ରାଜ୍ୟ ବଜେଟ୍ ପ୍ରସ୍ତୁତି : ମତାମତ ଲୋଡ଼ିଲା ଅର୍ଥ ବିଭାଗ

୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ପ୍ରସ୍ତୁତି ପାଇଁ ସାଧାରଣ ଲୋକଙ୍କଠୁ ଆରମ୍ଭ କରି ବିଭିନ୍ନ ସଂଗଠନ ଓ ସଂସ୍ଥାଠୁ ମତାମତ ଲୋଡ଼ିଛି ଅର୍ଥ ବିଭାଗ । ଚଳିତମାସ ୩୧ତାରିଖ ପର୍ଯ୍ୟନ୍ତ ଏହି ମତାମତ ପଠାଇ ରାଜ୍ୟ ସରକାରଙ୍କ ବଜେଟ୍ ପ୍ରସ୍ତୁତି କାର୍ଯ୍ୟକ୍ରମରେ ସକ୍ରିୟ ଯୋଗଦାନ କରିବାକୁ ବିଭାଗ ଅନୁରୋଧ କରିଛି ।ଅର୍ଥ ବିଭାଗ ପକ୍ଷରୁ ଜାରି ସୂଚନା ଅନୁସାରେ, ୨୦୨୫-୨୬ ଆର୍ଥିକ ବର୍ଷ ବଜେଟ୍ ପ୍ରସ୍ତୁତ ପାଇଁ ଅର୍ଥ ବିଭାଗ ଏକ ନିର୍ଦ୍ଦିଷ୍ଟ ଢାଂଚାରେ ଜନସାଧାରଣଙ୍କଠୁ ପରାମର୍ଶ ଆହ୍ୱାନ କରିଛନ୍ତି । ଯାହାକି ବଜେଟ୍ ଓଡ଼ିଶା ୱେବପୋର୍ଟାଲରେ ଉପଲବ୍ଧ । ଏଥିରେ ସର୍ବାଧିକ ୫୦୦ଶବ୍ଦରେ ରାଜସ୍ୱ, ବ୍ୟୟ ଓ ଅନ୍ୟାନ୍ୟ ଭଳି ୩ଟି ବର୍ଗରେ ନିଜର ମତାମତ ଦେଇହେବ । ଜନସାଧାରଣ, ନାଗରିକ ସମାଜ, ବିଭିନ୍ନ ସଂଘ ଓ ଅନ୍ୟାନ୍ୟ ହିତାଧିକାରୀମାନେ ନିଜର ପରାମର୍ଶଗୁଡ଼ିକୁ ଇ-ମେଲ୍ ଦ୍ୱାରା odisha.budget@gov.in ଠିକଣାରେ ପଠାଇପାରିବେ । ସେହିପରି ବଜେଟ୍ ସମ୍ବନ୍ଧୀୟ ମତାମତକୁ ହ୍ୱାଟସଅପ୍ ନମ୍ବର-୯୪୩୮୧୬୧୧୧୧ ଓ ଅର୍ଥ ବିଭାଗର ସୋସିଆଲ ମିଡିଆ ଆକାଉଣ୍ଟ(ଏକ୍ସ,ଫେସବୁକ, ଇନଷ୍ଟାଗ୍ରାମ) ଦ୍ୱାରା ମଧ୍ୟ ପଠାଇପାରିବେ ।

ସୂଚନାଯୋଗ୍ୟ, ୨୦୨୪-୨୫ ଆର୍ଥିକବର୍ଷରେ ରାଜ୍ୟର ମୋହନ ମାଝୀ ସରକାର ୨.୬୫ଲକ୍ଷ କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିଥିଲେ ।୨୦୨୫-୨୬ ଆର୍ଥିକ ବର୍ଷର ରାଜ୍ୟ ବଜେଟ୍ ଆସନ୍ତା ଫେବୃୟାରୀ ଶେଷ ସପ୍ତାହରେ ଉପସ୍ଥାପନ ହେବ ବୋଲି ଜଣାପଡ଼ିଛି ।

  • Related Posts

    ବିଜେପିର ୪୬ ତମ ପ୍ରତିଷ୍ଠା ଦିବସ: ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

    ଭୁବନେଶ୍ବର: ବିଶ୍ବର ସର୍ବବୃହତ ରାଜନୈତିକ ଦଳ ବିଜେପିର ଆଜି ୪୬ ତମ ପ୍ରତିଷ୍ଠା ଦିବସ । ୪୫ ବର୍ଷ ତଳେ ଆଜିର ଦିନରେ ଅର୍ଥାତ ୬ ଏପ୍ରିଲ ୧୯୮୦ରେ ତିଆରି ହୋଇଥିଲା ଭାରତୀୟ ଜନତା ପାର୍ଟୀ। ବିଜେପିର ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା…

    Continue reading
    କଟକ ନେତାଜୀ ବସ ଟର୍ମିନାଲ ସ୍ଥାନାନ୍ତର ଦାବି ଉଠାଇଲେ ଭର୍ତ୍ତୃହରି

    କଟକ : କଟକ ନେତାଜୀ ବସ ଟର୍ମିନାଲରେ ସ୍ଥାନାନ୍ତର ନେଇ କଟକ ସାଂସଦ ଭର୍ତ୍ତୃହରି ମହତାବଙ୍କ ଦାବି । ଭର୍ତ୍ତୃହରି କହିଛନ୍ତି, କଟକ ବସ ଗମନାଗମନ ସୁଗମ କରିବାକୁ କାଠଯୋଡ଼ି ଉପରେ ୧୩୦ କୋଟି ଟଙ୍କା ବ୍ୟୟରେ ୬ ଲେନ୍ ସେତୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ