ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ପଦବୀ ପୂରଣ ପାଇଁ ଗଠନ ହେବ ସ୍ୱତନ୍ତ୍ର ପୋଲିସ ନିଯୁକ୍ତି ବୋର୍ଡ

ଭୁବନେଶ୍ୱର,୧୨।୮: ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଅପରାଧ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ସମୀକ୍ଷା କରିଛନ୍ତି । ସାଧାରଣ ଜନତା ଯେପରି ସୁରକ୍ଷିତ ଅନୁଭବ କରିବେ, ସେଥିପାଇଁ ପୋଲିସ ପକ୍ଷରୁ ସମସ୍ତ ପ୍ରକାର ଆବଶ୍ୟକ ଉପାୟ ଅବଲମ୍ୱନ କରିବାକୁ ମୁଖ୍ୟମନ୍ତ୍ରୀ ବୈଠକରେ ପରାମର୍ଶ ଦେଇଥିଲେ। ନାରୀ ସୁରକ୍ଷା କ୍ଷେତ୍ରରେ ସରକାରଙ୍କ ଶୂନ୍ୟ ସହନଶୀଳତା ନୀତି ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ପୋଲିସ ଅଧିକାରୀମାନଙ୍କୁ ପରାମର୍ଶ ଦେଇ କହିଥିଲେ ଯେ, ଏହି ନୀତିକୁ ଆଧାର କରି ପୋଲିସ ସବୁ ସମୟରେ ଆକ୍ସନ ମୋଡରେ ରହୁ । ଏହାକୁ ସୁନିଶ୍ଚିତ କରିବା ପାଇଁ ଉଚ୍ଚ ପୋଲିସ ଅଧିକାରୀମାନେ ଏହାର ନିୟମିତ ମନିଟରିଙ୍ଗ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ବୈଠକରେ ପୋଲିସ ପାଟ୍ରୋଲିଂ ବ୍ୟବସ୍ଥାକୁ ଆହୁରି ଜୋରଦାର କରିବା ସହିତ, ବିଭିନ୍ନ ଶିକ୍ଷାନୁଷ୍ଠାନ ମାନଙ୍କରେ ପଢ଼ୁଥିବା ପିଲାମାନଙ୍କ ସୁରକ୍ଷା ପାଇଁ ସ୍କୁଲ ଓ କଲେଜ ଅଞ୍ଚଳରେ ନିୟମିତ ଭାବେ ପାଟ୍ରୋଲିଂ କରିବା ପାଇଁ ମୁଖ୍ୟମନ୍ତ୍ରୀ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ । ଏହା ସହିତ ଟ୍ରାଫିକ ବ୍ୟବସ୍ଥାକୁ ମଧ୍ୟ ସୁନିୟନ୍ତ୍ରିତ କରିବା ପାଇଁ ସେ ପରାମର୍ଶ ଦେଇଥିଲେ ।
ଏଥିସହିତ ପଡୋଶୀ ରାଜ୍ୟ ସୀମାରୁ ଓଡ଼ିଶାକୁ ବ୍ରାଉନସୁଗାର ଚାଲାଣକୁ ରୋକିବା ପାଇଁ ସ୍ୱତନ୍ତ୍ର ଏବଂ କଡ଼ାକଡ଼ି ପଦକ୍ଷେପ ନେବାର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ନିଖୋଜ ମହିଳା ଓ ଶିଶୁଙ୍କୁ ଉଦ୍ଧାର କରିବା କାର୍ଯ୍ୟ ଜାରି ରହିଛି । ବିଗତ ଏକ ବର୍ଷ ମଧ୍ୟରେ ୮,୦୩୫ ମହିଳା ଓ ୩,୩୦୬ ଜଣ ବାଳିକାଙ୍କୁ ଉଦ୍ଧାର କରାଯାଇଛି ବୋଲି ବୈଠକରୁ ଜଣାଯାଇଛି। ପୋଲିସ ବିଭାଗରେ ଖାଲି ରହୁଥିବା ପଦବୀ ଗୁଡ଼ିକ ଯଥାଶୀଘ୍ର ପୂରଣ କରିବା ପାଇଁ ଏକ ସ୍ୱତନ୍ତ୍ର ପୋଲିସ ନିଯୁକ୍ତି ବୋର୍ଡ ଗଠନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଥିଲେ।
୧୫ ବର୍ଷର ତଥ୍ୟକୁ ଅନୁଧ୍ୟାନ କଲେ ଜଣାପଡିଛି ଯେ, ବିଗତ ଏକ ବର୍ଷ ମଧ୍ୟରେ ଅଧିକାଂଶ କ୍ଷେତ୍ରରେ ଅପରାଧ ହ୍ରାସ ପାଇଛି । ବେଆଇନ୍ ଅସ୍ତ୍ରଶସ୍ତ୍ର କାରବାର, ବାଲି ଚୋରା ଚାଲାଣ ଏବଂ ଜାମିନ୍‍ ବିହୀନ ୱାରେଣ୍ଟ କାର୍ଯ୍ୟକାରୀ କରିବା କ୍ଷେତ୍ରରେ ଓଡ଼ିଶା ପୋଲିସର କାର୍ଯ୍ୟରେ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ । ଡ୍ରଗ୍ସ ଏବଂ ବେଆଇନ ଗଞ୍ଜେଇ ଚାଷ ରୋକିବା କ୍ଷେତ୍ରରେ ନିଆଯାଉଥିବା ପଦକ୍ଷେପ ଗୁଡ଼ିକୁ ଆହୁରି ସୁଦୃଢ଼ କରିବା ଆବଶ୍ୟକ ବୋଲି ମତ ଦେଇ ଏହି ପଦକ୍ଷେପକୁ ଆହୁରି ବ୍ୟାପକ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଶ୍ରୀ ପ୍ରକାଶ ମିଶ୍ର, ଆଡଭୋକେଟ ଜେନେରାଲ ଶ୍ରୀ ପିତାମ୍ୱର ଆଚାର୍ଯ୍ୟ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ୱାଇ.ବି. ଖୁରାନିଆ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶ୍ରୀ ଶାଶ୍ୱତ ମିଶ୍ର ଏବଂ ବରିଷ୍ଠ ପୋଲିସ ଅଧିକାରୀଗଣ ଯୋଗ ଦେଇଥିଲେ ।

  • Related Posts

    କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

    ନୂଆଦିଲ୍ଲୀ | ଭୁବନେଶ୍ୱର, ୮ ଅକ୍ଟୋବର ୨୦୨୬: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଦୁଇଦିନିଆ ବିଭାଗୀୟ ସମ୍ମିଳନୀରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

    ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପ୍ରକଳ୍ପ ପାଇଁ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭.୧୯ କୋଟି, ଏବେ ହେଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ