ରାଜ୍ୟସଭା ନିର୍ବାଚନ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ଵର : ପ୍ରକାଶ ପାଇଲା ରାଜ୍ୟସଭା ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି। ମାର୍ଚ୍ଚ ୧୬ ତାରିଖରେ ହେବ ରାଜ୍ୟସଭା ନିର୍ବାଚନ । ୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବାକୁ ଥିବାବେଳେ ଓଡ଼ିଶାର ୪ ଆସନ ପାଇଁ ଭୋଟ୍ ହେବ। ଏଥିପାଇଁ ମାର୍ଚ୍ଚ ୫ ତାରିଖ ଯାଏ ନାମାଙ୍କନ ଦାଖଲ ରହିଛି। ୬ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ। ମାର୍ଚ୍ଚ ୯ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି। ସେହିପରି ମାର୍ଚ୍ଚ ୧୬ ତାରିଖ ସକାଳ ୯ରୁ ଅପରାହ୍ଣ ୪ ଯାଏଁ ଭୋଟ୍ ଗ୍ରହଣ ହେବ। ଅପରାହ୍ଣରେ ଭୋଟ୍ ଗଣତି ହେବ।

​​​​​ଏପ୍ରିଲରେ ଓଡ଼ିଶାର ୪ଟି ରାଜ୍ୟସଭା ଆସନ ଖାଲି ହେବ। ଏବେ ସବୁ ଦଳର ନଜର ରାଜ୍ୟସଭା ସମ୍ଭାବ୍ୟ ପ୍ରାର୍ଥୀଙ୍କ ଉପରେ। ସଂଖ୍ୟା ଥାଉ କି ନଥାଉ, ସବୁ ଦଳ ଏହି ରେସରେ ଧାଇଁଲେଣି। ଓଡ଼ିଶାରୁ ରାଜ୍ୟସଭା ପାଇଁ ବିଜେପି କାହାକୁ ପ୍ରାର୍ଥୀ କରିବ, ତାହା ଦଳର କେନ୍ଦ୍ରୀୟ ନେତୃତ୍ୱ ସ୍ଥିର କରିବେ। ଗତ ରବିବାର ପାର୍ଟି କାର୍ଯ୍ୟାଳୟରେ ବିଜେପିର କୋର କମିଟି ବୈଠକ ବସିଥିଲା । ସେଥିରେ ରାଜ୍ୟସଭାକୁ ନେଇ ବିସ୍ତୃତ ଆଲୋଚନା ହୋଇଥିଲା।

  • Related Posts

    ବିଜେଡି ଭାଡ଼ି ଖାଲି ହେଉଛି :ଦେବାଶିଷ

    ଭୁବନେଶ୍ୱର: ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀଭାବେ ଦେବାଶିଷ ସାମନ୍ତରାୟ ଶୁକ୍ରବାର ନାମାଙ୍କନ ଭରିଛନ୍ତି । ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ଶ୍ର୍ରୀ ସାମନ୍ତରାୟ ନାମାଙ୍କନ ଭରିଛନ୍ତି । ତେବେ ନାମାଙ୍କନ ଭରିବା ପରେ ଶ୍ରୀ ସାମନ୍ତରାୟ ପୁଣି ବିଜେଡି ଉପରେ…

    Continue reading
    ନାମାଙ୍କନ କଲେ ଦେବାଶିଷ

    ଭୁବନେଶ୍ୱର: ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀଭାବେ ଦେବାଶିଷ ସାମନ୍ତରାୟ ଶୁକ୍ରବାର ନାମାଙ୍କନ ଭରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଶ୍ରୀ ସାମନ୍ତରାୟ ନାମାଙ୍କନ ଭରିଛନ୍ତି । ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ଶ୍ର୍ରୀ ସାମନ୍ତରାୟ ନାମାଙ୍କନ ଭରିଛନ୍ତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ