ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ବିଜେତାଙ୍କ ନାମ ଘୋଷଣା 

ଭୁବନେଶ୍ୱର :  ଆଜି ଭୁବନେଶ୍ୱର ସ୍ଥିତ ସଂସ୍କୃତିଭବନ ସମ୍ମିଳନୀ କକ୍ଷରେ ବର୍ଷ ୨୦୨୦,୨୦୨୧ ଏବଂ ୨୦୨୨ ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ବିଜେତାଙ୍କ ନାମ ଘୋଷଣା କରାଯାଇଛି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଆଜି ସାମ୍ବାଦିକ ସମ୍ମିଳନୀରେ ସମସ୍ତ ବିଜେତା ମାନଙ୍କ ନାମ ଘୋଷଣା କରିଛନ୍ତି।

 

ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ନଭେମ୍ବର ୧୭ ତାରିଖରେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ସମାରୋହ ଅନୁଷ୍ଠିତ ହେବ। ସର୍ବମୋଟ ୩୩ଟି ବର୍ଗରେ ବର୍ଷ ୨୦୨୦,୨୦୨୧ ଏବଂ ୨୦୨୨ ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରାଯିବ। ଚଳଚ୍ଚିତ୍ର ଜଗତରେ ଜୀବନବ୍ୟାପୀ ସାଧନା ପାଇଁ ସର୍ବୋଚ୍ଚ ପୁରସ୍କାର ମୋହନ ସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର ନିମନ୍ତେ ବିଜେତାଙ୍କୁ ୫ ଲକ୍ଷ ଟଙ୍କା ଅର୍ଥରାଶି ସହିତ ମାନପତ୍ର, ଟ୍ରଫି ଓ ଉପଢୌକନ ପ୍ରଦାନ କରାଯିବ। ସେହିପରି ଶ୍ରେଷ୍ଠ ପୂର୍ଣ୍ଣାଙ୍ଗ ଚଳଚ୍ଚିତ୍ର ପାଇଁ ୨ ଲକ୍ଷ ଟଙ୍କା ଅର୍ଥରାଶି ସହିତ ମାନପତ୍ର, ଟ୍ରଫି ଓ ଉପଢୌକନ ପ୍ରଦାନ କରାଯିବ।

 

ବର୍ଷ ୨୦୨୦ ପାଇଁ ସହିଦ୍‌ ରଘୁ ସର୍ଦ୍ଦାର, ୨୦୨୧ପାଇଁ ପ୍ରତୀକ୍ଷା ଓ ଡ଼ାଲଚିନି, ୨୦୨୨ ପାଇଁ ଦମନକୁ ଶ୍ରେଷ୍ଠ ଚଳଚ୍ଚିତ୍ର ଭାବେ ପୁରସ୍କାର ପ୍ରଦାନ କରାଯିବ।

ସେହିପରି ଭାବେ ଅନନ୍ତ ମହାପାତ୍ର, ଶ୍ରୀନିବାସ ମହାପାତ୍ର ଓ ଜୟୀରାମ ସାମଲଙ୍କୁ ଯଥାକ୍ରମେ ୨୦୨୦,୨୦୨୧ ଏବଂ ୨୦୨୨ ବର୍ଷ ପାଇଁ ସର୍ବୋଚ୍ଚ ପୁରସ୍କାର ମୋହନ ସୁନ୍ଦରଦେବ ଗୋସ୍ୱାମୀ ପୁରସ୍କାର ଦ୍ୱାରା ସମ୍ମାନିତ କରାଯିବ।

 

ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାବା ସହିତ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ସମସ୍ତ ବିଜେତା ମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି ଯେ, ଓଡ଼ିଶାରେ ଓଡ଼ିଆ ଭାଷାରେ ଉନ୍ନତ, ବୈଷୟିକମାନର ମୂଲ୍ୟବୋଧ ଭିତ୍ତିକ, ସାମାଜିକ ପ୍ରାସଙ୍ଗିକତା ବିଷୟ ବସ୍ତୁ ଉପରେ ଆଧାରିତ ଚଳଚ୍ଚିତ୍ର ବା ପ୍ରାମାଣିକ ଚଳଚ୍ଚିତ୍ର ଗୁଡିକର ଅଧିକ ପରିମାଣରେ ପ୍ରସ୍ତୁତି ନିମନ୍ତେ ପ୍ରୋତ୍ସାହନ ଯୋଗାଇଦେବା ପାଇଁ ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରାଯାଉଛି। ଆଜି ବର୍ଷ ୨୦୨୦,୨୦୨୧ ଏବଂ ୨୦୨୨ ପାଇଁ ସମସ୍ତ ବିଜେତା ମାନଙ୍କର ନାମ ଘୋଷଣା କରାଯାଇଛି। ମୁଁ ସମସ୍ତ ବିଜେତା ମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଜଣାଉଛି।

 

ସେ ଆହୁରି ମଧ୍ୟ କହିଥିଲେ ଯେ, ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ଦ୍ୱାରା ଆମ ଓଡ଼ିଆ ଚଳଚ୍ଚିତ୍ର ଜଗତର କଳାକାରମାନେ ପ୍ରୋତ୍ସାହିତ ହେବେ। ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଓଡ଼ିଆ ସିନେମାକୁ ଆଗାମୀ ଦିନରେ ଆହୁରି ପରିପୁଷ୍ଟ କରିବା ସହ ଐଶ୍ବର୍ଯାନିତ୍ବ କରିବ।

 

ପ୍ରକାଶଯୋଗ୍ୟ ଯେ, ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରିବା ପାଇଁ ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଚଳଚ୍ଚିତ୍ର, ଅଭିନୟ, କଳା ଓ ସାହିତ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ରହିଥିବା ସଦସ୍ୟ-ସଦସ୍ୟାମାନଙ୍କୁ ନେଇ ଏକ ଜୁରୀ କମିଟି ଗଠନ କରାଯାଇଥିଲା। ବର୍ଷ ୨୦୨୦,୨୦୨୧ ଏବଂ ୨୦୨୨ ପାଇଁ ଯଥାକ୍ରମେ ୩୨ତମ,୩୩ ତମ ଓ ୩୪ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଆସନ୍ତା ନଭେମ୍ବର ୧୭ ତାରିଖରେ ସମସ୍ତ ବିଜେତା ମାନଙ୍କୁ ପ୍ରଦାନ କରାଯିବ ବୋଲି ସୂଚନା ମିଳିଛି।

Related Posts

ବିପଦସଙ୍କୁଳ କାଠ ପୋଲ ଭରଷାରେ ଦେସିଙ୍କୁଳି ଗ୍ରାମବାସୀ

ଦେବଗଡ଼:ନିର୍ବାଚନ ପରେ ନିର୍ବାଚନ ଯାଉଛି ସତ କିନ୍ତୁ ଜିଲ୍ଲାରେ ବଦଳୁନି ଗ୍ରାମାଞ୍ଚଳର ଗମନାଗମନର ଚିତ୍ର।ନାଳ ଉପରେ ଥିବା ପୁରୁଣା ପୋଲଟି ବହୁ ବର୍ଷ ହେବ ବର୍ଷାରେ ଧୋଇ ଯିବାରୁ ଭୁସୁଡି ପଡିବା ସହିତ ନାଳ ଉପରେ ପୋଲ ନିର୍ମାଣ କରିବା ପାଇଁ…

Continue reading
ବିଭିନ୍ନ ପ୍ରମୁଖ ଯୋଜନାର ସମନ୍ୱୟରେ ସୁଦୃଢ଼ ହେବ ସ୍କୁଲ ଶିକ୍ଷା ବ୍ୟବସ୍ଥା- ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ, ମଇ ୨୯ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀ ଠାରେ ‘ସମଗ୍ର ଶିକ୍ଷା ଅଭିଯାନ’ ଅଧୀନରେ ପାଣ୍ଠି ପ୍ରଦାନ ଏବଂ ଏହାର ବିନିଯୋଗ ନେଇ ଏକ ବିସ୍ତୃତ ସମୀକ୍ଷା ବୈଠକ କରିଛନ୍ତି । ଶିକ୍ଷା ମନ୍ତ୍ରଣାଳୟର…

Continue reading

Leave a Reply

Your email address will not be published. Required fields are marked *

You Missed

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ