ରାଜ୍ୟ କ୍ୟାବିନେଟ: ୪.୨୦ ଲକ୍ଷ ଯୁବକ-ଯୁବତୀଙ୍କୁ ଦକ୍ଷତା ପ୍ରଶିକ୍ଷଣ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ୧୧ଟି ବିଭାଗର ୧୬ଟି ପ୍ରସ୍ତାବ ମଞ୍ଜୁରୀ ଲାଭ କରିଛି । ଶାସନ ମୁଖ୍ୟ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୫ ବର୍ଷର କାର୍ଯ୍ୟକାଳ ପୂର୍ଣ୍ଣ କରିଥିବାରୁ ଅଭିନନ୍ଦନ ଜଣାଇ ଓଡ଼ିଶା କ୍ୟାବିନେଟରେ ସଂକଳ୍ପ ପାରିତ ହୋଇଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି । ସେହିପରି ନବମ ଓ ଦଶମ ଛାତ୍ରଛାତ୍ରୀଙ୍କୁ ମାଗଣା ପାଠ୍ୟପୁସ୍ତକ ପ୍ରଦାନ ଯୋଜନା, OSCMF ଓ OSSC ପାଇଁ ୧,୩୬୦ କୋଟି କର୍ପସ ଫଣ୍ଡ, ୪.୨୦ ଲକ୍ଷ ଯୁବକ-ଯୁବତୀଙ୍କୁ ଦକ୍ଷତା ପ୍ରଶିକ୍ଷଣ ଓ କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର ମାରିଛି ।
କ୍ୟାବିନେଟ ‘ଦକ୍ଷତା ବିକାଶ ଯୋଜନା’କୁ ଅନୁମୋଦନ କରିଛି । ୨୦୨୬-୨୭ରୁ ୨୦୨୮-୨୯ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ଏହି ଯୋଜନାରେ ୪୫୦ କୋଟି ଟଙ୍କା ବ୍ୟୟ ହେବ । ଏହାଦ୍ୱାରା ୪.୨୦ ଲକ୍ଷ ଯୁବକ-ଯୁବତୀଙ୍କୁ ଦକ୍ଷତା ପ୍ରଶିକ୍ଷଣ, ଡିଜିଟାଲ୍ ଟ୍ରେନିଂ ଓ ବିଦେଶରେ ନିଯୁକ୍ତି ସୁଯୋଗ ପାଇଁ ସହାୟତା ମିଳିବ । ଏହି ଯୋଜନାରେ ୧.୧୭ ଲକ୍ଷ ଯୁବକ-ଯୁବତୀଙ୍କୁ ନିଯୁକ୍ତି ଆଧାରିତ ସ୍ୱଳ୍ପକାଳୀନ ପ୍ରଶିକ୍ଷଣ ଏବଂ ୩ ଲକ୍ଷ ଯୁବକ-ଯୁବତୀଙ୍କୁ ଏଆଇ, କ୍ଲାଉଡ କମ୍ପ୍ୟୁଟିଂ, ଡାଟା ଆନାଲିଟିକ୍ସ ଓ ସାଇବର ସୁରକ୍ଷା ଭଳି କ୍ଷେତ୍ରରେ ଡିଜିଟାଲ୍ ଦକ୍ଷତା ପ୍ରଶିକ୍ଷଣ ଦିଆଯିବ । ଏଥିସହ ବିଦେଶରେ ନିଯୁକ୍ତି ପାଇଁ ଭାଷା ପ୍ରଶିକ୍ଷଣ ଓ ଆବଶ୍ୟକ ସହାୟତା ଯୋଗାଇ ଦିଆଯିବ ।

  • Related Posts

    ଖୁବଶୀଘ୍ର ଦାୟିତ୍ବ ନେବେ ନବ ନିଯୁକ୍ତ ରାଜ୍ୟପାଳ

    ଭୁବନେଶ୍ୱର:ଖୁବଶୀଘ୍ର ଓଡ଼ିଆ ଆସି ଦାୟିତ୍ବ ନେବେ ନବ ନିଯୁକ୍ତ ରାଜ୍ୟପାଳ ବ୍ରଜ ମୋହନ ରାମ। ନୂଆ ନିଯୁକ୍ତି ମିଳିବା ପରେ ପ୍ରଥମ ଥର ଗଣମାଧ୍ୟମକୁ ପ୍ରତିକ୍ରିୟାରେ ସେ କହିଛନ୍ତି, ସମନ୍ବୟ ରକ୍ଷା କରି କାମ କରିବେ। ଲୋକଙ୍କ ସେବା କରିବେ। ପରିସ୍ଥିତି…

    Continue reading
    ଜାନୁଆରୀ ୧୨ରୁ ବରଗଡ଼ ଧନୁଯାତ୍ରା

    ​​​​​​ବରଗଡ: ୨୦୨୭ ଜାନୁଆରୀ ୧୨ରୁ ଆରମ୍ଭ ହେବ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା । କଂସଙ୍କ ଶାସନରେ କମ୍ପିବ ମଥୁରା ନଗରୀ। ଧନୁଯାତ୍ରା ମହୋତ୍ସବ ସମିତି ତଥା ଜିଲ୍ଲାପାଳ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ବସିଥିବା ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ