ରାଜ୍ୟ ବଜେଟ ଉପସ୍ଥାପନ

ଭୁବନେଶ୍ୱର: ସୋମବାର ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ୨୦୨୫-୨୬ ବର୍ଷ ପାଇଁ ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି । ରାଜ୍ୟ ସରକାରଙ୍କ ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ।
ଏହି ଅବସରରେ ସେ ନିଜର ବଜେଟ ଅଭିଭାଷଣରେ କହିଛନ୍ତି ଯେ ରାଜ୍ୟର ଅଭିବୃଦ୍ଧି ହାର ୭.୨ ପ୍ରତିଶତ ରହିବ । ଉକ୍ରର୍ଷ ଓଡ଼ିଶା ଜରିଆରେ ୫୯୩ ପ୍ରକଳ୍ପକୁ ଗ୍ରହଣ କରାଯାଇଛି । ମୋଯ ୧୬ ଲକ୍ଷ ୭୩ ହଜାର କୋଟି ପୁଞ୍ଜି ନିବେଶ ଲକ୍ଷ୍ୟ ରଖାଯାଇଛି । ୧୨ ଲକ୍ଷ ୮୮ ହଜାର ନିଯୁକ୍ତି ନେଇ ଆମେ ଆଶାବାସୀ ରହିଛୁ । ଶିକ୍ଷା, ସ୍ୱାସ୍ଥ୍ୟ କ୍ଷେତ୍ରରେ ଅଧିକ ସମ୍ବଳ ବିନିଯୋଗ ନେଇ ଲକ୍ଷ୍ୟ ରଖିଛୁ । ଗ୍ରାମାଞ୍ଚଳରେ ଅଧିକ ପୁଞ୍ଜି ବିନିଯୋଗ କରି ବିକାଶ କରିବୁ ।

ତେବେ କୃଷି ପାଇଁ ଏଥର ବଜେଟରେ ୩୭, ୮୦୦ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି । ଯାହା ଗତ ବର୍ଷ ତୁଳନାରେ ଏହା ୧୨ ପ୍ରତିଶତ ଅଧିକ । ସିଏମ କିଷାନ ଯୋଜନାରେ ବ୍ୟୟ ଅଟକଳ ୨ ହଜାର ୨୦ କୋଟି । ଫସଲ ବିବିଧତାର ପ୍ରସାର ପାଇଁ ୬୯୫ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ମିଲେଟ ଶ୍ରୀଅନ୍ନ ଯୋଜନାକୁ ୧୭୭ଟି ବ୍ଲକକୁ ବର୍ଦ୍ଧିତ କରାଯାଇଛି । ମିଲେଟ ପାଇଁ ଏମଏସପି ୪୨୯୦ ଟଙ୍କା ବାଦ ଅଧିକ ୨୦୦ ଟଙ୍କା ମିଳିବ । ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟେଗ ପାଇଁ ୨୯୩ କୋଟି ଟଙ୍କା ରଖାଯାଇଛି । ଓୟୁଏଟି ପାଇଁ ୫୧୧ କୋଟିର ବ୍ୟୟବରାଦ ହୋଇଛି । ୨୦୨୫-୨୬ରେ ୨ ଲକ୍ଷ ୭୫ ହେକ୍ଟର ଜମି ଜଳସେଚିତ କରିବୁ ।

  • Related Posts

    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading
    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ