୍କା ଲାଞ୍ଚ ନେଉଥିଲେ, ମାଡ଼ି ବସିଲା ଭିଜିଲାନ୍ସ । ଲାଞ୍ଚ ନେଇ ଧରା ପଡ଼ିଲେ କଟକ ଫୁଲନଖରା ଡେପୁଟି ଫରେଷ୍ଟ ରେଞ୍ଜର ମୌସୁମୀ ବେହେରା । ଜୁଲାଇରୁ ସେପ୍ଟେମ୍ଵର ମାସ ମଧ୍ୟରେ ବୃକ୍ଷରୋପଣ ସମ୍ପର୍କିତ ବିଲ୍ ପାସ୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ