ରାଜ୍ୟ କ୍ୟାବିନେଟ୍‌ରେ ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ବର,10/10:ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମାଗଣାରେ ପୁସ୍ତକ ଦିଆଯିବ । ସ୍ୱଚ୍ଛ ଓଡ଼ିଶା ଯୋଜନା ପାଇଁ ୧୬୦୦ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଓଡିଶା ଇଏସ୍‌ଆଇ ଡାକ୍ତରଖାନା ଟେକ୍ନସିଆନ୍‌ ଟେକ୍ନିସିଆନ୍‌ ସେମା ନିୟମ-୨୦୨୫କୁ କ୍ୟାବିନେଟ୍‌ରେ ମଂଜୁରୀ। ରାଜ୍ୟରେ ଅଧିକ ଆର୍ଥିକ ପ୍ରଗତି ପାଇଁ ମହିଳାମାନଙ୍କ ପାଇଁ ଅଂଶଗ୍ରହଣ ସୁଯୋଗକୁ ପ୍ରୋତ୍ସାହିତ କରିବା ନିମନ୍ତେ କ୍ୟାବିନେଟ୍‌ରେ ନିଷ୍ପତ୍ତି ନିଆଯାଇଛି ।ଏହା ମହିଳା ଉଦ୍ୟୋଗୀ ସୃଷ୍ଟି କରିବାରେ ସାହାଯ୍ୟ କରିବ । ଖାଦ୍ୟ ଓ ଧାନ ସଂଗ୍ରହଣ ନୀତି ୨୦୨୫-୨୬କୁ ଅନୁମୋଦନ ପ୍ରଦାନ । ଚଳିତ ଖରିଫ ବିପଣନ ବର୍ଷ ପାଇଁ ଧାନ ସଂଗ୍ରହ ଚଳିତ ଅକ୍ଟୋବର ୧ରୁ ଆରମ୍ଭ ହୋଇ ୨୦୨୬ ସେପ୍ଟେମ୍ବର ୩୦ରେ ଶେଷ ହେବ। ଆସନ୍ତା ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ଚାଷୀମାନଙ୍କ ଠାରୁ କିଣାଯିବ। କେବଳ ପଂଜୀକୃତ ଚାଷୀମାନଙ୍କ ଠାରୁ ଧାନ କିଣାଯିବ। ଓଡ଼ିଶା ଜନ୍ମ ମୃତ୍ୟୁ ପଞ୍ଜୀକରଣ ୨୦୨୫ ଆଇନକୁ ମିଳିଲା ମଞ୍ଜୁରୀ । ନବକୃଷ୍ଣ ଚୌଧୁରୀ ସେଚ ଉନ୍ନୟନ ଯୋଜନା ସମ୍ପ୍ରସାରିତ କରାଯିବ । ୨୦୨୫-୩୦ ବର୍ଷ ପର୍ଯ୍ୟନ୍ତ ୧୪୩୭ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ୧,୨୩,୪୮୮ ହେକ୍ଟର ଚାଷ ଜମିକୁ ଜଳସେଚନ କରିବା ଲକ୍ଷ୍ୟ ରଖାଯାଇଛି । ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ନିର୍ମାଣ ପାଇଁ ୧୯,୯୪୧ କୋଟି ମଞ୍ଜୁର କରାଯାଇଛି । ଆନ୍ତଃରାଜ୍ୟ ନଦୀ ସଂଯୋଗୀକରଣ ଯୋଜନା ପାଇଁ ୧୭୯୦ କୋଟି ମଞ୍ଜୁର କରାଯାଇଛି । ଓଡ଼ିଶା ଜନବିଶ୍ବାସ ଅଧ୍ୟାଦେଶ ୨୦୨୫କୁ ଅନୁମୋଦନ ମିଳିଛି । ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ ।

  • Related Posts

    ‘ହର୍ ଘର୍ ଜଲ୍’ ଲକ୍ଷ୍ୟ ପୂରଣ ପାଇଁ ଓଡିଶାରେ ସ୍ପଷ୍ଟ ରୋଡମ୍ୟାପ ପ୍ରସ୍ତୁତ- ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର,୨୪/୦୩/୨୦୨୬: ଓଡିଶାରେ ଜଳ ଜୀବନ ମିଶନ 2.0ର କାର୍ଯ୍ୟକାରିତା ଉଦ୍ଦେଶ୍ୟରେ ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରାଳୟ ଏବଂ ଓଡିଶା ସରକାରଙ୍କ ମଧ୍ୟରେ ଏକ MoU ସ୍ଵାକ୍ଷର ହୋଇଛି | ଆଭାସୀ ମାଧ୍ୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଲୋକସେବା…

    Continue reading
    ସଚିବାଳୟର ଅଧିକାରୀମାନଙ୍କ ପାଇଁ ‘ପୋଶ୍’ ସଚେତନତା କର୍ମଶାଳା

    ଭୁବନେଶ୍ୱର, ୨୪/୦୩/୨୦୨୬: କର୍ମକ୍ଷେତ୍ରରେ ମହିଳାମାନଙ୍କ ଯୌନ ନିର୍ଯାତନା (ପ୍ରତିରୋଧ, ନିଷେଧ ଏବଂ ନିରାକରଣ) ଅଧିନିୟମ, ୨୦୧୩ (POSH Act) ଉପରେ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଏକ କର୍ମଶାଳା ଭୁବନେଶ୍ୱରସ୍ଥିତ ରାଜ୍ୟ ସଚିବାଳୟର ଅଧିକାରୀମାନଙ୍କ ପାଇଁ ଅନୁଷ୍ଠିତ ହୋଇଯାଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ