ରାଜ୍ୟର ସବୁ ସାଂସଦଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର: ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଥିଲେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଉ ଗୁରୁବାର ରାଜ୍ୟର ସବୁ ସାଂସଦଙ୍କୁ ଚିଠି ଲେଖିଛନ୍ତି ନବୀବ । ୧୩୧ ତମ ସମ୍ବିଧାନ ସଂଶୋଧନ ପ୍ରସଙ୍ଗ ଉଠାଇ ବିଜେଡି ସଭାପତି ଗୁରୁବାର ଏହି ଚିଠି ଲେଖିଛନ୍ତି । ଉକ୍ତ ଚିଠିରେ ନବୀନ ରାଜନୈତିକ ପ୍ରତିନିଧିତ୍ୱ ଓ ଅର୍ଥନୈତିକ ସ୍ୱାର୍ଥ କଥା ଉଠାଇଛନ୍ତି ।

ଉକ୍ତ ଚିଠିରେ ନବୀନ ଉଲ୍ଲେଖ କରିଛନ୍ତି ଯେ ଓଡ଼ିଶାର ଦୀର୍ଘମିଆଦୀ ସ୍ୱାର୍ଥ, ସମାନୁପାତିକ ପ୍ରତିନିଧିତ୍ୱ ଓ ଗୌରମ ଅକ୍ଷୁଣ୍ଣ ରହିବା ଜରୁରୀ । ଡିଲିମିଟେସନରେ ପ୍ରତିନିଧିତ୍ୱ ହାର କମିବା ଜାତୀୟସ୍ତରୀରେ କ୍ଷତି ପହଞ୍ଚାଇବ । ପ୍ରସ୍ତାବିତ ସମ୍ବିଧାନ ସଂଶୋଧନରେ ଓଡ଼ିଶାର ପ୍ରତିନିଧିତ୍ୱ ୩.୯ରୁ ୩.୪କୁ କମିବ । ୬ଟି କ୍ଷତି ସହିବାକୁ ଥିବା ରାଜ୍ୟ ଭିତରେ ଓଡ଼ିଶାକୁ ପଏଣ୍ଟ ୫ କ୍ଷତି ସହିବାକୁ ପଡ଼ିବ । ଓଡ଼ିଶା ଲୋକେ ଆପଣଙ୍କୁ ସଂସଦକୁ ପଠାଇଛନ୍ତି, ଏହା କରିବାକୁ ଦିଅନ୍ତୁନି । ରାଜ୍ୟର ରାଜନୈତିକ ଓ ଅର୍ଥନୈତିକ ସ୍ୱାର୍ଥକୁ ସୁରକ୍ଷା ଦିଅନ୍ତୁ । ଜନସଂଖ୍ୟା ନିୟନ୍ତ୍ରଣ ଓ ମାନବ ସମ୍ବଳର ବିକାଶ ସତ୍ତ୍ୱେ ଓଡ଼ିଶାକୁ ଦଣ୍ଡିତ କରାନଯାଉ । କେନ୍ଦ୍ରୀୟ ରାଜସ୍ୱକୁ ବଡ଼ ଅବଦାନ ସତ୍ତ୍ୱେ ସ୍ୱତନ୍ତ୍ର ରାଜ୍ୟପାହ୍ୟା ଦାବି ପୂରଣ ଅଦ୍ୟାବଧି ହୋଇନାହିଁ । ଯଦି ଓଡ଼ିଶାର ପ୍ରତିନିଧିତ୍ୱ କମୁନି ତେବେ ସଂଶୋଧନକୁ ସମର୍ଥନ କରିବା ଉଚିତ ବୋଲି ନବୀନ ଉକ୍ତ ଚିଠିରେ ଉଲ୍ଲେଖ କରିଛନ୍ତି ।

ପ୍ରକାଶ ଯେ ଓଡିଶା ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ଡାକିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସୀମା ପୁନଃନିର୍ଦ୍ଧାରଣ ପ୍ରସଙ୍ଗ ଉଠାଇ ୪୮ ଘଣ୍ଟା ମଧ୍ୟରେ ସ୍ୱତନ୍ତ୍ର ଅଧିବେଶନ ଡାକିବାକୁ ମୋହନଙ୍କୁ ଚିଠି ଲେଖିଥିଲେ ନବୀନ । କେନ୍ଦ୍ର ସରକାରଙ୍କ ପ୍ରସ୍ତାବିତ ଡିଲିମିଟେସନରେ ଓଡ଼ିଶାର ଆସନ ସଂଖ୍ୟା ୨୧ରୁ ୨୯କୁ ବୃଦ୍ଧି ହେଲେ ବି ପ୍ରତିନିଧିତ୍ବ ୩.୪%କୁ କମିବ ବୋଲି ଆଶଙ୍କା କରିଛନ୍ତି ନବୀନ । ପ୍ରକାଶିତ ରିପୋର୍ଟ ଅନୁସାରେ ଓଡ଼ିଶା ଚତୁର୍ଥ ସର୍ବାଧିକ କ୍ଷତିଗ୍ରସ୍ତ ରାଜ୍ୟ ହେବ । ତେଣୁ ଓଡ଼ିଶାର ସାମାନ୍ୟତମ ରାଜନୈତିକ ଅଧିକାର କ୍ଷୂର୍ଣ୍ଣ ହେବାକୁ ଦିଆନଯାଉ ବୋଲି ନବୀନ ଦାବି କରିଛନ୍ତି । ଏଥିସହିତ ଯଦି ଓଡ଼ିଶାର ରାଜନୈତିକ ଗୁରୁତ୍ୱ ଓ ସମ୍ମାନ ଅକ୍ଷୁର୍ଣ୍ଣ ରହିବ ତେବେ ଡିଲିମିଟେସନ୍ ବିଲ୍’କୁ ସ୍ୱାଗତ କରିବେ ବୋଲି କହିଛନ୍ତି ।
ବିରୋଧୀ ଦଳ ନେତା ଚିଠିରେ ଦର୍ଶାଇଥିଲେ, “ସମ୍ବିଧାନର ପ୍ରସ୍ତାବିତ ୧୩୧ ତମ ସଂଶୋଧନ ବିଲ୍ ୨୦୨୬ – ସୀମା ପୁନଃ ନିର୍ଦ୍ଧାରଣ ବିଲ ଦ୍ୱାରା ଲୋକସଭାରେ ଆସନ ସଂଖ୍ୟାରେ ବ୍ୟାପକ ପରିବର୍ତ୍ତନ ଘଟିବ । ଲୋକସଭାର ସଦସ୍ୟ ସଂଖ୍ୟା ୫୪୩ ରୁ ୮୫୦ କୁ ବୃଦ୍ଧି ପାଇବ । ଓଡିଶାର ଲୋକସଭା ଆସନ ସଂଖ୍ୟା ୨୧ ଅଛି ଯାହାକି ମୋଟ ଆସନ ସଂଖ୍ୟାର ୩.୯ ପ୍ରତିଶତ । ଯଦି ସମ୍ବିଧାନ ସଂଶୋଧନ ବିଲ ପାରିତ ହୁଏ, ତେବେ ଲୋକସଭାରେ ଓଡିଶାର ପ୍ରତିନିଧିତ୍ୱ ୨୯ କୁ ବୃଦ୍ଧି ପାଇବ । କିନ୍ତୁ ଆନୁପାତିକ ହାରରେ ଏହା ୩.୯ ପ୍ରତିଶତରୁ ୩.୪ ପ୍ରତିଶତକୁ ହ୍ରାସ ଘଟିବ ।”

  • Related Posts

    ସିଜିମାଳିରେ କାହା ପ୍ରତି କୈାଣସି ଅନ୍ୟାୟ ହେବ ନାହିଁ: ବଳଭଦ୍ର ମାଝୀ

    ରାୟଗଡା: ଗତ ବିଜେଡି ସରକାର ଅମଳରେ ୨୦୨୩ ମସିହାରେ ରାୟଗଡା ଜିଲ୍ଲା କାଶୀପୁର ବ୍ଲକ ଅନ୍ତର୍ଗତ ସିଜିମାଳି ଅଂଚଳରେ ଥିବା ଖଣି ଲିଜ୍ ପ୍ରଦାନ କରାଯାଇଥିଲା । ଲିଜ ପ୍ରକ୍ରିୟାରେ ଅନେକ ଆଇନଗତ ତୃଟି ଅଛି ବୋଲି ଆନ୍ଦୋଳନକାରୀ ଅଭିଯୋଗ କରିଛନ୍ତି…

    Continue reading
    କାକବନ୍ଧ ଆଶ୍ରମ ସ୍କୁଲରେପ୍ରଦେଶ କଂଗ୍ରେସ ଅନୁଧ୍ୟାନକାରୀ ଦଳ

    ଭୁବନେଶ୍ୱର: ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ନିର୍ଦେଶ କ୍ରମେ ଗଠିତ ପ୍ରତିନିଧି ମଣ୍ଡଳୀ ପ୍ରଥମେ ରାସଗୋବିନ୍ଦପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ତଥା ବାରିପଦା ସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଛାତ୍ରୀ ମାନଙ୍କୁ ଦେଖା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ