ରାଷ୍ଟ୍ର ନିର୍ମାଣରେ ବାବା ସାହେବଙ୍କ ଉଦ୍ୟମ ପ୍ରେରଣାଦାୟକ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ବାବାସାହେବ ଡକ୍ଟର ଭୀମରାଓ ଆମ୍ବେଦକରଙ୍କ ୧୩୫ତମ ଜନ୍ମବାର୍ଷିକୀ । ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ , ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଉପରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନ୍, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କଂଗ୍ରେସ ସାଂସଦ ମଲ୍ଲିକାର୍ଜୁନ ଖଡଗେ ଏବଂ ଅନ୍ୟ ସାଂସଦମାନେ ସଂସଦ ପରିସରରେ ଥିବା ବି.ଆର. ଆମ୍ବେଦକରଙ୍କ ପ୍ରେରଣା ସ୍ଥଳରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ସେପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ୍ସ ରେ ଏକ ପୋଷ୍ଟରେ ଲେଖିଛନ୍ତି, ବାବାସାହେବ ଡକ୍ଟର ଆମ୍ବେଦକରଙ୍କୁ ତାଙ୍କ ଜନ୍ମବାର୍ଷିକୀରେ ଶ୍ରଦ୍ଧାଞ୍ଜଳି। ରାଷ୍ଟ୍ର ନିର୍ମାଣରେ ତାଙ୍କର ପ୍ରୟାସ ଗଭୀର ଭାବରେ ପ୍ରେରଣାଦାୟକ। ତାଙ୍କ ଜୀବନ ଏବଂ କାର୍ୟ୍ୟ ପିଢ଼ିକୁ ଏକ ନ୍ୟାୟପୂର୍ଣ୍ଣ ଏବଂ ପ୍ରଗତିଶୀଳ ସମାଜ ଗଠନ ପାଇଁ ପ୍ରେରଣା ଦେଇ ଚାଲିବ।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଟ୍ୱିଟରରେ ପୋଷ୍ଟ କରି କହିଛନ୍ତି ପୋଷ୍ଟ ଭାରତୀୟ ସମ୍ବିଧାନର ମୁଖ୍ୟ ନିର୍ମାତା ଏବଂ ମହାନ ସମାଜ ସଂସ୍କାରକ ବାବାସାହେବ ଡକ୍ଟର ଭୀମରାଓ ଆମ୍ବେଦକରଙ୍କ ଜନ୍ମବାର୍ଷିକୀ ଅବସରରେ, ମୁଁ ତାଙ୍କୁ ସାଦର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ବାବାସାହେବ ଜଣେ ଆଇନବିତ୍, ଅର୍ଥନୀତିଜ୍ଞ, ଆଇନ ବିଦ୍ୱାନ ଏବଂ ଏକ ସମାନତାବାଦୀ ସାମାଜିକ ବ୍ୟବସ୍ଥାର ଜଣେ ଦୃଢ଼ ପ୍ରବକ୍ତା ଥିଲେ।

ସେ କେବଳ ଅସମାନତା ଦୂର କରିବାର ପଥ ଦେଖାଇ ନଥିଲେ ବରଂ ଭାରତର ଗଣତାନ୍ତ୍ରିକ ମୂଲ୍ୟବୋଧ ଏବଂ ସାମ୍ବିଧାନିକ ଅଧିକାରକୁ ସୁଦୃଢ଼ ​​କରିବାରେ ମଧ୍ୟ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଡକ୍ଟର ଆମ୍ବେଦକର ମହିଳା ଶିକ୍ଷା ଏବଂ ସେମାନଙ୍କର ଅଧିକାରକୁ ପ୍ରାଥମିକତା ଦେଇଥିଲେ। ତାଙ୍କର ବହୁମୁଖୀ ଅବଦାନ ଭବିଷ୍ୟତ ପିଢ଼ିକୁ ଦେଶର ସେବା ଏବଂ ବିକାଶରେ ସକ୍ରିୟ ଭୂମିକା ଗ୍ରହଣ କରିବାକୁ ପ୍ରେରଣା ଯୋଗାଇବ।

  • Related Posts

    ଜନ୍ତରମନ୍ତର ଆନ୍ଦୋଳନ: ୫ ଜଣିଆ ହାଇପାୱାର ଏକ୍ସପର୍ଟ କମିଟି ଗଠନ

    ଦିଲ୍ଲୀର ଜନ୍ତରମନ୍ତରଠାରେ ନିଟ୍ ପ୍ରଶ୍ନପତ୍ର ଲିକ୍ ପ୍ରତିବାଦରେ ସମ୍ମିଳିତ ଆନ୍ଦୋଳନକାରୀଙ୍କ ଉପରେ ଦିଲ୍ଲୀ ପୁଲିସ, କେନ୍ଦ୍ରୀୟ ଅର୍ଦ୍ଧସାମରିକ ବାହିନୀ ତଥା ଅନ୍ୟ ସୁରକ୍ଷାକର୍ମୀମାନଙ୍କ ଅତ୍ୟଧିକ ବଳପ୍ରୟୋଗ ଅଭିଯୋଗକୁ ମାନ୍ୟବର ସୁପ୍ରିମକୋର୍ଟ ଗମ୍ଭୀରତାର ସହ ନେଇଛନ୍ତି । ଏହି ଅଭିଯୋଗର ତଦନ୍ତ ପାଇଁ…

    Continue reading
    ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ

    ନୂଆଦିଲ୍ଲୀ: ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ ଘଟିଛି। ୧୯୮୪ ଶିଖ୍‌-ବିରୋଧୀ ଦଙ୍ଗା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ କାରାଦଣ୍ଡ ଭୋଗୁଥିବା ସଜ୍ଜନ କୁମାର ଅସୁସ୍ଥତା ଯୋଗୁଁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲକୁ ଆସିଥିଲେ। ତେବେ ଡାକ୍ତର ତାଙ୍କୁ ମୃତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ