ରାଜ୍ୟ ସରକାରଙ୍କୁ ୨୪ଘଣ୍ଟାର ଅଲ୍ଟିମେଟ୍ ଦେଲା ମେତେଇ ସମ୍ପ୍ରଦାୟ

ମଣିପୁରରେ ପୁଣି ଉଗ୍ର ହେବାରେ ଲାଗିଛି ହିଂସା। ବ୍ୟାପକ ପୋଡାଜଳା ସାଙ୍ଗକୁ ଭଙ୍ଗାରୁଜା କରୁଛନ୍ତି ବିକ୍ଷୋଭକାରୀ। ବିଭିନ୍ନ ନେତାଙ୍କ ଘରକୁ ଉପରକୁ କରାଯାଉଛି ଆକ୍ରମଣ। ଗୋଟିଏ ସମ୍ପ୍ରଦାୟ ଅନ୍ୟ ସମ୍ପ୍ରଦାୟକୁ ହତ୍ୟା କରୁଥିବା ବେଳେ ନେତାମନ୍ତ୍ରୀଙ୍କୁ ବି ଆକ୍ରମଣ କରୁଛନ୍ତି ଉଗ୍ରବାଦୀ। ଏହି କ୍ରମରେ ମୁଖ୍ୟମନ୍ତ୍ରୀ ବିରେନ୍‌ ସିଂହଙ୍କ ଘର ଉପରକୁ ମଧ୍ୟ ଆକ୍ରମଣ କରିଛନ୍ତି। ଏହାପରେ ମେତେଇ ସମ୍ପ୍ରଦାୟର ମଣିପୁରର ନାଗରିକ ସମାଜ ଗୋଷ୍ଠୀ ରାଜ୍ୟ ସରକାରଙ୍କୁ ୨୪ ଘଣ୍ଟିଆ ଅଲ୍ଟିମେଟମ୍ ଜାରି କରିଛି। ସଶସ୍ତ୍ର ଉଗ୍ରବାଦୀ ଗୋଷ୍ଠୀ ବିରୋଧରେ ନିର୍ଣ୍ଣାୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରାଯାଇଛି।
ସୂଚନା ମୁତାବକ, ଶନିବାର ସନ୍ଧ୍ୟାରେ ଏକାଧିକ ଉଗ୍ରବଦୀ ମୁଖ୍ୟମନ୍ତ୍ରୀ ବିରେନ୍‌ ସିଂହଙ୍କ ଘରେ ପଶିବାକୁ ଉଦ୍ୟମ କରିଥିଲେ। ହେଲେ ସେଠାରେ ମୁତୟନ ସୁରକ୍ଷାକମୀ ସେମାନଙ୍କୁ ଅଟକା ଦେଇଥିଲେ। ଲୁହ ବୁହା ଗ୍ୟାସ ପ୍ରୟୋଗ କରିବା ସହ ଫାଙ୍କା ଗୁଳିଚାଳନା କରିଥିଲେ। ଏହାପରେ ସେମାନେ ଛତ୍ରଭଙ୍ଗ ଦେଇଥିଲେ।
ଏହାପରେ ମେତେଇ ନାଗରିକ ଅଧିକାର ଗୋଷ୍ଠୀ ତଥା ମଣିପୁର ଅଖଣ୍ଡତା (COCOMI) ର ସମନ୍ୱୟ କମିଟିର ମୁଖପାତ୍ର ଖୁରୈଜମ ଅଥୌବ ରାଜ୍ୟ ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ୍‌ ଦେଇଛନ୍ତି। ସେ କହିଛନ୍ତି ଯେ ‘ଏହି ସମସ୍ୟାର ଶୀଘ୍ର ସମାଧାନ ପାଇଁ ରାଜ୍ୟ ତଥା ସମସ୍ତ ବିଧାୟକ ଏକାଠି ହୋଇ କିଛି ନିର୍ଣ୍ଣାୟକ ପଦକ୍ଷେପ ନେବା ଉଚିତ।

ଯଦି ସେମାନେ ମଣିପୁରର ଲୋକମାନଙ୍କୁ ସନ୍ତୁଷ୍ଟ କରିବା ପାଇଁ କୌଣସି ନିଷ୍ପତ୍ତି ନ ନିଅନ୍ତି, ତେବେ ସେମାନଙ୍କୁ ଲୋକଙ୍କ ଅସନ୍ତୋଷର ଶିକାର ହେବାକୁ ପଡ଼ିବ। ଆମେ କିଛି ନିର୍ଣ୍ଣାୟକ ପଦକ୍ଷେପ ନେବାକୁ ଭାରତ ସରକାର ଏବଂ ମଣିପୁର ସରକାରଙ୍କୁ ୨୪ ଘଣ୍ଟା ସମୟ ଦେଇଛୁ। ସମସ୍ତ ସଶସ୍ତ୍ର ଗୋଷ୍ଠୀ ବିରୁଦ୍ଧରେ ସାମରିକ କାର୍ଯ୍ୟାନୁଷ୍ଠାନ ଏକ ଅଲ୍ଟିମେଟମ୍ ଦେଇଛୁ।’

କହିରଖୁ ଯେ, ଜିବିରାମ ଜିଲ୍ଲାର ୬ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ମିଳିବା ପରେ ମଣିପୁର ଅଶାନ୍ତ ହୋଇପଡିଛି। ଏହାକୁ ବିରୋଧ କରି ରାଜ୍ୟରେ ହିଂସା ଜାରି ରହିଛି। ଏହି ଘଟଣା ପରେ ବିଶେଷକରି ଜିରିବାମରେ ହିଂସା ଅଣାୟତ ହୋଇଛି। ଏଥିପାଇଁ ସରକାର ପାଞ୍ଚଟି ଜିଲ୍ଲାରେ ଅନିର୍ଦ୍ଦିଷ୍ଟ କାଳ ପାଇଁ କର୍ଫ୍ୟୁ ଲାଗୁ କରାଯାଇଛି। ରାଜ୍ୟର ୭ଜିଲ୍ଲାରେ ଇଣ୍ଟରନେଟ୍ ସେବାକୁ ସ୍ଥଗିତ ରଖାଯାଇଛି। ଇମ୍ଫାଲ ପଶ୍ଚିମ, ଇମ୍ଫାଲ ପୂର୍ବ, ବିଷ୍ଣୁପୁର, ଥୌବାଲ୍‌, କାକଚିଙ୍ଗ, କୋଙ୍ଗପୋକପି ଏବଂ ଚୁଡ଼ାଚାନ୍ଦପୁର ଜିଲ୍ଲାରେ ୨ ଦିନ ପାଇଁ ଇଣ୍ଟରନେଟ୍‌ ବନ୍ଦ ରହିଛି।

Related Posts

ଇନଷ୍ଟ୍ରାଗ୍ରାମରେ ଦୀପିକାଙ୍କ ନୂଆ ରେକର୍ଡ ରିଲ୍ସକୁ ମିଳିଲା ୧.୯ ବିଲିୟନ ଭ୍ୟୁ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ଗୋଟିଏ ରିଲ୍ସ ୧.୯ ବିଲିୟନ ଭ୍ୟୁ ଅତିକ୍ରମ କରିଛି, ଯାହାକି ବିଶ୍ୱରେ ସର୍ବାଧିକ ଦେଖାଯାଇଥିବା ରିଲ୍ସ ହୋଇଛି । ଏହି ରିଲରେ ଦୀପିକା ପାଦୁକୋନ୍‍ ଏକ ହୋଟେଲର ପ୍ରମୋସନ କରୁଥିବା ଦେଖାଯାଇଛି । ଏହି ପ୍ରମୋସନାଲ୍‍…

୧୫ ହଜାର ଲାଞ୍ଚ ନେବାବେଳେ ଶିକ୍ଷା ବିଭାଗ କିରାଣିଙ୍କୁ ଧରିଛି ଭିଜିଲାନସ୍

ସେମିଳିଗୁଡ଼ା/କୋରାପୁଟ: କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକରେ ରମେଶ ବେହେରା ନାମକ ଜଣେ ଶିକ୍ଷକଙ୍କ ୨୦୧୯ରେ ମୃତ୍ୟୁ ଘଟିଥିଲା। ଗୋଷ୍ଠୀ ଶିକ୍ଷା ବିଭାଗ କାର୍ଯ୍ୟାଳୟରେ କାର୍ଯ୍ୟରତ କନିଷ୍ଠ କିରାଣି ସନ୍ଦୀପ କୁମାର ତ୍ରିପାଠୀ ଆରଏସିପି, ଏମଏସିପି, ବର୍ଦ୍ଧିତ ଦରମା ଓ ବକେୟା ପ୍ରାପ୍ୟ…

Leave a Reply

Your email address will not be published. Required fields are marked *

You Missed

ଏଣିକି ୭୫ ପ୍ରତିଶତ ଉପସ୍ଥାନ ବାଧ୍ୟତାମୂଳକ

ଏଣିକି ୭୫ ପ୍ରତିଶତ ଉପସ୍ଥାନ ବାଧ୍ୟତାମୂଳକ

ଦିଲ୍ଲୀରେ ବିଦ୍ୟୁତ୍ ଦର ବୃଦ୍ଧି କରିବାକୁ ଅନୁମତି

ଦିଲ୍ଲୀରେ ବିଦ୍ୟୁତ୍ ଦର ବୃଦ୍ଧି କରିବାକୁ ଅନୁମତି

ବୋର୍ଡ ନିଗମ ପଦବୀ ପୂରଣ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି: ରାଜସ୍ବ ମନ୍ତ୍ରୀ

ବୋର୍ଡ ନିଗମ ପଦବୀ ପୂରଣ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି: ରାଜସ୍ବ ମନ୍ତ୍ରୀ

ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ରେକର୍ଡ କିପର୍

ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ରେକର୍ଡ କିପର୍

ସପିଂ ମଲ୍‌ରେ ବ୍ରେଷ୍ଟ ଫିଡ଼ିଂ ସେଣ୍ଟର ଖୋଲ: ଉପ ମୁଖ୍ୟମନ୍ତ୍ରୀ

ସପିଂ ମଲ୍‌ରେ ବ୍ରେଷ୍ଟ ଫିଡ଼ିଂ ସେଣ୍ଟର ଖୋଲ: ଉପ ମୁଖ୍ୟମନ୍ତ୍ରୀ

ଗିନିଜ୍ ଓ୍ୱାର୍ଲଡ୍ ରେକର୍ଡର ସାର୍ଟିଫିକେଟ୍ ପ୍ରଧାନମନ୍ତ୍ରୀଙ୍କୁ ପ୍ରଦାନ କଲେ କେନ୍ଦ୍ରମନ୍ତ୍ରୀ

ଗିନିଜ୍ ଓ୍ୱାର୍ଲଡ୍ ରେକର୍ଡର ସାର୍ଟିଫିକେଟ୍ ପ୍ରଧାନମନ୍ତ୍ରୀଙ୍କୁ ପ୍ରଦାନ କଲେ କେନ୍ଦ୍ରମନ୍ତ୍ରୀ