ରୁଷରେ ଆଶ୍ରୟ ନେଇଛନ୍ତି ସିରିଆ ରାଷ୍ଟ୍ରପତି

ନୂଆଦିଲ୍ଲୀ: ସିରିଆରେ ରାଷ୍ଟ୍ରପତି ବସର-ଅଲ-ଅସଦଙ୍କ ୨୪ ବର୍ଷର ଏକଛତ୍ରବାଦ ଶାସନର ଅନ୍ତ ଘଟିଛି। ଭୟଙ୍କର ଗୃହଯୁଦ୍ଧରେ ବିରୋଧୀ ଗୋଷ୍ଠୀଙ୍କ ଦ୍ୱାରା ବିତାଡ଼ିତ ହେବା ପରେ ଦେଶଛାଡ଼ି ପଳାଇଛନ୍ତି ରାଷ୍ଟ୍ରପତି ବସର ଅଲ ଅସଦ। ସେ ପରିବାର ସହ ରୁଷରେ ଆଶ୍ରୟ ନେଇଛନ୍ତି।

ଅନ୍ତର୍ଜାତୀୟ ଗଣମାଧ୍ୟମର ସୂଚନା ଅନୁସାରେ ମସ୍କୋର ସହାୟତାରେ ଲୁଚିଛନ୍ତି ଅସଦ୍। ନିଜ ପରିବାର ସହ ତାଙ୍କୁ ରୁଷ ସୁରକ୍ଷିତ ସ୍ଥାନରେ ରଖିଛି। ଏଭଳି ଖବର ଆସିବା ପରେ ଏବେ ରୁଷକୁ କଡ଼ା ଚେତାବନୀ ଦେଇଛନ୍ତି ଆମେରିକାର ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ରୁଷ ଅସଦଙ୍କୁ ସହାୟତା କରିବାରୁ ଦୂରେଇ ରହୁ। ନଚେତ ୟୁକ୍ରେନ୍ ସହ ଯୁଦ୍ଧ ଭଳି ପରିସ୍ଥିତି ଉପୁଜିପାରେ ବୋଲି କଡ଼ା ଚେତାବନୀ ଦେଇଛନ୍ତି।
ଏପଟେ ଦେଶରେ ଶାନ୍ତିପୂର୍ଣ୍ଣ ଭାବେ କ୍ଷମତା ହସ୍ତାନ୍ତରୀକରଣ ହେଉ ବୋଲି ରୁଷିଆ କହିଛି। ସିରିଆ ପ୍ରସଙ୍ଗରେ ଜାତିସଂଘରେ ଆଲୋଚନା ପାଇଁ ମଧ୍ୟ ପ୍ରସ୍ତାବ ରଖିଛି ରୁଷ୍। ରାଷ୍ଟ୍ରପତିଙ୍କ ପଳାୟନ ପରେ ରାଜଧାନୀ ଡାମାସକସକୁ ନିଜ ଦଖଲକୁ ନେଇଛନ୍ତି ବିଦ୍ରୋହୀ ସେନା। ଅସଦ ସରକାର ବିରୋଧରେ ମୁଖ୍ୟ ବିଦ୍ରୋହୀ ଗୋଷ୍ଠୀ ବିଜୟ ଘୋଷଣା କରିବା ପରେ ଏହାର ମୁଖ୍ୟ ଅବୁ ଅହମ୍ମଦ ଅଲ ଜୁଲାନି ରାଜଧାନୀ ଡାମାସକସରରେ ପହଞ୍ଚିଛନ୍ତି।

  • Related Posts

    ଏଣିକି ଆଉ ଡାକ୍ତର କରିପାରିବେନି ରିଲ୍ସ

    ଏଣିକି ଆଉ ଡାକ୍ତର କରିପାରିବେନି ରିଲ୍ସ। ରୋଗୀଙ୍କୁ ବ୍ୟବହାର କରି ନିଜର ପ୍ରଚାର ପ୍ରସାର କରିପାରିବେନି ଡାକ୍ତର। ନିଜକୁ ‘ନମ୍ବର ୱାନ୍’ କିମ୍ବା ‘ବେଷ୍ଟ ଡାକ୍ତର’ କହି ରୋଗୀଙ୍କୁ କରିପାରିବେନି ଆକର୍ଷିତ। ରୋଗୀଙ୍କୁ ଆକୃଷ୍ଟ କରିବାକୁ AIରେ ତିଆରି ପ୍ରମୋସନାଲ୍ କଣ୍ଟେଣ୍ଟ,…

    Continue reading
    ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ଦିଲ୍ଲୀରେ ମେଟ୍ରୋ ସେବା, ଇଣ୍ଟରନେଟ୍ ଓ ଯାତାୟାତକୁ ସ୍ୱାଭାବିକ ରଖ

    ଦିଲ୍ଲୀରେ ସ୍ଥିତି ସ୍ୱାଭାବିକ କରିବାକୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ । ମେଟ୍ରୋ ସେବା, ଇଣ୍ଟରନେଟ୍ ଓ ଯାତାୟାତକୁ ସ୍ୱାଭାବିକ ରଖିବାକୁ କହିଛନ୍ତି କୋର୍ଟ । ଆଇନଶୃଙ୍ଖଳା କିମ୍ବା ଟ୍ରାଫିକ୍‌ ସମସ୍ୟା ନଥିଲେ ରାସ୍ତାରେ ଲାଗିଥିବା ବ୍ୟାରିକେଡ୍‌ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ