ରାସ୍ତା କଡ଼ ନାଳକୁ ଖସିଲା ହାଇଓ୍ବା

ଆଠଗଡ଼: ଭାରସାମ୍ୟ ହରାଇ ରାସ୍ତା କଡ଼ ନାଳକୁ ଖସିଲା ହାଇଓ୍ବା । ଦୁର୍ଘଟଣା ପରେ ଡ୍ରାଇଭର ଫେରାର । କଟକ-ନରସିଂହପୁର ମୁଖ୍ୟ ରାସ୍ତାର କରିଲୋ ବଡ଼ଶଙ୍ଖ ନିକଟରେ ଏଭଳି ଦୁର୍ଘଟଣା ଘଟିଛି ।ସୂଚନାଯୋଗ୍ୟ ଯେ, ବାଲି ବୋଝେଇ ହାଇୱାଟି କାନପୁର ପଟୁ ନରସିଂହପୁର ଆଡକୁ ଆସୁଥିଲା । ସେହି ସମୟରେ ଭାରସାମ୍ୟ ହରାଇ ହାଇଓ୍ବାଟି ରାସ୍ତା ତଳ ନାଳକୁ ଖସି ପଡିଥିଲା । ସୌଭାଗ୍ୟ ବଶତଃ ଏହି ଦୁର୍ଘଟଣାରେ ହାଇଓ୍ବାଟି କ୍ଷତିଗ୍ରସ୍ତ ହୋଇଥିବା ବେଳେ ଅନ୍ୟ କାହାର କିଛି କ୍ଷତି ହୋଇନି । ଦୁର୍ଘଟଣା ପରେ ଡ୍ରାଇଭର ଜଣଙ୍କ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି । ସେପଟେ ୫୫ ନମ୍ବର ଜାତୀୟ ରାଜପଥ ଖୁଣ୍ଟୁଣୀ ଥାନା ଅନ୍ତର୍ଗତ ରାଧାରମଣପୁର ଠାରେ ଭାରସାମ୍ୟ ହରାଇ ରାସ୍ତା କଡକୁ ଗୋଟିଏ କାର୍ ଓଲଟିପଡ଼ିଛି । ଫଳରେ ଜଣେ ଗୁରୁତର ଆହତ ହୋଇଥିବା ବେଳେ କଟକ ବଡ଼ ମେଡ଼ିକାଲ ସ୍ଥାନାନ୍ତର କରାଯାଇଛି ।

  • Related Posts

    ସଡ଼କ ଦୁର୍ଘଟଣାରେ ସ୍ୱାମୀ-ସ୍ତ୍ରୀ ମୃତ

    ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ତିଖାଳି ଛକ ୩୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସ୍ୱାମୀ-ସ୍ତ୍ରୀ ପ୍ରାଣ ହରାଇଛନ୍ତି । ଆଜି ସକାଳ ୫ ଘଣ୍ଟା ୩୦ ମିନିଟ୍ ସମୟରେ ଅଜଣା ଟ୍ରକ ଧକ୍କା ଦେଇ…

    Continue reading
    ଓଡ଼ିଶାରୁ ବିଦାୟ ନେଉଛି ମୌସୁମୀ

    ଭୁବନେଶ୍ୱର: ଓଡ଼ିଶାରୁ କିଛି ଅଞ୍ଚଳରୁ ମୌସୁମୀ ବିଦାୟ ନେବାର ପ୍ରକ୍ରିୟା ଆରମ୍ଭ ହୋଇଛି । ସୁନ୍ଦରଗଡ଼ ଓ ବରଗଡ଼ରୁ ମୌସୁମୀ ବିଦାୟ ନେଇଥିବା ଜଣାଯାଇଛି । ତେବେ ଆସନ୍ତା ୩ରୁ ୪ ଦିନ ଭିତରେ ପୂରା ଓଡ଼ିଶାରୁ ମୌସୁମୀ ବିଦାୟ ନେବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ