ରାଜ୍ୟସଭା ଉପନିର୍ବାଚନ: ଦେବାଶିଷଙ୍କୁ ପଠାଇବ କି ବିଜେପି

ଦେବାଶିଷ ସାମନ୍ତରାୟ ସୋମବାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଥିବେ ବେଳେ ଉକ୍ତ ଆସନ ପାଇଁ ଉପନିର୍ବାଚନ କରିବାକୁ ଆଜି ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ଜୁନ୍ ୧୮ ତାରିଖରେ ଏହି ଉପନିର୍ବାଚନ ଅନୁଷ୍ଠିତ ହେବ ବୋଲି ECI ଜାରି କରିଥିବା ପ୍ରେସ୍ ରିଲିଜ୍‌ରେ ଉଲ୍ଲେଖ କରିଛନ୍ତି। ରାଜ୍ୟସଭା ଉପନିର୍ବାଚନ ପାଇଁ ଜୁନ୍ ୧ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ଜୁନ୍ ୮ ହେଉଛି ପ୍ରାର୍ଥିପତ୍ର ଦାଖଲ କରିବାର ଶେଷ ତାରିଖ। ଜୁନ୍ ୯ରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ। ପ୍ରାର୍ଥିପତ୍ର ପ୍ରତ୍ୟାହାର କରିବାର ଶେଷ ତାରିଖ ହେଉଛି ଜୁନ୍ ୧୧।ଜୁନ୍ ୧୮ ତାରିଖରେ ଭୋଟ୍ ଗ୍ରହଣ କରାଯିବ। ସେହିଦିନ ସକାଳ ୯ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଭୋଟ୍ ଗ୍ରହଣ କରାଯିବ। ସନ୍ଧ୍ୟା ୫ଟାରୁ ଭୋଟ୍ ଗଣତି ହେବ ଓ ଫଳାଫଳ ଘୋଷଣା କରାଯିବ। ଜୁନ୍ ୨୦ ତାରିଖ ପୂର୍ବରୁ ଏହି ଉପନିର୍ବାଚନକୁ ଶେଷ କରିବାକୁ ଇସିଆଇ ଲକ୍ଷ୍ୟ ରଖିଥିବା ତାଙ୍କ ପ୍ରେସ୍ ରିଲିଜ୍‌ରେ ଦର୍ଶାଇଛନ୍ତି।
୨୦୨୪ ଏପ୍ରିଲରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ ଦେବାଶିଷ ସାମନ୍ତରାୟ। ତାଙ୍କ କାର୍ଯ୍ୟକାଳ ୨୦୩୦ ଏପ୍ରିଲ ୩ ତାରିଖରେ ଶେଷ ହୋଇଥା’ନ୍ତା। ତା’ ପୂର୍ବରୁ ୨୦୨୬ ମେ’ ୫ ତାରିଖରେ ସେ ଏହି ପଦରୁ ଇସ୍ତଫା ଦେଇଥିଲେ।
ଦେବାଶିଷ ବିଜେଡି ଟିକେଟରେ ରାଜ୍ୟସଭାକୁ ଯାଇଥିଲେ। ସୋମବାର ସେ ବିଜେଡିରୁ ଇସ୍ତଫା ଦେବା ସହିତ ରାଜ୍ୟସଭା ସାଂସଦ ପଦ ମଧ୍ୟ ଛାଡ଼ି ଦେଇଥିଲେ। ମଙ୍ଗଳବାର ସେ ବିଜେପିରେ ଯୋଗ ଦେଇଛନ୍ତି। ତେଣୁ ବିଜେପି ତାଙ୍କୁ ଏହି ଉପନିର୍ବାଚନରେ ପ୍ରାର୍ଥୀ କରି ରାଜ୍ୟସଭାକୁ ପଠାଇବାର ଅଧିକ ସମ୍ଭାବନା ରହିଛି ବୋଲି ଆଲୋଚନା ହେଉଛି। ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ ରାଜ୍ୟସଭାରେ ଆଗରୁ ତାଙ୍କର ସଂଖ୍ୟା ଗରିଷ୍ଠତା ନଥିଲା। କିନ୍ତୁ ଏବେ ଅଛି। ଏବେ ପୁଣି ଆଉ ଗୋଟିଏ ସିଟ୍‌ ବିଜେପିର ବଢିବ। ସୁଜିତ୍‌ କୁମାର ଓ ମମତା ମହନ୍ତ ଇସ୍ତଫା ଦେଇ ପୁଣି ରାଜ୍ୟସଭା ଯାଇଥିଲେ। ଯିଏ ଇସ୍ତଫା ଦେଇ ଆସିଛନ୍ତି, ତାଙ୍କ ସମ୍ଭାବନା ଅଧିକ ରହିଛି। ତେବେ କିଏ ପ୍ରାର୍ଥୀ ହେବେ ଦଳ ଚୂଡ଼ାନ୍ତ ନିଷ୍ପତ୍ତି ନେବ।ଦେବାଶିଷ ସାମନ୍ତରାୟ ୩ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୦ ମସିହାରେ ବିଜେଡି ଟିକେଟରେ ତିର୍ତ୍ତୋଲ ଆସନରୁ ସେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଏହା ପରେ ୨୦୦୯ ଓ ୨୦୧୪ରେ ସେ ବିଜେଡି ଟିକେଟରେ ବାରବାଟୀ-କଟକ ଆସନରୁ ବିଧାନସଭାକୁ ଯାଇଥିଲେ। ୨୦୧୯ରେ ସେ ଏହି ଆସନରେ ମହମ୍ମଦ ମୋକିମଙ୍କଠାରୁ ପରାସ୍ତ ହୋଇଯାଇଥିଲେ।

  • Related Posts

    ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼

    ଧର୍ମଶାଳା: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି। ଯାଜପୁର ଜିଲ୍ଲା ଧର୍ମଶାଳା ଗଡ଼ମଧୁପୁର ପଞ୍ଚାୟତ ପନ୍ତୁରି ଗାଁରେ ଘଟିଛି ଏହି ଘଟଣା। ଏହାର ପ୍ରତିବାଦରେ ଏସ୍‌ପି ଅଫିସ୍ ଆଗରେ ବିଜେଡି କର୍ମୀ ଧାରଣା ଦେଇଛନ୍ତି। ଜିଲ୍ଲାର ପ୍ରମୁଖ ନେତାମାନେ…

    Continue reading
    ‘ବିକଶିତ ଭାରତ’ ନିର୍ମାଣ ପାଇଁ ଭାରତବର୍ଷ ଦୃତ ଗତିରେ ଆଗେଇ ଚାଲିଛି : ଡି.ପୁରନ୍ଦେଶ୍ୱରୀ

    ଭୁବନେଶ୍ୱର: ନାଟକ ବା ପଥପ୍ରାନ୍ତ ନାଟକ ଜରିଆରେ ସରକାରଙ୍କ କଲ୍ୟାଣକାରୀ ଯୋଜନା ଓ ବିକାଶମୁଳକ କାର୍ଯ୍ୟଗୁଡିକୁ ଲୋକଙ୍କ ପାଖରେ ପହଂଚାଇବା ଉଦ୍ଦେଶ୍ୟରେ ‘ନମୋ ସେବା ଗାଥା’ ର ପ୍ରଦର୍ଶନ ଅତ୍ୟନ୍ତ ପ୍ରଶଂସନୀୟ ବୋଲି କହିବା ସହିତ ସେବା ହିଁ ସଂକଳ୍ପ ଏବଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ